ମୁଖ୍ୟ ଖବର

ଜିଲ୍ଲାସ୍ତରୀୟ ମିଳିତ ଜନ ଶୁଣାଣି କାର୍ଯ୍ୟକ୍ରମ: ୫୫ଟି ଅଭିଯୋଗର ଶୁଣାଣି କଲେ ଜିଲ୍ଲା ଅଧିକାରୀ

By Angul TV Bureau

December 23, 2024

ଅନୁଗୁଳ: ଜିଲ୍ଲାପାଳ ଅବଦାଲ୍ ମୁହମ୍ମଦ ଅଖତରଙ୍କ ଅଧ୍ୟକ୍ଷତାରେ ଆଜି କିଶୋରନଗର ବ୍ଲକ୍ କାର୍ଯ୍ୟାଳୟ ଠାରେ ଜିଲ୍ଲାସ୍ତରୀୟ ମିଳିତ ଜନଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଶିବିରରେ ଆରକ୍ଷୀ ଅଧିକ୍ଷକ ରାହୁଳ ଜୈନ ଯୋଗ ଦେଇଥିଲେ। ଶିବିରରେ ସମୁଦାୟ ୫୫ଟି ଅଭିଯୋଗ ଗ୍ରହଣ କରାଯାଇଥିଲା। ସେଥିମଧ୍ୟରୁ ୫୧ଟି ବ୍ୟକ୍ତିଗତ ଓ ୪ଟି ଗ୍ରାମ୍ୟଭିତ୍ତିକ ଅଭିଯୋଗର ଶୁଣାଣି ହୋଇଥିବା ବେଳେ ୨ଟି ଅଭିଯୋଗର ତୁରନ୍ତ ଫଇସଲା କରାଯାଇଥିଲା। ରେଡକ୍ରସ ପାଣ୍ଠିରୁ ୨ ଜଣଙ୍କୁ ୭ହଜାର ୫୦୦ ଟଙ୍କା ସହାୟତା ରାଶି ପ୍ରଦାନ କରାଯାଇଥିଲା।

କାର୍ଯ୍ୟକ୍ରମରେ ଜିଲ୍ଲା ପରିଷଦ ଅଧ୍ୟକ୍ଷା ବବିତା ପ୍ରଧାନ, କିଶୋରନଗର ପଞ୍ଚାୟତ ସମିତି ଅଧ୍ୟକ୍ଷା ସୌରେନ୍ଦ୍ରୀ ପ୍ରଧାନ, ଜିଲ୍ଲା ପରିଷଦ ସଭ୍ୟା ଅନୁପମା ସାହୁ, ଅତିରିକ୍ତ ଜିଲ୍ଲାପାଳ ଉଦୟ କୁମାର ମହାପାତ୍ର, ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ହେମନ୍ତ କୁମାର ସିଂହ, ଆଠମଲ୍ଲିକ ଉପଜିଲ୍ଲାପାଳ ଦିଲ୍ଲୀପ କୁମାର ବେହେରା, କିଶୋରନଗର ଗୋଷ୍ଠୀ ଉନ୍ନୟନ ଅଧିକାରୀ ବିନୋଦ ବିହାରୀ ବେହେରା, କିଶୋରନଗର ତହସିଲଦାର ମନୋଜ କୁମାର ପ୍ରଧାନ, ଜିଲ୍ଲା ଶିକ୍ଷା ଅଧିକାରିଣୀ ସୁସ୍ମିତା ସାହୁ, ଜିଲ୍ଲା ମଙ୍ଗଳ ଅଧିକାରୀ ଦିଲ୍ଲୀପ କୁମାର ମିଶ୍ର, ଜିଲ୍ଲା ଯୋଗାଣ ଅଧିକାରିଣୀ ସ୍ମିତା ନାୟକ, ଜିଲ୍ଲା ସମାଜ ମଙ୍ଗଳ ଅଧିକାରିଣୀ ନିରୁପମା ପାଣି, ଭାରପ୍ରାପ୍ତ ମୁଖ୍ୟ ଜିଲ୍ଲା କୃଷି ଅଧିକାରୀ ଦିଲ୍ଲୀପ କୁମାର ମିଶ୍ର, ଉପ- ନିର୍ଦ୍ଦେଶକ ଉଦ୍ୟାନ ଅମର ଲୁଗୁନ୍, ଜିଲ୍ଲା ଶିଳ୍ପ କେନ୍ଦ୍ର ପରିଚାଳକ ଶିବାଶିଷ କାନୁନଗୋ, ଜିଲ୍ଲା ମୁଖ୍ୟପ୍ରାଣୀ ଚିକିତ୍ସା ଅଧିକାରୀ ଡ.ନିରୋଦ ଦାସଙ୍କ ସମେତ ବିଭିନ୍ନ ଜିଲ୍ଲାସ୍ତରୀୟ ଓ ବ୍ଳକ୍‌ ସ୍ତରୀୟ ଅଧିକାରୀମାନେ ଯୋଗ ଦେଇଥିଲେ।

ସେହିପରି ଅନୁଗୁଳ ଜିଲ୍ଲା କାର୍ଯ୍ୟାଳୟ ଠାରେ ଅନୁଗୁଳ ଅତିରିକ୍ତ ଜିଲ୍ଲାପାଳ ପ୍ରତାପ ପ୍ରୀତିମୟଙ୍କ ଅଧ୍ୟକ୍ଷତାରେ ଜନ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। କାର୍ଯ୍ୟକ୍ରମରେ ୩୮ଟି ଅଭିଯୋଗ ଗ୍ରହଣ କରାଯାଇଥିଲା। ଶିବିରକୁ ଆସିଥିବା ଲୋକମାନେ ଗ୍ରାମ୍ୟ ସମସ୍ୟା, ସ୍ବାସ୍ଥ୍ୟ, ଗ୍ରାମୀଣ ଆବାସ, ଜମିଜମା ସମ୍ବନ୍ଧୀୟ, ବ୍ୟକ୍ତିଗତ ସମସ୍ୟା ସମେତ ବିଭିନ୍ନ ଅଭିଯୋଗ ଦାଖଲ କରିଥିଲେ।