ଅନୁଗୁଳ ଜିଲ୍ଲାର ବିଭିନ୍ନ ସ୍ଥାନରେ ଜନ ଶୁଣାଣି କାର୍ଯ୍ୟକ୍ରମ ଆୟୋଜିତ

0

ଅନୁଗୁଳ: ଜିଲ୍ଲାପାଳ ଅବଦ୍ଦାଲ୍ ଏମ୍ ଅଖରଙ୍କ ଅଧ୍ୟକ୍ଷତାରେ ସୋମବାର କଣିହାଁ ବ୍ଲକ କାର୍ଯ୍ୟାଳୟରେ ଜିଲ୍ଲାସ୍ତରୀୟ ମିଳିତ ଜନଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଶିବିରରେ ସମୁଦାୟ ୯୩ଟି ଅଭିଯୋଗ ଗ୍ରହଣ କରାଯାଇଥିବା ବେଳେ ସେଥିରୁ ୬୭ଟି ବ୍ୟକ୍ତିଗତ ଓ ୨୬ଟି ଗ୍ରାମ୍ୟ ଭିତ୍ତିକ ଅଭିଯୋଗର ଶୁଣାଣି ହୋଇଛି। ସେଥିମଧ୍ୟରୁ ୦୮ଟି ଅଭିଯୋଗର ତୁରନ୍ତ ଫଇସଲା କରାଯାଇ ରେଡକ୍ରସ୍ ପାଣ୍ଠିରୁ ୩ ଜଣଙ୍କୁ ୧୭ ହଜାର ୫୦୦ ଟଙ୍କା ସହାୟତା ରାଶି ପ୍ରଦାନ କରାଯାଇଛି। କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ ଶରତ ଚନ୍ଦ୍ର ମହାପାତ୍ର, ଅତିରିକ୍ତ ଆରକ୍ଷୀ ଅଧ୍ୟକ୍ଷକ ସତ୍ୟଜିତ ମିଶ୍ର, ଗୋଷ୍ଠୀ ଉନ୍ନୟନ ଅଧିକାରୀ ଦେବଦତ୍ତ ପ୍ରଧାନ, ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରିଣୀ ପ୍ରତିଭା ବାରିକ, ଜିଲ୍ଲା ଶିଳ୍ପ କେନ୍ଦ୍ର ସହ-ପରିଚାଳକ ଶିବାଶିବ କାନୁନଗୋ, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ନାରାୟଣ ମହାପାତ୍ରଙ୍କ ସମେତ ବିଭିନ୍ନ ଜିଲ୍ଲାସ୍ତରୀୟ ଓ ବ୍ଲକସ୍ତରୀୟ ଅଧିକାରୀମାନେ ଯୋଗ ଦେଇଥିଲେ।

ସେହିପରି ଅନୁଗୁଳ ଜିଲ୍ଲା କାର୍ଯ୍ୟାଳୟଠାରେ ଅତିରିକ୍ତ ଜିଲ୍ଲାପାଳ ପ୍ରତାପ ପ୍ରୀତିମୟଙ୍କ ଅଧ୍ୟକ୍ଷତାରେ ଜନଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। କାର୍ଯ୍ୟକ୍ରମରେ ସମୁଦାୟ ୨୮ଟି ଅଭିଯୋଗ ଗ୍ରହଣ କରାଯାଇଥିଲା। ଶିବିରରେ ବିଭିନ୍ନ ବିଭାଗର ଜିଲ୍ଲାସ୍ତରୀୟ ଅଧିକାରୀ ଯୋଗ ଦେଇଥିଲେ।

Leave A Reply

Your email address will not be published.

error: Content is protected !!