ମୁଖ୍ୟ ଖବର

ଜିଲ୍ଲାସ୍ତରୀୟ ମିଳିତ ଜନ ଶୁଣାଣି କାର୍ଯ୍ୟକ୍ରମ: ୩୧ଟି ଅଭିଯୋଗର ସମାଧାନ କଲେ ଜିଲ୍ଲାପାଳ

By Angul TV Bureau

March 18, 2025

ଅନୁଗୁଳ: ସୋମବାର ଜିଲ୍ଲାପାଳ ଅବଦାଲ୍ ମୁହମ୍ମଦ ଅଖତରଙ୍କ ଅଧ୍ୟକ୍ଷତାରେ ବଅଁରପାଳ ବ୍ଲକ କାର୍ଯ୍ୟାଳୟ ଠାରେ ଜିଲ୍ଲାସ୍ତରୀୟ ମିଳିତ ଜନଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଶିବିରରେ ଆରକ୍ଷୀ ଅଧୀକ୍ଷକ ରାହୁଳ ଜୈନ ଯୋଗ ଦେଇଥିଲେ।

ଶିବିରରେ ସମୁଦାୟ ୩୧ଟି ଗ୍ରାମ୍ୟ ସମସ୍ୟା, ସ୍ବାସ୍ଥ୍ୟ, ଗ୍ରାମୀଣ ଆବାସ, ଜମିଜମା ସମ୍ବନ୍ଧୀୟ,ବ୍ୟକ୍ତିଗତ ଅଭିଯୋଗ ଗ୍ରହଣ କରାଯାଇଥିଲା। ସେଥିରୁ ୨୦ଟି ବ୍ୟକ୍ତିଗତ ଓ ୧୧ଟି ଗ୍ରାମ୍ୟଭିତ୍ତିକ ଅଭିଯୋଗର ଶୁଣାଣି ହୋଇଥିଲା। ଜଣଙ୍କୁ ରେଡକ୍ରସ ପାଣ୍ଠିରୁ ୨ ହଜାର ୫୦୦ ଟଙ୍କା ଚିକିତ୍ସା ସହାୟତା ରାଶି ପ୍ରଦାନ କରାଯାଇଥିଲା।

କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ ଉଦୟ କୁମାର ମହାପାତ୍ର, ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଦେବଦତ୍ତ ମହନ୍ତ, ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନ ସ୍ବାସ୍ଥ୍ୟ ଅଧିକାରୀ ଡ.ଶିବାନନ୍ଦ ମହାନ୍ତି, ଅନୁଗୁଳ ଉପଜିଲ୍ଲାପାଳ ମାୟାଧର ବେହେରା, ବଅଁରପାଳ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଲୋଚନ ଦାସ, ବଅଁରପାଳ ତହସିଲଦାର  ସୁଶାନ୍ତ କୁମାର ମିଶ୍ର, ଜିଲ୍ଲା ଶିକ୍ଷା ଅଧିକାରୀ ନିରଞ୍ଜନ ସାହୁ, ଉପ- ନିର୍ଦ୍ଦେଶକ ଉଦ୍ୟାନ ଅମର ଲୁଗୁନ୍, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ନାରାୟଣ ମହାପାତ୍ରଙ୍କ ସମେତ ବିଭିନ୍ନ ଜିଲ୍ଲାସ୍ତରୀୟ ଓ ବ୍ଲକ୍ ସ୍ତରୀୟ ଅଧିକାରୀ ମାନେ ଯୋଗ ଦେଇଥିଲେ।