ଅନୁଗୁଳ: ଅନୁଗୁଳ ଜିଲ୍ଲା ସ୍ତରୀୟ ମିଳିତ ଜନ ଶୁଣାଣି ଶିବିର ସୋମବାର ଜିଲ୍ଲାପାଳଙ୍କ କୋର୍ଟରୁମରେ ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ବାଇଁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଶିବିରରେ ଆରକ୍ଷୀ ଅଧ୍ୟକ୍ଷକ ଜଗମୋହନ ମୀନା ଯୋଗ ଦେଇଥିଲେ। ଦାଖଲ ହୋଇଥିବା ସମୁଦାୟ ୭୬ଟି ଅଭିଯୋଗରୁ ୬୮ଟି ବ୍ୟକ୍ତିଗତ ଓ ୮ଟି ସାମୁହିକ ଅଭିଯୋଗର ଶୁଣାଣି କରି ତୁରନ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ସମ୍ପୃକ୍ତ ବିଭାଗୀୟ ଅଧିକାରୀଙ୍କୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ।
ଏହି ଶିବିରରେ ଜିଲ୍ଲା ରେଡକ୍ରସ ପାଣ୍ଠିରୁ ଚିକିତ୍ସା ନିମନ୍ତେ ୨ଜଣଙ୍କୁ ୧୦ ହଜାର ଟଙ୍କାର ଆର୍ଥିକ ସହାୟତା ପ୍ରଦାନ କରାଯାଇଛି। ଅଭିଯୋଗ ହୋଇଥିବା ସମୁଦାୟ ୭୬ଟି ଅଭିଯୋଗ ମଧ୍ୟରୁ ୪ଟି ଅଭିଯୋଗର ତୁରନ୍ତ ଫଇସଲା କରାଯାଇଥିଲା। ଶିବିରରେ ଅନ୍ୟମାନଙ୍କ ମଧ୍ୟରେ ଅତିରିକ୍ତ ଜିଲ୍ଲାପାଳ(ସାଧାରଣ) ରଜନୀକାନ୍ତ ସ୍ବାଇଁ, ଅତିରିକ୍ତ ଜିଲ୍ଲାପାଳ (ରାଜସ୍ୱ) ସନ୍ତୋଷ କୁମାର ପ୍ରଧାନ, ଅନୁଗୁଳ ଉପଜିଲ୍ଲାପାଳ ବଇତୁରା ଦିପ୍, ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ବାସ୍ଥ୍ୟ ଅଧିକାରୀ ଡା. ତ୍ରିଲୋଚନ ପ୍ରଧାନ, ଅନୁଗୁଳ ତହସିଲଦାର ବିମଳ କୁମାର ଲେଙ୍କା, ଜିଲ୍ଲା ଶିକ୍ଷା ଅଧିକାରୀ ନିରଞ୍ଜନ ସାହୁଙ୍କ ସମେତ ବିଭିନ୍ନ ବିଭାଗର ଜିଲ୍ଲା ସ୍ତରୀୟ ଅଧିକାରୀମାନେ ଯୋଗ ଦେଇଥିଲେ।