ମୁଖ୍ୟ ଖବର

ଜିଲ୍ଲାସ୍ତରୀୟ ମିଳିତ ଜନ ଶୁଣାଣି କାର୍ଯ୍ୟକ୍ରମ:୧୮ଟି ଅଭିଯୋଗ ଗ୍ରହଣ

By Angul TV Bureau

April 15, 2025

ଅନୁଗୁଳ: ଅନୁଗୁଳ ଜିଲ୍ଲାପାଳ ଅବଦାଲ୍ ମୁହମ୍ମଦ ଅଖତରଙ୍କ ଅଧ୍ୟକ୍ଷତାରେ ଜିଲ୍ଲା ସଦର ମହକୁମା (ସର୍କିଟ ହାଉସ୍ ଅଡିଟୋରିୟମ) ଠାରେ ଜିଲ୍ଲାସ୍ତରୀୟ ମିଳିତ ଜନଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଶିବିରରେ ସମୁଦାୟ ୧୮ଟି ଅଭିଯୋଗ ଗ୍ରହଣ କରାଯାଇଥିଲା। ସେଥିରୁ ୧୭ଟି ବ୍ୟକ୍ତିଗତ ଓ ୧ଟି ଗ୍ରାମ୍ୟଭିତ୍ତିକ ଅଭିଯୋଗର ଶୁଣାଣି ହୋଇଥିବା ବେଳେ ୫ଟି ଅଭିଯୋଗର ତୁରନ୍ତ ଫଇସଲା କରାଯାଇଥିଲା। ୩ ଜଣଙ୍କୁ ରେଡକ୍ରସ ପାଣ୍ଠିରୁ ମୋଟ୍‌ ୨୫ ହଜାର ଟଙ୍କା ଚିକିତ୍ସା ସହାୟତା ରାଶି ପ୍ରଦାନ କରାଯାଇଥିଲା।

କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ ଉଦୟ କୁମାର ମହାପାତ୍ର, ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ ସୁରେନ୍ଦ୍ରନାଥ ରାୟଗୁରୁ, ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଦେବଦତ୍ତ ମହନ୍ତ, ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନ ସ୍ବାସ୍ଥ୍ୟ ଅଧିକାରୀ ଡ.ଶିବାନନ୍ଦ ମହାନ୍ତି, ଅନୁଗୁଳ ଉପଜିଲ୍ଲାପାଳ ମାୟାଧର ବେହେରା, ଅନୁଗୁଳ ଗୋଷ୍ଠୀ ଊନ୍ନୟନ ଅଧିକାରୀ ଡଃ ବିଶ୍ବଭୂଷଣ, ଅନୁଗୁଳ ତହସିଲଦାର ଆଲୋକ କୁମାର ଦେହୁରୀ, ଜିଲ୍ଲା ଶିକ୍ଷାଧିକାରୀ ନିରଞ୍ଜନ ସାହୁ, ଜିଲ୍ଲା ମଙ୍ଗଳ ଅଧିକାରୀ ଦିଲ୍ଲୀପ କୁମାର ମିଶ୍ର, ଜିଲ୍ଲା ଯୋଗାଣ ଅଧିକାରିଣୀ ସ୍ମିତା ନାୟକ, ଜିଲ୍ଲା ସମାଜ ମଙ୍ଗଳ ଅଧିକାରିଣୀ ନିରୁପମା ପାଣି, ଜିଲ୍ଲା ପଞ୍ଚାୟତ ଅଧିକାରିଣୀ ମମତା ପ୍ରଧାନ, ଉପନିର୍ଦ୍ଦେଶକ ଉଦ୍ୟାନ ଅମ୍ବର ଲୁଗୁନ୍, ଜିଲ୍ଲା ମୁଖ୍ୟପ୍ରାଣୀ ଚିକିତ୍ସା ଅଧିକାରୀ ଡ.ନିରୋଦ ଦାସ, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ନାରାୟଣ ମହାପାତ୍ରଙ୍କ ସମେତ ବିଭିନ୍ନ ଜିଲ୍ଲା ସ୍ତରୀୟ ଓ ବ୍ଲକ୍ ସ୍ତରୀୟ ଅଧିକାରୀମାନେ ଯୋଗ ଦେଇଥିଲେ।ଶିବିରକୁ ଆସିଥିବା ଲୋକମାନେ ଗ୍ରାମ୍ୟ ସମସ୍ୟା, ସ୍ବାସ୍ଥ୍ୟ, ଗ୍ରାମୀଣ ଆବାସ, ଜମିଜମା ସମ୍ବନ୍ଧୀୟ, ବ୍ୟକ୍ତିଗତ ସମସ୍ୟା ସମେତ ବିଭିନ୍ନ ଅଭିଯୋଗ ଦାଖଲ କରିଥିଲେ।