ଲୋକଙ୍କ ଅଭିଯୋଗ ଶୁଣିଲେ ଜିଲ୍ଲାପାଳ, ଜିଲ୍ଲାସ୍ତରୀୟ ମିଳିତ ଜନଶୁଣାଣି କାର୍ଯ୍ୟକ୍ରମ ଆୟୋଜିତ

You are currently viewing ଲୋକଙ୍କ ଅଭିଯୋଗ ଶୁଣିଲେ ଜିଲ୍ଲାପାଳ, ଜିଲ୍ଲାସ୍ତରୀୟ ମିଳିତ ଜନଶୁଣାଣି କାର୍ଯ୍ୟକ୍ରମ ଆୟୋଜିତ

ଅନୁଗୁଳ: ଜିଲ୍ଲାପାଳ ଅବଦାଲ୍ ମୁହମ୍ମଦ୍ ଅଖତରଙ୍କ ଅଧ୍ୟକ୍ଷତାରେ ପାଳଲହଡ଼ା ବ୍ଲକ କାର୍ଯ୍ୟାଳୟଠାରେ ଜିଲ୍ଲାସ୍ତରୀୟ ମିଳିତ ଜନଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଶିବିରରେ ସମୁଦାୟ ୪୨ଟି ଅଭିଯୋଗ ଗ୍ରହଣ କରାଯାଇଥିବା ବେଳେ ସେଥିମଧ୍ୟରୁ ୩୬ଟି ବ୍ୟକ୍ତିଗତ ଓ ୬ଟି ଗ୍ରାମ୍ୟ ଭିତ୍ତିକ ଅଭିଯୋଗର ଶୁଣାଣି ହୋଇଥ‌ିବା ବେଳେ ୪ଟି ଅଭିଯୋଗର ତୁରନ୍ତ ଫଇସଲା କରାଯାଇଥିଲା। ରେଡକ୍ରସ୍ ପାଣ୍ଠିରୁ ୨ ଜଣଙ୍କୁ ୧୨ ହଜାର ୫୦୦ ଟଙ୍କା ସହାୟତା ରାଶି ପ୍ରଦାନ କରାଯାଇଥିଲା।

କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ ଶରତ ଚନ୍ଦ୍ର ମହାପାତ୍ର, ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନ ସ୍ବାସ୍ଥ୍ୟ ଅଧିକାରୀ ଡ.ଶିବାନନ୍ଦ ମହାନ୍ତି, ଅତିରିକ୍ତ ଆରକ୍ଷୀ ଅଧ୍ୟକ୍ଷକ ଅନିଲ କୁମାର ବେଉରିଆ, ପାଳଲହଡା ଉପଜିଲ୍ଲାପାଳ ସୁଶାନ୍ତ କୁମାର ପତି, ତହସିଲଦାର ଆକାଂକ୍ଷା ମହାପାତ୍ର, ଗୋଷ୍ଠୀ ଉନ୍ନୟନ ଅଧିକାରୀ ଦିଲ୍ଲୀପ କୁମାର ବାରା, ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରିଣୀ ପ୍ରତିଭା ବାରିକ, ଜିଲ୍ଲା ମଙ୍ଗଳ ଅଧିକାରୀ ଦିଲ୍ଲୀପ କୁମାର ମିଶ୍ର, ଜିଲ୍ଲା ସମାଜ ମଙ୍ଗଳ ଅଧିକାରିଣୀ ନିରୁପମା ପାଣି, ଜିଲ୍ଲା ଯୋଗାଣ ଅଧିକାରୀ ସ୍ମିତା ନାୟକଙ୍କ ସମେତ ବିଭିନ୍ନ ଜିଲ୍ଲାସ୍ତରୀୟ ଓ ବ୍ଲକସ୍ତରୀୟ ଅଧିକାରୀ ଯୋଗ ଦେଇଥିଲେ।

ସେହିପରି ଅନୁଗୁଳ ଜିଲ୍ଲା କାର୍ଯ୍ୟାଳୟଠାରେ ଅତିରିକ୍ତ ଜିଲ୍ଲାପାଳ ପ୍ରତାପ ପ୍ରୀତିମୟଙ୍କ ଅଧ୍ୟକ୍ଷତାରେ ଜନଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। କାର୍ଯ୍ୟକ୍ରମରେ ସମୁଦାୟ ୧୧ଟି ଅଭିଯୋଗ ଗ୍ରହଣ କରାଯାଇଥ‌ିବା ବେଳେ ୯ଟି ବ୍ୟକ୍ତିଗତ ଓ ୨ଟି ଗ୍ରାମ୍ୟ ଭିତ୍ତିକ ଅଭିଯୋଗ ଥିଲା। ଶିବିରରେ ବିଭିନ୍ନ ବିଭାଗର ଜିଲ୍ଲାସ୍ତରୀୟ ଅଧିକାରୀ ଯୋଗ ଦେଇଥିଲେ।

Share

Leave a Reply