ଅନୁଗୁଳ: ଆଜି ପୂର୍ବାହ୍ନରେ ଅନୁଗୁଳ ଜିଲ୍ଲା କାର୍ଯ୍ୟାଳୟ ସମ୍ମିଳନୀ କକ୍ଷଠାରେ ଜିଲ୍ଲାସ୍ତରୀୟ ମିଳିତ ଜନ ଶୁଣାଣି ଶିବିର ଅତିରିକ୍ତ ଜିଲ୍ଲାପାଳ ପ୍ରତାପ ପ୍ରୀତିମୟଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଛି। ଆରକ୍ଷୀ ଅଧୀକ୍ଷକ ସୁଧାଂଶୁ ଶେଖର ମିଶ୍ର ମଧ୍ୟ ଶିବିରରେ ଉପସ୍ଥିତ ଥିଲେ। ଦାଖଲ ହୋଇଥିବା ସମୁଦାୟ ୮୭ଟି ଅଭିଯୋଗରୁ ୮୦ଟି ବ୍ୟକ୍ତିଗତ ଓ ୭ ଗ୍ରାମ୍ୟ ଭିତ୍ତିକ ଅଭିଯୋଗର ଶୁଣାଣି କରି ତୁରନ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଜିଲ୍ଲାପାଳ ପରାମର୍ଶ ଦେଇଥିଲେ। ଏହା ବ୍ୟତୀତ ଦାଖଲ ହୋଇଥିବା ୮୭ ଅଭିଯୋଗ ମଧ୍ୟରୁ ଗୋଟିଏ
ଅଭିଯୋଗର ଆଜିର ଶିବିରରେ ଫଇସଲା କରାଯାଇଥିଲା। ଶିବିରରେ ମୁଖ୍ୟତଃ ଗ୍ରାମ୍ୟ ସମସ୍ୟା, ସ୍ବାସ୍ଥ୍ୟ, ଗ୍ରାମୀଣ ଆବାସ, ଜମିଜମା ସମ୍ବନ୍ଧୀୟ, ବ୍ୟକ୍ତିଗତ ସମସ୍ୟା ନେଇ ଅଭିଯୋଗ ହୋଇଥିଲା।
ଅନ୍ୟମାନଙ୍କ ମଧ୍ୟରେ ଅତିରିକ୍ତ ଜିଲ୍ଲାପାଳ ଉଦୟ କୁମାର ମହାପାତ୍ର, ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ହେମନ୍ତ କୁମାର ସିଂହଙ୍କ ସମେତ ବିଭିନ୍ନ ବିଭାଗର ଜିଲ୍ଲାସ୍ତରୀୟ ଅଧିକାରୀମାନେ ଯୋଗ ଦେଇଥିଲେ।