ମୁଖ୍ୟ ଖବର

ଅନୁଗୁଳରେ ଜନ ଶୁଣାଣି କାର୍ଯ୍ୟକ୍ରମ ଆୟୋଜିତ, ସମସ୍ୟା ଜଣାଇଲେ ଶତାଧିକ ଅଞ୍ଚଳବାସୀ

By Angul TV Bureau

September 10, 2024

ଅନୁଗୁଳ: ଆଜି ଜିଲ୍ଲାପାଳ ଅବଦାଲ୍ ମୁହମ୍ମଦ୍ ଅଖତରଙ୍କ ଅଧ୍ୟକ୍ଷତାରେ ବଅଁରପାଳ ବ୍ଲକ କାର୍ଯ୍ୟଳୟଠାରେ ଜିଲ୍ଲାସ୍ତରୀୟ ମିଳିତ ଜନଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଶିବିରରେ ସମୁଦାୟ ୧୨୭ଟି ଅଭିଯୋଗ ଗ୍ରହଣ କରାଯାଇଥିଲା। ସେଥି ମଧ୍ୟରୁ ୧୧୬ଟି ବ୍ୟକ୍ତିଗତ ଓ ୧୧ଟି ଗ୍ରାମ୍ୟ ଭିତ୍ତିକ ଅଭିଯୋଗର ଶୁଣାଣି ହୋଇଥିବା ବେଳେ ୫ଟି ଅଭିଯୋଗର ତୁରନ୍ତ ଫଇସଲା କରାଯାଇଥିଲା। ରେଡକ୍ରସ୍ ପାଣ୍ଠିରୁ ୨ ଜଣଙ୍କୁ ୧୫ ହଜାର ଟଙ୍କା ସହାୟତା ରାଶି ପ୍ରଦାନ କରାଯାଇଥିଲା।

କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ ଶରତ ଚନ୍ଦ୍ର ମହାପାତ୍ର, ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନ ସ୍ବାସ୍ଥ୍ୟ ଅଧିକାରୀ ଅତିରିକ୍ତ ଜିଲ୍ଲା ଜନସ୍ବାସ୍ଥ୍ୟ ଅଧିକାରୀ ଡ.ଶିବାନନ୍ଦ ମହାନ୍ତି, ଅନୁଗୁଳ ଉପଜିଲ୍ଲାପାଳ ବରଣ୍ୟନ୍ଦୁ ମହାନ୍ତି, ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ ଅନିଲ କୁମାର ବେଉରିଆ, ଜିଲ୍ଲା ପରିଷଦର ଅତିରିକ୍ତ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ପଦ୍ମନାଭ ସାମନ୍ତରାୟ, ଜିଲ୍ଲା ଶିକ୍ଷାଧିକାରିଣୀ ସୁସ୍ମିତା ସାହୁ, ଡେପୁଟି କଲେକ୍ଟର ଜୟକୃଷ୍ଣ ପାତ୍ର ଓ ଶୁଭେନ୍ଦୁ ଜେନା, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ନାରାୟଣ ମହାପାତ୍ର, ଉପନିର୍ଦ୍ଦେଶକ ଉଦ୍ୟାନ ଅମର ଲୁଗୁନ୍, ଜିଲ୍ଲା ଯୋଗାଣ ଅଧିକାରୀ ସ୍ମିତା ନାୟକ, ଜିଲ୍ଲା ମଙ୍ଗଳ ଅଧିକାରୀ ଦିଲ୍ଲୀପ କୁମାର ମିଶ୍ର, ଜିଲ୍ଲା ସମାଜ ମଙ୍ଗଳ ଅଧିକାରିଣୀ ନିରୁପମା ପାଣି, ଜିଲ୍ଲା ମୁଖ୍ୟପ୍ରାଣୀ ଚିକିତ୍ସା ଅଧିକାରୀ ନିରୋଦ ଦାସ, ବଅଁରପାଳ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଲୋଚନ ଦାସ, ବଅଁରପାଳ ତହସିଲଦାର ରବିନାରାୟଣ ଆଚାର୍ଯ୍ୟଙ୍କ ସମେତ ବିଭିନ୍ନ ଜିଲ୍ଲାସ୍ତରୀୟ ଓ ବ୍ଲକସ୍ତରୀୟ ଅଧିକାରୀମାନେ ଯୋଗ ଦେଇଥିଲେ।

ସେହିପରି ଅନୁଗୁଳ ଜିଲ୍ଲା କାର୍ଯ୍ୟାଳୟଠାରେ ଅତିରିକ୍ତ ଜିଲ୍ଲାପାଳ ପ୍ରତାପ ପ୍ରୀତିମୟଙ୍କ ଅଧ୍ୟକ୍ଷତାରେ ଜନଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। କାର୍ଯ୍ୟକ୍ରମରେ ସମୁଦାୟ ୧୨ଟି ଅଭିଯୋଗ ଗ୍ରହଣ କରାଯାଇଥିଲା। ଏହି ଶିବିରରେ ବିଭିନ୍ନ ବିଭାଗର ଜିଲ୍ଲାସ୍ତରୀୟ ଅଧିକାରୀ ଯୋଗ ଦେଇଥିଲେ। ଏହି ଶିବିରକୁ ଆସିଥିବା ଲୋକମାନେ ଗ୍ରାମ୍ୟ ସମସ୍ୟା, ସ୍ବାସ୍ଥ୍ୟ, ଗ୍ରାମୀଣ ଆବାସ, ଜମିଜମା ସମ୍ବନ୍ଧୀୟ, ବ୍ୟକ୍ତିଗତ ସମସ୍ୟା ସମେତ ବିଭିନ୍ନ ଅଭିଯୋଗ ଦାଖଲ କରିଥିଲେ।