ଜିଲ୍ଲାସ୍ତରୀୟ ମିଳିତ ଜନ ଶୁଣାଣି କାର୍ଯ୍ୟକ୍ରମ: ସାଧାରଣ ଲୋକଙ୍କ ଅଭିଯୋଗ ଶୁଣିଲେ ଜିଲ୍ଲାପାଳ ଓ ଅନ୍ୟ ଅଧିକାରୀ

0

ଅନୁଗୁଳ: ଆଜି ଅନୁଗୁଳ ଜିଲ୍ଲାପାଳ ଅବଦାଲ୍ ମୁହମ୍ମଦ ଅଖତରଙ୍କ ଅଧ୍ୟକ୍ଷତାରେ କଣିହାଁ ବ୍ଲକ୍ କାର୍ଯ୍ୟାଳୟ ଠାରେ ଜିଲ୍ଲାସ୍ତରୀୟ ମିଳିତ ଜନଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଶିବିରରେ ଆରକ୍ଷୀ ଅଧ୍ୟକ୍ଷକ ରାହୁଲ ଜୈନ ଯୋଗ ଦେଇଥିଲେ। ଶିବିରରେ ସମୁଦାୟ ୭୯ଟି ଅଭିଯୋଗ ଗ୍ରହଣ କରାଯାଇଥିଲା। ସେଥିମଧ୍ୟରୁ ୫୩ଟି ବ୍ୟକ୍ତିଗତ ଓ ୨୬ଟି ଗ୍ରାମ୍ୟଭିତ୍ତିକ ଅଭିଯୋଗର ଶୁଣାଣି ହୋଇଥିବା ବେଳେ ୪ଟି ଅଭିଯୋଗର ତୁରନ୍ତ ଫଇସଲା କରାଯାଇଥିଲା। ଏଥିସହ ରେଡକ୍ରସ ପାଣ୍ଠିରୁ ଜଣଙ୍କୁ ୭ହଜାର ୫୦୦ ଟଙ୍କା ସହାୟତା ରାଶି ପ୍ରଦାନ କରାଯାଇଥିଲା। ଶିବିରକୁ ଆସିଥିବା ସ୍ବାସ୍ଥ୍ୟ, ଗ୍ରାମୀଣ ଆବାସ, ଜମିଜମା ସମ୍ବନ୍ଧୀୟ, ବ୍ୟକ୍ତିଗତ ସମସ୍ୟା ଦାଖଲ କରିଥିଲେ।

କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ ଉଦୟ କୁମାର ମହାପାତ୍ର, ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ହେମନ୍ତ କୁମାର ସିଂହ, ତାଳଚେର ଉପଜିଲ୍ଲାପାଳ ସମୀର କୁମାର ଜେନା, କଣିହାଁ ତହସିଲଦାର ଚିନ୍ମୟ ଦାସ, କଣିହାଁ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଦେବଦତ୍ତ ପ୍ରଧାନ, ଜିଲ୍ଲା ଯୋଗାଣ ଅଧିକାରିଣୀ ସ୍ମିତା ନାୟକ, ଜିଲ୍ଲା ମଙ୍ଗଳ ଅଧିକାରୀ ଦିଲ୍ଲୀପ କୁମାର ମିଶ୍ର, ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରିଣୀ ପ୍ରତିଭା ବାରିକଙ୍କ ସମେତ ବିଭିନ୍ନ ଜିଲ୍ଲାସ୍ତରୀୟ ଓ ବ୍ଲକ୍ ସ୍ତରୀୟ ଅଧିକାରୀମାନେ ଯୋଗ ଦେଇଥିଲେ।

ସେହିପରି ଅନୁଗୁଳ ଜିଲ୍ଲା କାର୍ଯ୍ୟାଳୟ ଠାରେ ଅନୁଗୁଳ ଅତିରିକ୍ତ ଜିଲ୍ଲାପାଳ ପ୍ରତାପ ପ୍ରୀତିମୟଙ୍କ ଅଧ୍ୟକ୍ଷତାରେ ଜନ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। କାର୍ଯ୍ୟକ୍ରମରେ ୩୫ଟି ଅଭିଯୋଗ ଗ୍ରହଣ କରାଯାଇଥିଲା। ଶିବିରରେ ବିଭିନ୍ନ ବିଭାଗର ଜିଲ୍ଲାସ୍ତରୀୟ ଅଧିକାରୀ ଯୋଗ ଦେଇଥିଲେ।

Leave A Reply

Your email address will not be published.

error: Content is protected !!