ଅନୁଗୁଳରେ ମିଳିତ ଜନ ଶୁଣାଣି କାର୍ଯ୍ୟକ୍ରମ: ଲୋକଙ୍କ ଅଭିଯୋଗ ଶୁଣିଲେ ସରକାରୀ ଅଧିକାରୀ

You are currently viewing ଅନୁଗୁଳରେ ମିଳିତ ଜନ ଶୁଣାଣି କାର୍ଯ୍ୟକ୍ରମ: ଲୋକଙ୍କ ଅଭିଯୋଗ ଶୁଣିଲେ ସରକାରୀ ଅଧିକାରୀ

ଅନୁଗୁଳ: ଆଜି ଅନୁଗୁଳ ଜିଲ୍ଲାପାଳ ଅବଦାଲ୍ ମୁହମ୍ମଦ୍ ଅଖତରଙ୍କ ଅଧ୍ୟକ୍ଷତାରେ ଛେଣ୍ଡିପଦା ବ୍ଲକ କାର୍ଯ୍ୟାଳୟରେ ଜିଲ୍ଲାସ୍ତରୀୟ ମିଳିତ ଜନଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଶିବିରରେ ସମୁଦାୟ ୧୨୧ଟି ଅଭିଯୋଗ ଗ୍ରହଣ କରାଯାଇଥିବା ବେଳେ ସେଥିରୁ ୧୦୩ଟି ବ୍ୟକ୍ତିଗତ ଓ ୧୮ଟି ଗ୍ରାମ୍ୟ ଭିତ୍ତିକ ଅଭିଯୋଗର ଶୁଣାଣି ହୋଇଛି। ୯ ଟି ଅଭିଯୋଗର ତୁରନ୍ତ ଫଇସଲା କରାଯାଇଛି। ରେଡକ୍ରସ୍ ପାଣ୍ଠିରୁ ୩ ଜଣଙ୍କୁ ୨୦ ହଜାର ଟଙ୍କା ସହାୟତା ରାଶି ପ୍ରଦାନ କରାଯାଇଥିଲା।

କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ ଶରତ ଚନ୍ଦ୍ର ମହାପାତ୍ର, ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନ ସ୍ୱାସ୍ଥ୍ୟ ଅଧିକାରୀ ଅତିରିକ୍ତ ଡ.ଶିବାନନ୍ଦ ମହାନ୍ତି, ଉପଜିଲ୍ଲାପାଳ ବରଣ୍ୟନ୍ଦୁ ମହାନ୍ତି, ଅତିରିକ୍ତ ଆରକ୍ଷୀ ଅଧ୍ୟକ୍ଷକ ଅନିଲ କୁମାର ବେଉରିଆ, ଜିଲ୍ଲା ମଙ୍ଗଳ ଅଧିକାରୀ ଦିଲ୍ଲୀପ କୁମାର ମିଶ୍ର, ଜିଲ୍ଲା ସମାଜ ମଙ୍ଗଳ ଅଧିକାରିଣୀ ନିରୁପମା ପାଣି, ଉପ- ନିର୍ଦ୍ଦେଶକ ଉଦ୍ୟାନ ଅମର ଲୁଗୁନ୍, ଜିଲ୍ଲା ମୁଖ୍ୟପ୍ରାଣୀ ଚିକିତ୍ସା ଅଧିକାରୀ ନିରୋଦ ଦାସଙ୍କ ସମେତ ବିଭିନ୍ନ ଜିଲ୍ଲାସ୍ତରୀୟ ଓ ବ୍ଲକସ୍ତରୀୟ ଅଧିକାରୀ ଯୋଗ ଦେଇଥିଲେ।

ସେହିପରି ଅନୁଗୁଳ ଜିଲ୍ଲା କାର୍ଯ୍ୟାଳୟଠାରେ ଅତିରିକ୍ତ ଜିଲ୍ଲାପାଳ ପ୍ରତାପ ପ୍ରୀତିମୟଙ୍କ ଅଧ୍ୟକ୍ଷତାରେ ଜନଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। କାର୍ଯ୍ୟକ୍ରମରେ ସମୁଦାୟ ୬୩ ଟି ଅଭିଯୋଗ ଗ୍ରହଣ କରାଯାଇଥିଲା। ଶିବିରରେ ବିଭିନ୍ନ ବିଭାଗର ଜିଲ୍ଲାସ୍ତରୀୟ ଅଧିକାରୀ ଯୋଗ ଦେଇଥିଲେ। ଶିବିରକୁ ଆସିଥିବା ଲୋକମାନେ ଗ୍ରାମ୍ୟ ସମସ୍ୟା, ସ୍ବାସ୍ଥ୍ୟ, ଗ୍ରାମୀଣ ଆବାସ, ଜମିଜମା ସମ୍ବନ୍ଧୀୟ, ବ୍ୟକ୍ତିଗତ ସମସ୍ୟା ସମେତ ବିଭିନ୍ନ ଅଭିଯୋଗ ଦାଖଲ କରିଥିଲେ।

Share

Leave a Reply