ମୁଖ୍ୟ ଖବର

ଜିଲ୍ଲାସ୍ତରୀୟ ମିଳିତ ଜନ ଶୁଣାଣି କାର୍ଯ୍ୟକ୍ରମ: ଅଭିଯୋଗ ଶୁଣିଲେ ବରିଷ୍ଠ ଜିଲ୍ଲା ଅଧିକାରୀ

By Angul TV Bureau

April 21, 2025

ଅନୁଗୁଳ: ଅତିରିକ୍ତ ଜିଲ୍ଲାପାଳ ଉଦୟ କୁମାର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ତାଳଚେର ବ୍ଲକ୍ କାର୍ଯ୍ୟାଳୟ ଠାରେ ଜିଲ୍ଲାସ୍ତରୀୟ ମିଳିତ ଜନଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଶିବିରରେ ସମୁଦାୟ ୫୬ଟି ଅଭିଯୋଗ ଗ୍ରହଣ କରାଯାଇଥିଲା। ସେଥିରୁ ୩୧ଟି ବ୍ୟକ୍ତିଗତ ଓ ୨୫ଟି ଗ୍ରାମ୍ୟଭିତ୍ତିକ ଅଭିଯୋଗର ଶୁଣାଣି ହୋଇଥିବା ବେଳେ ୫ଟିର ତୁରନ୍ତ ଫଇସଲା କରାଯାଇଛି। ଶିବିରକୁ ଆସିଥିବା ଲୋକମାନେ ଗ୍ରାମ୍ୟ ସମସ୍ୟା, ସ୍ବାସ୍ଥ୍ୟ, ଗ୍ରାମୀଣ ଆବାସ, ଜମିଜମା ସମ୍ବନ୍ଧୀୟ, ବ୍ୟକ୍ତିଗତ ସମସ୍ୟା ସମେତ ବିଭିନ୍ନ ଅଭିଯୋଗ ଦାଖଲ କରିଥିଲେ।

କାର୍ଯ୍ୟକ୍ରମରେ ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଦେବଦତ୍ତ ମହନ୍ତ, ତାଳଚେର ଉପଜିଲ୍ଲାପାଳ ସମୀର କୁମାର ଜେନା, ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ ଅନୀଲ କୁମାର ବେଉରିଆ, ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନ ସ୍ବାସ୍ଥ୍ୟ ଅଧିକାରୀ ଡ.ଶିବାନନ୍ଦ ମହାନ୍ତି, ତାଳଚେର ତହସିଲଦାର ଆଲଫା ଜେନା, ତାଳଚେର ଗୋଷ୍ଠୀ ଉନ୍ନୟନ ଅଧିକାରୀ ସୁଶାନ୍ତ କୁମାର ବରାଳ, ଜିଲ୍ଲା ଶିକ୍ଷା ଅଧିକାରୀ ନିରଞ୍ଜନ ସାହୁ, ଜିଲ୍ଲା ମଙ୍ଗଳ ଅଧିକାରୀ ଦିଲ୍ଲୀପ କୁମାର ମିଶ୍ର, ଜିଲ୍ଲା ସମାଜ ମଙ୍ଗଳ ଅଧିକାରିଣୀ ନିରୁପମା ପାଣି, ଉପ- ନିର୍ଦ୍ଦେଶକ ଉଦ୍ୟାନ ଅମର ଲୁଗୁନ୍, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ନାରାୟଣ ମହାପାତ୍ରଙ୍କ ସମେତ ବିଭିନ୍ନ ଜିଲ୍ଲାସ୍ତରୀୟ ଓ ବ୍ଲକସ୍ତରୀୟ ଅଧିକାରୀ ଯୋଗ ଦେଇଥିଲେ।