ଜିଲ୍ଲାସ୍ତରୀୟ ମିଳିତ ଜନ ଶୁଣାଣି କାର୍ଯ୍ୟକ୍ରମ ଆୟୋଜିତ, ନିଜ ସମସ୍ୟା କହିଲେ ଅନୁଗୁଳବାସୀ

You are currently viewing ଜିଲ୍ଲାସ୍ତରୀୟ ମିଳିତ ଜନ ଶୁଣାଣି କାର୍ଯ୍ୟକ୍ରମ ଆୟୋଜିତ, ନିଜ ସମସ୍ୟା କହିଲେ ଅନୁଗୁଳବାସୀ

ଅନୁଗୁଳ: ରବିବାର ଜିଲ୍ଲାପାଳ ଅବଦାଲ୍ ମୁହମ୍ମଦ ଅଖତରଙ୍କ ଅଧ୍ୟକ୍ଷତାରେ ବଅଁରପାଳ ବ୍ଲକ କାର୍ଯ୍ୟାଳୟ ଠାରେ ଜିଲ୍ଲାସ୍ତରୀୟ ମିଳିତ ଜନଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରେ ଆରକ୍ଷୀ ଅଧ୍ୟକ୍ଷକ ରାହୁଲ ଜୈନ ଯୋଗ ଦେଇଥିଲେ। ଜନଶୁଣାଣି ଶିବିରରେ ସମୁଦାୟ ୮୨ଟି ଅଭିଯୋଗ ଗ୍ରହଣ କରାଯାଇଥିଲା। ସେଥିମଧ୍ୟରୁ ୭୦ଟି ବ୍ୟକ୍ତିଗତ ଓ ୧୨ଟି ଗ୍ରାମ୍ୟଭିତ୍ତିକ ଅଭିଯୋଗର ଶୁଣାଣି ହୋଇଥିବା ବେଳେ ୫ଟି ଅଭିଯୋଗର ତୁରନ୍ତ ଫଇସଲା କରାଯାଇଥିଲା। ରେଡକ୍ରସ ପାଣ୍ଠିରୁ ଜଣଙ୍କୁ ୭ ହଜାର ୫୦୦ ଟଙ୍କା ସହାୟତା ରାଶି ପ୍ରଦାନ କରାଯାଇଥିଲା।

ଏହି କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ ଉଦୟ କୁମାର ମହାପାତ୍ର, ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ହେମନ୍ତ କୁମାର ସିଂହ, ଅନୁଗୁଳ ଉପଜିଲ୍ଲାପାଳ ବରଣ୍ୟନ୍ଦୁ ମହାନ୍ତି, ଏସିଏଫ୍ କୃଷ୍ଣ ଚନ୍ଦ୍ର ସାହୁ, ବଅଁରପାଳ ତହସିଲଦାର ରବିନାରାୟଣ ଆଚାର୍ଯ୍ୟ, ବଅଁରପାଳ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଲୋଚନ ଦାସ, ଜିଲ୍ଲା ମଙ୍ଗଳ ଅଧିକାରୀ ଦିଲ୍ଲୀପ କୁମାର ମିଶ୍ର, ଉପ- ନିର୍ଦ୍ଦେଶକ ଉଦ୍ୟାନ ଅମର ଲୁଗୁନ୍, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ନାରାୟଣ ମହାପାତ୍ର, ଜିଲ୍ଲା ମୁଖ୍ୟ ପ୍ରାଣୀ ଚିକିତ୍ସା ଅଧିକାରୀ ଡ.ନିରୋଦ ଦାସଙ୍କ ସମେତ ବିଭିନ୍ନ ଜିଲ୍ଲାସ୍ତରୀୟ ଓ ବ୍ଲକ୍ ସ୍ତରୀୟ ଅଧିକାରୀମାନେ ଯୋଗ ଦେଇଥିଲେ।

ସେହିପରି ଅନୁଗୁଳ ଜିଲ୍ଲା କାର୍ଯ୍ୟାଳୟ ଠାରେ ଅନୁଗୁଳ ଅତିରିକ୍ତ ଜିଲ୍ଲାପାଳ ପ୍ରତାପ ପ୍ରୀତିମୟଙ୍କ ଅଧ୍ୟକ୍ଷତାରେ ଜନ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। କାର୍ଯ୍ୟକ୍ରମରେ ୨୫ଟି ଅଭିଯୋଗ ଗ୍ରହଣ କରାଯାଇଥିଲା। ରେଡକ୍ରସ ପାଣ୍ଠିରୁ ୨ ଜଣଙ୍କୁ ୧୦ ହଜାର ଟଙ୍କା ସହାୟତା ରାଶି ଓ ଜଣେ ଦିବ୍ୟାଙ୍ଗଙ୍କୁ ଆଶାବାଡ଼ି ପ୍ରଦାନ କରାଯାଇଥିଲା। ଶିବିରରେ ବିଭିନ୍ନ ବିଭାଗର ଜିଲ୍ଲାସ୍ତରୀୟ ଅଧିକାରୀ ଯୋଗ ଦେଇଥିଲେ। ଶିବିରକୁ ଆସିଥିବା ଲୋକମାନେ ଗ୍ରାମ୍ୟ ସମସ୍ୟା, ସ୍ବାସ୍ଥ୍ୟ, ଗ୍ରାମୀଣ ଆବାସ, ଜମିଜମା ସମ୍ବନ୍ଧୀୟ,ବ୍ୟକ୍ତିଗତ ସମସ୍ୟା ସମେତ ବିଭିନ୍ନ ଅଭିଯୋଗ ଦାଖଲ କରିଥିଲେ।

Share

Leave a Reply