ମୁଖ୍ୟ ଖବର

ଲୋକଙ୍କ ଅଭିଯୋଗ ଶୁଣିଲା ପ୍ରଶାସନ: ଜିଲ୍ଲାସ୍ତରୀୟ ମିଳିତ ଜନ ଶୁଣାଣି କାର୍ଯ୍ୟକ୍ରମ ଆୟୋଜିତ

By Angul TV Bureau

October 28, 2024

ଅନୁଗୁଳ: ଅନୁଗୁଳ ଜିଲ୍ଲା କାର୍ଯ୍ୟାଳୟ ଠାରେ ଅତିରିକ୍ତ ଜିଲ୍ଲାପାଳ ପ୍ରତାପ ପ୍ରୀତିମୟଙ୍କ ଅଧ୍ୟକ୍ଷତାରେ ଜନ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। କାର୍ଯ୍ୟକ୍ରମରେ ୪୭ଟି ଅଭିଯୋଗ ଗ୍ରହଣ କରାଯାଇଥିଲା। ଶିବିରରେ ବିଭିନ୍ନ ବିଭାଗର ଜିଲ୍ଲାସ୍ତରୀୟ ଅଧିକାରୀ ଯୋଗ ଦେଇଥିଲେ। ଶିବିରକୁ ଆସିଥିବା ଲୋକମାନେ ଗ୍ରାମ୍ୟ ସମସ୍ୟା, ସ୍ବାସ୍ଥ୍ୟ, ଗ୍ରାମୀଣ ଆବାସ, ଜମିଜମା ସମ୍ବନ୍ଧୀୟ,ବ୍ୟକ୍ତିଗତ ସମସ୍ୟା ସମେତ ବିଭିନ୍ନ ଅଭିଯୋଗ ଦାଖଲ କରିଥିଲେ।

ସେହିପରି ଆଜି ଅତିରିକ୍ତ ଜିଲ୍ଲାପାଳ ଉଦୟ କୁମାର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଛେଣ୍ଡିପଦା ବ୍ଳକ୍ କାର୍ଯ୍ୟାଳୟରେ ଜିଲ୍ଲା ସ୍ତରୀୟ ମିଳିତ ଜନଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଜନଶୁଣାଣି ଶିବିରରେ ସମୁଦାୟ ୫୧ଟି ବ୍ୟକ୍ତିଗତ ଅଭିଯୋଗ ଗ୍ରହଣ କରାଯାଇଥିବା ବେଳେ ସେଥିରୁ ୪ଟି ଅଭିଯୋଗର ତୁରନ୍ତ ଫଇସଲା କରାଯାଇ ରେଡକ୍ରସ ପାଣ୍ଠିରୁ ୨ ଜଣଙ୍କୁ ୧୦ ହଜାର ଟଙ୍କା ସହାୟତା ରାଶି ପ୍ରଦାନ କରାଯାଇଥିଲା।

କାର୍ଯ୍ୟକ୍ରମରେ ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନ ସ୍ୱାସ୍ଥ୍ୟ ଅଧିକାରୀ ଡ.ଶିବାନନ୍ଦ ମହାନ୍ତି, ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ହେମନ୍ତ କୁମାର ସିଂହ, ଉପଜିଲ୍ଲାପାଳ ବରଣ୍ୟନ୍ଦୁ ମହାନ୍ତି, ଛେଣ୍ଡିପଦା ଗୋଷ୍ଠୀ ଉନ୍ନୟନ ଅଧିକାରୀ ତ୍ରିବିକ୍ରମ କୁମୁରା, ଭାରପ୍ରାପ୍ତ ଛେଣ୍ଡିପଦା ତହସିଲଦାର ସୁକାନ୍ତ ସାହୁ, ଜିଲ୍ଲା ସମାଜ ମଙ୍ଗଳ ଅଧିକାରିଣୀ ନିରୁପମା ପାଣି, ଜିଲ୍ଲା ସଂସ୍କୃତି ଅଧିକାରୀ ଦୁଃଶାସନ ନାଏକ, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ନାରାୟଣ ମହାପାତ୍ର, ଜିଲ୍ଲା ମଙ୍ଗଳ ଅଧିକାରୀ ଦିଲ୍ଲୀପ କୁମାର ମିଶ୍ର, ଜିଲ୍ଲା ମୁଖ୍ୟପ୍ରାଣୀ ଚିକିତ୍ସା ଅଧିକାରୀ ନିରୋଦ ଦାସ, ଡେପୁଟି କଲେକ୍ଟର ଶୁଭେନ୍ଦୁ ଜେନାଙ୍କ ସମେତ ବିଭିନ୍ନ ଜିଲ୍ଲାସ୍ତରୀୟ ଓ ବ୍ଲକ୍ ସ୍ତରୀୟ ଅଧିକାରୀମାନେ ଯୋଗ ଦେଇଥିଲେ।