ଅନୁଗୁଳ: ଜିଲ୍ଲାପାଳ ଅବଦାଲ୍ ମୁହମ୍ମଦ ଅଖତରଙ୍କ ଅଧ୍ୟକ୍ଷତାରେ ଛେଣ୍ଡିପଦା ବ୍ଲକ୍ କାର୍ଯ୍ୟାଳୟରେ ଜିଲ୍ଲାସ୍ତରୀୟ ମିଳିତ ଜନଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଶିବିରରେ ଆରକ୍ଷୀ ଅଧିକ୍ଷକ ରାହୁଳ ଜୈନ ଯୋଗ ଦେଇଥିଲେ। ସମୁଦାୟ ୨୯ଟି ଅଭିଯୋଗ ଗ୍ରହଣ କରାଯାଇଥିଲା। ସେଥି ମଧ୍ୟରୁ ୨୪ଟି ବ୍ୟକ୍ତିଗତ ଓ ୫ଟି ଗ୍ରାମ୍ୟଭିତ୍ତିକ ଅଭିଯୋଗର ଶୁଣାଣି ହୋଇଥିବା ବେଳେ ୬ଟି ଅଭିଯୋଗର ତୁରନ୍ତ ଫଇସଲା କରାଯାଇଥିଲା। ୨ ଜଣଙ୍କୁ ରେଡକ୍ରସ ପାଣ୍ଠିରୁ ମୋଟ ୧୦ ହଜାର ଟଙ୍କା ଚିକିତ୍ସା ସହାୟତା ରାଶି ପ୍ରଦାନ କରାଯାଇଥିଲା। ଏହି ଶିବିରକୁ ଆସିଥିବା ସ୍ବାସ୍ଥ୍ୟ, ଗ୍ରାମୀଣ ଆବାସ, ଜମିଜମା ସମ୍ବନ୍ଧୀୟ, ବ୍ୟକ୍ତିଗତ ସମସ୍ୟା ଦାଖଲ କରିଥିଲେ।
କାର୍ଯ୍ୟକ୍ରମରେ ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଦେବଦତ୍ତ ମହନ୍ତ, ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନ ସ୍ବାସ୍ଥ୍ୟ ଅଧିକାରୀ ଡ.ଶିବାନନ୍ଦ ମହାନ୍ତି, ଅନୁଗୁଳ ଉପଜିଲ୍ଲାପାଳ ମାୟାଧର ବେହେରା, ଛେଣ୍ଡିପଦା ତହସିଲଦାର ମାନସ ରଞ୍ଜନ ରାୟ, ଛେଣ୍ଡିପଦା ଗୋଷ୍ଠୀ ଉନ୍ନୟନ ଅଧିକାରୀ ଅରବିନ୍ଦ ବେହେରା, ଜିଲ୍ଲା ଶିକ୍ଷା ଅଧିକାରୀ ନିରଞ୍ଜନ ସାହୁ, ଜିଲ୍ଲା ମଙ୍ଗଳ ଅଧିକାରୀ ଦିଲ୍ଲୀପ କୁମାର ମିଶ୍ର, ଜିଲ୍ଲା ଯୋଗାଣ ଅଧିକାରିଣୀ ସ୍ମିତା ନାୟକ, ଜିଲ୍ଲା ଆପାତକାଳିନ ଅଧିକାରୀ ଶୁଭେନ୍ଦୁ କୁମାର ଜେନା, ଜିଲ୍ଲା ସମାଜ ମଙ୍ଗଳ ଅଧିକାରିଣୀ ନିରୁପମା ପାଣି, ମୁଖ୍ୟ ଜିଲ୍ଲା କୃଷି ଅଧିକାରୀ ଉମାଶଙ୍କର ମିଶ୍ର, ଉପ-ନିର୍ଦ୍ଦେଶକ ଉଦ୍ୟାନ ଅମର ଲୁଗୁନ୍, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ନାରାୟଣ ମହାପାତ୍ରଙ୍କ ସମେତ ବିଭିନ୍ନ ଜିଲ୍ଲାସ୍ତରୀୟ ଓ ବ୍ଲକ୍ ସ୍ତରୀୟ ଅଧିକାରୀ ମାନେ ଯୋଗ ଦେଇଥିଲେ।