ଅନ୍ୟାନ୍ୟ

ଜିଲ୍ଲା ସ୍ତରୀୟ ମିଳିତ ଜନ ଶୁଣାଣି

By Swagatika Samantray

July 04, 2022

ଅନୁଗୁଳ: ଜିଲ୍ଲା ସ୍ତରୀୟ ଜନ ଶୁଣାଣି ସେମବାର ସକାଳେ ଜିଲ୍ଲା କୋର୍ଟ ରୁମରେ ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ନିର୍ଦ୍ଦେଶକ ଦିଲ୍ଲିପ କୁମାର ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଜନ ଶୁଣାଣିରେ ସମୁଦାୟ ୩୬ଟି ଅଭିଯୋଗର ଶୁଣାଣି ହୋଇଥିଲା। ଏହି ଅଭିଯୋଗ ଗୁଡ଼ିକ ମଧ୍ୟରୁ ୩୩ଟି ବ୍ୟକ୍ତିଗତ ଓ ୩ଟି ଗ୍ରାମ୍ୟ ଭିତ୍ତିକ ଅଭିଯୋଗର ଶୁଣାଣି କରି ତୁରନ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ସମ୍ପୃକ୍ତ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶଦିଆଗଲା। ଏହି ଜନ ଶୁଣାଣିରେ ଅନ୍ୟମାନଙ୍କ ମଧ୍ୟରେ ଅତିରିକ୍ତ ଜିଲ୍ଲାପାଳ(ରାଜସ୍ୱ) ସନ୍ତୋଷ କୁମାର ପ୍ରଧାନ, ଅତିରିକ୍ତ ଜିଲ୍ଲାପାଳ(ସାଧାରଣ) ରଜନୀକାନ୍ତ ସ୍ବାଇଁ, ଅତିରିକ୍ତ ଆରକ୍ଷୀ ଅଧ୍ୟକ୍ଷକ ସୁରେଶ ଚନ୍ଦ୍ର ପାଣିଗ୍ରାହୀ, ଆସିଷ୍ଟାଣ୍ଟ କଲେକ୍ଟର ମଧୁସ୍ମିତା ବିଶି, ଅଜୟ ଗଡନାୟକ, ଜିଲ୍ଲା ଶିକ୍ଷା ଅଧିକାରୀ ନିରଞ୍ଜନ ସାହୁଙ୍କସହ ବିଭିନ୍ନ ବିଭାଗର ଜିଲ୍ଲା ସ୍ତରୀୟ ଅଧିକାରୀମାନେ ଯୋଗ ଦେଇଥିଲେ।