ମୁଖ୍ୟ ଖବର

ଜିଲ୍ଲାସ୍ତରୀୟ ମିଳିତ ଜନ ଶୁଣାଣି କାର୍ଯ୍ୟକ୍ରମ ଆୟୋଜିତ, ୨୭୭ଟି ଅଭିଯୋଗର ଶୁଣାଣି ଶେଷ

By Biswaranjan Pattnaik

October 08, 2024

ଅନୁଗୁଳ: ଅନୁଗୁଳ ଜିଲ୍ଲାପାଳ ଅବଦାଲ୍ ମୁହମ୍ମଦ ଅଖତରଙ୍କ ଅଧ୍ୟକ୍ଷତାରେ ସୋମବାର ଆଠମଲ୍ଲିକ ବ୍ଲକ୍ କାର୍ଯ୍ୟାଳୟ ଠାରେ ଜିଲ୍ଲାସ୍ତରୀୟ ମିଳିତ ଜନଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରେ ଆରକ୍ଷୀ ଅଧୀକ୍ଷକ ରାହୁଳ ଜୈନ ଯୋଗ ଦେଇଥିବା ବେଳେ ସମୁଦାୟ ୨୭୭ଟି ଅଭିଯୋଗ ଗ୍ରହଣ କରାଯାଇଥିଲା। ସେଥ‌ିମଧ୍ୟରୁ ୨୭୫ଟି ବ୍ୟକ୍ତିଗତ ଓ ୨ଟି ଗ୍ରାମ୍ୟଭିତ୍ତିକ ଅଭିଯୋଗର ଶୁଣାଣି ହୋଇଥିବା ବେଳେ ୭ଟି ଅଭିଯୋଗର ତୁରନ୍ତ ଫଇସଲା କରାଯାଇଥିଲା। ଏଥିସହ ରେଡକ୍ରସ ପାଣ୍ଠିରୁ ୪ ଜଣଙ୍କୁ ୧୫ ହଜାର ୫୦୦ ଟଙ୍କା ସହାୟତା ରାଶି ପ୍ରଦାନ କରାଯାଇଥିଲା।

କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ ଉଦୟ କୁମାର ମହାପାତ୍ର, ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ହେମନ୍ତ କୁମାର ସିଂହ, ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନ ସ୍ବାସ୍ଥ୍ୟ ଅଧିକାରୀ ଡ.ଶିବାନନ୍ଦ ମହାନ୍ତି, ଗୋଷ୍ଠୀ ଉନ୍ନୟନ ଅଧିକାରିଣୀ ତେଜସ୍ବିନୀ ବେହେରା, ଆଠମଲ୍ଲିକ ବନଖଣ୍ଡ ଅଧିକାରୀ ସନ୍ତୋଷ କେ, ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରିଣୀ ପ୍ରତିଭା ବାରିକ, ଜିଲ୍ଲା ସମାଜ ମଙ୍ଗଳ ଅଧିକାରିଣୀ ନିରୁପମା ପାଣି, ଉଦ୍ୟାନ ବିଭାଗର ଉପ-ନିର୍ଦ୍ଦେଶକ ଅମର ଲୁଗୁ, ଜିଲ୍ଲା ମଙ୍ଗଳ ଅଧିକାରୀ ଦିଲ୍ଲୀପ କୁମାର ମିଶ୍ର, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ନାରାୟଣ ମହାପାତ୍ରଙ୍କ ସମେତ ବିଭିନ୍ନ ଜିଲ୍ଲା ସ୍ତରୀୟ ଓ ବ୍ଲକ୍ ସ୍ତରୀୟ ଅଧିକାରୀମାନେ ଯୋଗ ଦେଇଥିଲେ।

ସେହିପରି ଅନୁଗୁଳ ଜିଲ୍ଲା କାର୍ଯ୍ୟାଳୟ ଠାରେ ଅତିରିକ୍ତ ଜିଲ୍ଲାପାଳ ପ୍ରତାପ ପ୍ରୀତିମୟଙ୍କ ଅଧ୍ୟକ୍ଷତାରେ ଜନ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। କାର୍ଯ୍ୟକ୍ରମରେ ୪୫ଟି ଅଭିଯୋଗ ଗ୍ରହଣ କରାଯାଇଥିଲା।