ଦୁଃଖ ଶୁଣିଲେ ଜିଲ୍ଲାପାଳ: ଅନୁଗୁଳରେ ଜିଲ୍ଲାସ୍ତରୀୟ ମିଳିତ ଜନ ଶୁଣାଣି କାର୍ଯ୍ୟକ୍ରମ ଆୟୋଜିତ

You are currently viewing ଦୁଃଖ ଶୁଣିଲେ ଜିଲ୍ଲାପାଳ: ଅନୁଗୁଳରେ ଜିଲ୍ଲାସ୍ତରୀୟ ମିଳିତ ଜନ ଶୁଣାଣି କାର୍ଯ୍ୟକ୍ରମ ଆୟୋଜିତ

ଅନୁଗୁଳ: ଆଜି ଅନୁଗୁଳ ଜିଲ୍ଲାପାଳ ଅବଦାଲ୍ ମୁହମ୍ମଦ ଅଖତରଙ୍କ ଅଧ୍ୟକ୍ଷତାରେ ପାଳଲହଡା ବ୍ଲକ୍ କାର୍ଯ୍ୟାଳୟ ଠାରେ ଜିଲ୍ଲାସ୍ତରୀୟ ମିଳିତ ଜନଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଆରକ୍ଷୀ ଅଧିକ୍ଷକ ରାହୁଲ ଜୈନ ଏହି ଶିବିରରେ ଯୋଗ ଦେଇଥିଲେ। ଶିବିରରେ ଗ୍ରାମ୍ୟ ସମସ୍ୟା, ସ୍ୱାସ୍ଥ୍ୟ, ଗ୍ରାମୀଣ ଆବାସ, ଜମିଜମା ସମ୍ବନ୍ଧୀୟ,ବ୍ୟକ୍ତିଗତ ସମସ୍ୟା ସମେତ ବିଭିନ୍ନ ଅଭିଯୋଗ ଦାଖଲ ହୋଇଥିଲା। ସମୁଦାୟ ୫୨ଟି ଅଭିଯୋଗ ଗ୍ରହଣ କରାଯାଇଥିବା ବେଳେ ସେଥିରୁ ୪୩ଟି ବ୍ୟକ୍ତିଗତ ଓ ୯ଟି ଗ୍ରାମ୍ୟଭିତ୍ତିକ ଅଭିଯୋଗର ଶୁଣାଣି ହୋଇଥିଲା। ଏଥିସହ ୭ଟି ଅଭିଯୋଗର ତୁରନ୍ତ ଫଇସଲା କରାଯାଇଥିଲା। ରେଡକ୍ରସ ପାଣ୍ଠିରୁ ୧ଜଣଙ୍କୁ ୩ ହଜାର ୫୦୦ ଟଙ୍କା ସହାୟତା ରାଶି ପ୍ରଦାନ କରାଯାଇଥିଲା।

କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ ଉଦୟ କୁମାର ମହାପାତ୍ର, ପାଳଲହଡା ଉପଜିଲ୍ଲାପାଳ ସୁଶାନ୍ତ କୁମାର ପତି, ପାଳଲହଡା ଗୋଷ୍ଠୀ ଉନ୍ନୟନ ଅଧିକାରୀ ଦିଲ୍ଲୀପ କୁମାର ବାରା, ପାଳଲହଡା ତହସିଲଦାର ଆକାଂକ୍ଷା ମହାପାତ୍ର, ଜିଲ୍ଲା ଶିକ୍ଷା ଅଧିକାରିଣୀ ସୁସ୍ମିତା ସାହୁ, ଜିଲ୍ଲା ସମାଜ ମଙ୍ଗଳ ଅଧିକାରିଣୀ ନିରୁପମା ପାଣି, ଉପ-ନିର୍ଦ୍ଦେଶକ ଉଦ୍ୟାନ ଅମର ଲୁଗୁନ୍, ଜିଲ୍ଲା ଯୋଗାଣ ଅଧିକାରିଣୀ ସ୍ମିତା ନାୟକ, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ନାରାୟଣ ମହାପାତ୍ର, ଜିଲ୍ଲା ମଙ୍ଗଳ ଅଧିକାରୀ ଦିଲ୍ଲୀପ କୁମାର ମିଶ୍ରଙ୍କ ସମେତ ବିଭିନ୍ନ ଜିଲ୍ଲା ସ୍ତରୀୟ ଓ ବ୍ଲକ୍ ସ୍ତରୀୟ ଅଧିକାରୀ ଯୋଗ ଦେଇଥିଲେ।

ସେହିପରି ଅନୁଗୁଳ ଜିଲ୍ଲା କାର୍ଯ୍ୟାଳୟରେ ଅନୁଗୁଳ ଅତିରିକ୍ତ ଜିଲ୍ଲାପାଳ ପ୍ରତାପ ପ୍ରୀତିମୟଙ୍କ ଅଧ୍ୟକ୍ଷତାରେ ଜନ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। କାର୍ଯ୍ୟକ୍ରମରେ ୪୫ଟି ଅଭିଯୋଗ ଗ୍ରହଣ କରାଯାଇଥିଲା। ଏହି ଶିବିରରେ ବିଭିନ୍ନ ବିଭାଗର ଜିଲ୍ଲା ସ୍ତରୀୟ ଅଧିକାରୀ ଯୋଗ ଦେଇଥିଲେ।

Share

Leave a Reply