ଅନୁଗୁଳରେ ଜନ ଶୁଣାଣି କାର୍ଯ୍ୟକ୍ରମ ଆୟୋଜିତ: ୩୫ଟି ଅଭିଯୋଗ ଦାଖଲ

You are currently viewing ଅନୁଗୁଳରେ ଜନ ଶୁଣାଣି କାର୍ଯ୍ୟକ୍ରମ ଆୟୋଜିତ: ୩୫ଟି ଅଭିଯୋଗ ଦାଖଲ

ଅନୁଗୁଳ: ଅନୁଗୁଳ ଜିଲ୍ଲାର ଅତିରିକ୍ତ ଜିଲ୍ଲାପାଳ ପ୍ରତାପ ପ୍ରୀତିମୟଙ୍କ ଅଧ୍ୟକ୍ଷତାରେ ଜିଲ୍ଲା କାର୍ଯ୍ୟାଳୟଠାରେ ଜିଲ୍ଲାସ୍ତରୀୟ ମିଳିତ ଜନଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଶିବିରରେ ସମୁଦାୟ ୩୫ଟି ଅଭିଯୋଗ ଗ୍ରହଣ କରାଯାଇଥିଲା। ସେଥିରୁ ୨୪ଟି ବ୍ୟକ୍ତିଗତ ଓ ୧୧ଟି ଗ୍ରାମ୍ୟ ଭିତ୍ତିକ ଅଭିଯୋଗ ଥିଲା। ଶିବିରକୁ ଆସିଥିବା ଲୋକମାନେ ଗ୍ରାମ୍ୟ ସମସ୍ୟା, ସ୍ବାସ୍ଥ୍ୟ, ଗ୍ରାମୀଣ ଆବାସ, ଜମିଜମା ସମ୍ବନ୍ଧୀୟ, ବ୍ୟକ୍ତିଗତ ସମସ୍ୟା ସମେତ ବିଭିନ୍ନ ଅଭିଯୋଗ ଦାଖଲ କରିଥିଲେ।

କାର୍ଯ୍ୟକ୍ରମରେ ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ ସୁରେନ୍ଦ୍ରନାଥ ରାୟଗୁରୁ, ଅନୁଗୁଳ ଉପଜିଲ୍ଲାପାଳ ବରଣ୍ୟେନ୍ଦୁ ମହାନ୍ତି, ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରିଣୀ ପ୍ରତିଭା ବାରିକ, ଏସିଏଫ୍ (ଟେରିଟୋରିଆଲ) କୃଷ୍ଣଚନ୍ଦ୍ର ସାହୁ, ତହସିଲଦାର ଆଶିଷ କୁମାର ମହାପାତ୍ର, ଅତିରିକ୍ତ ଜିଲ୍ଲା ମଙ୍ଗଳ ଅଧିକାରୀ ସୁପ୍ରଭା ସେଠୀ, ଜିଲ୍ଲା ଯୋଗାଣ ଅଧିକାରୀ ସ୍ମିତା ନାୟକ, ଉପନିର୍ଦ୍ଦେଶକ ଉଦ୍ୟାନ ଅମର ଲୁଗୁନ୍ ପ୍ରମୁଖ ଉପସ୍ଥିତ ଥିଲେ।

Share

Leave a Reply