ଜିଲ୍ଲାସ୍ତରୀୟ ମିଳିତ ଜନ ଶୁଣାଣି ଶିବିର: ସ୍ବାସ୍ଥ୍ୟ, ଗ୍ରାମୀଣ ଆବାସ, ଜମିଜମା ସମସ୍ୟା ନେଇ ଅଭିଯୋଗ କଲେ ଅଞ୍ଚଳବାସୀ

You are currently viewing ଜିଲ୍ଲାସ୍ତରୀୟ ମିଳିତ ଜନ ଶୁଣାଣି ଶିବିର: ସ୍ବାସ୍ଥ୍ୟ, ଗ୍ରାମୀଣ ଆବାସ, ଜମିଜମା ସମସ୍ୟା ନେଇ ଅଭିଯୋଗ କଲେ ଅଞ୍ଚଳବାସୀ

ଅନୁଗୁଳ: ଆଜି ଜିଲ୍ଲାପାଳ ଅବଦାଲ୍ ମୁହମ୍ମଦ ଅଖତରଙ୍କ ଅଧ୍ୟକ୍ଷତାରେ କିଶୋରନଗର ବ୍ଲକ୍ କାର୍ଯ୍ୟାଳୟ ଠାରେ ଜିଲ୍ଲାସ୍ତରୀୟ ମିଳିତ ଜନଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଜନଶୁଣାଣି ଶିବିରରେ ସମୁଦାୟ ୯୭ଟି ଅଭିଯୋଗ ଗ୍ରହଣ କରାଯାଇଥିଲା। ସେଥିରୁ ୯୨ଟି ବ୍ୟକ୍ତିଗତ ଓ ୫ଟି ଗ୍ରାମ୍ୟଭିତ୍ତିକ ଅଭିଯୋଗର ଶୁଣାଣି ହୋଇଥିଲା।

ଶିବିରକୁ ଆସିଥିବା ଲୋକମାନେ ଗ୍ରାମ୍ୟ ସମସ୍ୟା, ସ୍ବାସ୍ଥ୍ୟ, ଗ୍ରାମୀଣ ଆବାସ, ଜମିଜମା ସମ୍ବନ୍ଧୀୟ, ବ୍ୟକ୍ତିଗତ ସମସ୍ୟା ସମେତ ବିଭିନ୍ନ ଅଭିଯୋଗ ଦାଖଲ କରିଥିଲେ। କାର୍ଯ୍ୟକ୍ରମରେ ଜିଲ୍ଲା ପରିଷଦ ଅଧ୍ୟକ୍ଷା ବବିତା ପ୍ରଧାନ, ଅତିରିକ୍ତ ଜିଲ୍ଲାପାଳ ଉଦୟ କୁମାର ମହାପାତ୍ର, ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ହେମନ୍ତ କୁମାର ସିଂହ, ଅତିରିକ୍ତ ଆରକ୍ଷୀ ଅଧ୍ୟକ୍ଷକ ଅନିଲ କୁମାର ବେଉରିଆ, କିଶୋରନଗର ଗୋଷ୍ଠୀ ଉନ୍ନୟନ ଅଧିକାରୀ ବିନୋଦ ବିହାରୀ ବେହେରା, ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରିଣୀ ପ୍ରତିଭା ବାରିକ, ଜିଲ୍ଲା ସମାଜ ମଙ୍ଗଳ ଅଧିକାରିଣୀ ନିରୁପମା ପାଣି, ଡେପୁଟି କଲେକ୍ଟର ଶୁଭେନ୍ଦୁ ଜେନା, ଜିଲ୍ଲା ଶ୍ରମ ଅଧିକାରିଣୀ (କଲ୍ୟାଣ) ଲିରିକା ରାୟଙ୍କ ସମେତ ବିଭିନ୍ନ ଜିଲ୍ଲାସ୍ତରୀୟ ଓ ବ୍ଲକ୍ ସ୍ତରୀୟ ଅଧିକାରୀ ଯୋଗ ଦେଇଥିଲେ।

ସେହିପରି ଅନୁଗୁଳ ଜିଲ୍ଲା କାର୍ଯ୍ୟାଳୟ ଠାରେ ଅତିରିକ୍ତ ଜିଲ୍ଲାପାଳ ପ୍ରତାପ ପ୍ରୀତିମୟଙ୍କ ଅଧ୍ୟକ୍ଷତାରେ ଜନ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। କାର୍ଯ୍ୟକ୍ରମରେ ୪୫ଟି ଅଭିଯୋଗ ଗ୍ରହଣ କରାଯାଇଥିଲା। ଏହି ଶିବିରରେ ବିଭିନ୍ନ ବିଭାଗର ଜିଲ୍ଲା ସ୍ତରୀୟ ଅଧିକାରୀ ଯୋଗ ଦେଇଥିଲେ।

Share

Leave a Reply