ଅନୁଗୁଳ: ଅନୁଗୁଳ ଜିଲ୍ଲାପାଳ ଅବଦାଲ ମୁହମ୍ମଦ ଅଖତରଙ୍କ ଅଧ୍ୟକ୍ଷତାରେ ତାଳଚେର ବ୍ଲକ୍ କାର୍ଯ୍ୟାଳୟ ଠାରେ ସୋମବାର ଜିଲ୍ଲାସ୍ତରୀୟ ମିଳିତ ଜନଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଶିବିରରେ ଆରକ୍ଷୀ ଅଧୀକ୍ଷକ ରାହୁଳ ଜୈନ ଯୋଗ ଦେଇଥିଲେ। ଜନଶୁଣାଣି ଶିବିରରେ ସମୁଦାୟ ୨୭ଟି ଅଭିଯୋଗ ଗ୍ରହଣ କରାଯାଇଥିଲା। ସେଥିମଧ୍ୟରୁ ୧୩ଟି ବ୍ୟକ୍ତିଗତ ଓ ୧୪ଟି ଗ୍ରାମ୍ୟଭିତ୍ତିକ ଅଭିଯୋଗର ଶୁଣାଣି ହୋଇଥିବା ବେଳେ ୪ଟି ଅଭିଯୋଗର ତୁରନ୍ତ ଫଇସଲା କରାଯାଇଥିଲା। ଏହି ଶିବିରକୁ ଆସିଥିବା ଲୋକମାନେ ଗ୍ରାମ୍ୟ ସମସ୍ୟା, ସ୍ୱାସ୍ଥ୍ୟ, ଗ୍ରାମୀଣ ଆବାସ, ଜମିଜମା ସମ୍ବନ୍ଧୀୟ, ବ୍ୟକ୍ତିଗତ ସମସ୍ୟା ସମେତ ବିଭିନ୍ନ ଅଭିଯୋଗ ଦାଖଲ କରିଥିଲେ। କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ ଉଦୟ କୁମାର ମହାପାତ୍ର, ତାଳଚେର ଉପଜିଲ୍ଲାପାଳ ସମୀର କୁମାର ଜେନା, ଜିଲ୍ଲା ପରିଷଦର ଅତିରିକ୍ତ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ପଦ୍ମନାଭ ସାମନ୍ତରାୟ, ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନ ସ୍ବାସ୍ଥ୍ୟ ଅଧିକାରୀ ଡ.ଶିବାନନ୍ଦ ମହାନ୍ତି, ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରିଣୀ ପ୍ରତିଭା ବାରିକ, ଜିଲ୍ଲା ଶିଳ୍ପ କେନ୍ଦ୍ର ପରିଚାଳକ ଶିବାଶିଷ କାନୁନଗୋ, ଜିଲ୍ଲା ମୁଖ୍ୟପ୍ରାଣୀ ଚିକିତ୍ସା ଅଧିକାରୀ ଡ.ନିରୋଦ ଦାସ, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ନାରାୟଣ ମହାପାତ୍ରଙ୍କ ସମେତ ବିଭିନ୍ନ ଜିଲ୍ଲାସ୍ତରୀୟ ଓ ବ୍ଲକ୍ ସ୍ତରୀୟ ଅଧିକାରୀମାନେ ଯୋଗ ଦେଇଥିଲେ।ସେହିପରି ଅନୁଗୁଳ ଜିଲ୍ଲା କାର୍ଯ୍ୟାଳୟ ଠାରେ ଅତିରିକ୍ତ ଜିଲ୍ଲାପାଳ ପ୍ରତାପ ପ୍ରୀତିମୟଙ୍କ ଅଧ୍ୟକ୍ଷତାରେ ଜନ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। କାର୍ଯ୍ୟକ୍ରମରେ ୨୨ଟି ଅଭିଯୋଗ ଗ୍ରହଣ କରାଯାଇଥିଲା।
ଜିଲ୍ଲାସ୍ତରୀୟ ମିଳିତ ଜନ ଶୁଣାଣି କାର୍ଯ୍ୟକ୍ରମ, ୪ଟି ଅଭିଯୋଗର ହେଲା ତୁରନ୍ତ ଫଇସଲା
- Post published:January 14, 2025
- Post category:ମୁଖ୍ୟ ଖବର
- Post comments:0 Comments
- Post author:Angul TV Bureau
