ଅନୁଗୁଳ ଜିଲ୍ଲାପାଳଙ୍କ ଜିଲ୍ଲାସ୍ତରୀୟ ମିଳିତ ଜନଶୁଣାଣି କାର୍ଯ୍ୟକ୍ରମ ଆୟୋଜିତ, ଗ୍ରହଣ ହେଲା ୩୫ଟି ଅଭିଯୋଗ

You are currently viewing ଅନୁଗୁଳ ଜିଲ୍ଲାପାଳଙ୍କ ଜିଲ୍ଲାସ୍ତରୀୟ ମିଳିତ ଜନଶୁଣାଣି କାର୍ଯ୍ୟକ୍ରମ ଆୟୋଜିତ, ଗ୍ରହଣ ହେଲା ୩୫ଟି ଅଭିଯୋଗ

ଅନୁଗୁଳ: ମଙ୍ଗଳବାର ଜିଲ୍ଲାପାଳ ଅଦ୍ଦାଲ୍ ମ. ଅଖତରଙ୍କ ଅଧ୍ୟକ୍ଷତାରେ ଜିଲ୍ଲା କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଜିଲ୍ଲାସ୍ତରୀୟ ମିଳିତ ଜନଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।

ଶିବିରରେ ସମୁଦାୟ ୩୫ଟି ଅଭିଯୋଗ ଗ୍ରହଣ କରାଯାଇଥିବା ବେଳେ ସେଥିମଧ୍ୟରୁ ୨୫ଟି ବ୍ୟକ୍ତିଗତ ଓ ୧୦ଟି ଗ୍ରାମ୍ୟ ଭିତ୍ତିକ ଅଭିଯୋଗ ଥିଲା। ଗୋଟିଏ ଅଭିଯୋଗର ତୁରନ୍ତ ଫଇସଲା କରାଯାଇଥିଲା।

କାର୍ଯ୍ୟକ୍ରମରେ ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ହେମନ୍ତ କୁମାର ସିଂହ, ଅତିରିକ୍ତ ଜିଲ୍ଲାପାଳ ପ୍ରତାପ ପ୍ରୀତିମୟ, ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନ ସ୍ୱାସ୍ଥ୍ୟ ଅଧିକାରୀ ଡ.ଶିବାନନ୍ଦ ମହାନ୍ତି, ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଅନିଲ କୁମାର ବେଉରିଆ, ଅନୁଗୁଳ ଉପଜିଲ୍ଲାପାଳ ବରଣ୍ୟନ୍ଦୁ ମହାନ୍ତି, ତହସିଲଦାର ଆଶିଷ କୁମାର ମହାପାତ୍ର, ଗୋଷ୍ଠୀ ଉନ୍ନୟନ ଅଧିକାରୀ ଡଃ ବିଶ୍ବଭୂଷଣ, ଜିଲ୍ଲା ସମାଜ ମଙ୍ଗଳ ଅଧିକାରିଣୀ ନିରୁପମା ପାଣି, ଜିଲ୍ଲା ମଙ୍ଗଳ ଅଧିକାରୀ ଦିଲ୍ଲୀପ କୁମାର ମିଶ୍ର, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ନାରାୟଣ ମହାପାତ୍ର, ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରିଣୀ ପ୍ରତିଭା ବାରିକ, ସହକାରୀ ଜିଲ୍ଲାପାଳ ସୁକାନ୍ତ କୁମାର ସାହୁଙ୍କ ସମେତ ବିଭିନ୍ନ ଜିଲ୍ଲାସ୍ତରୀୟ ଅଧିକାରୀ ଯୋଗ ଦେଇଥିଲେ।

Share

Leave a Reply