ମୁଖ୍ୟ ଖବର

ଅନୁଗୁଳରେ ଜିଲ୍ଲାସ୍ତରୀୟ ମିଳିତ ଜନ ଶୁଣାଣି କାର୍ଯ୍ୟକ୍ରମ: ୫ ଜଣଙ୍କୁ ଆୟୁଷ୍ମାନ ବୟୋ ବନ୍ଦନା କାର୍ଡ ବଣ୍ଟନ

By Angul TV Bureau

April 29, 2025

ଅନୁଗୁଳ: ଅନୁଗୁଳ ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଦେବଦତ୍ତ ମହନ୍ତଙ୍କ ଅଧ୍ୟକ୍ଷତାରେ ବଅଁରପାଳ ବ୍ଳକ୍ କାର୍ଯ୍ୟାଳୟରେ ଜିଲ୍ଲାସ୍ତରୀୟ ମିଳିତ ଜନଶୁଣାଣି କାର୍ଯ୍ୟକ୍ରମ ଆୟୋଜିତ ହୋଇଛି। ଶିବିରରେ ୨୯ଟି ଅଭିଯୋଗ ଗ୍ରହଣ କରାଯାଇଥିବା ବେଳେ ୨୪ଟି ବ୍ୟକ୍ତିଗତ ଓ ୫ଟି ଗ୍ରାମ୍ୟଭିତ୍ତିକ ଅଭିଯୋଗର ଶୁଣାଣି ହୋଇଥିଲା। ଏହି ଅବସରରେ ୫ ଜଣଙ୍କୁ ଆୟୁଷ୍ମାନ ବୟୋ ବନ୍ଦନା କାର୍ଡ ବଣ୍ଟନ କରାଯାଇଥିଲା। ଶିବିରକୁ ମୁଖ୍ୟତଃ ଗ୍ରାମ୍ୟ ସମସ୍ୟା, ସ୍ୱାସ୍ଥ୍ୟ, ଗ୍ରାମୀଣ ଆବାସ, ଜମିଜମା ସମ୍ବନ୍ଧୀୟ, ବ୍ୟକ୍ତିଗତ ସମସ୍ୟା ନେଇ ଲୋକେ ଆସିଥିଲେ।କାର୍ଯ୍ୟକ୍ରମରେ ଅନୁଗୁଳ ଉପଜିଲ୍ଲାପାଳ ମାୟାଧର ବେହେରା, ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଅନିଲ କୁମାର ବେଉରିଆ, ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନ ସ୍ବାସ୍ଥ୍ୟ ଅଧିକାରୀ ଡ.ଶିବାନନ୍ଦ ମହାନ୍ତି, ଡେପୁଟି କଲେକ୍ଟର ଜୟଜିତ ଧଳ, ବଅଁରପାଳ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଲୋଚନ ଦାସ, ବଅଁରପାଳ ତହସିଲଦାର ସୁଶାନ୍ତ କୁମାର ମିଶ୍ର, ଜିଲ୍ଲାଯୋଗାଣ ଅଧିକାରିଣୀ ସ୍ମିତା ନାୟକ, ଜିଲ୍ଲା ଶିକ୍ଷାଧିକାରୀ ନିରଞ୍ଜନ ସାହୁ, ଜିଲ୍ଲା ମଙ୍ଗଳ ଅଧିକାରୀ ଦିଲ୍ଲୀପ କୁମାର ମିଶ୍ର, ଜିଲ୍ଲା ସମାଜ ମଙ୍ଗଳ ଅଧିକାରିଣୀ ନିରୁପମା ପାଣି, ଉପନିର୍ଦ୍ଦେଶକ ଉଦ୍ୟାନ ଅମର ଲୁଗୁନ୍, ଜିଲ୍ଲା ଶିଳ୍ପ କେନ୍ଦ୍ର ମହାପ୍ରବନ୍ଧକ ଶିବାଶିଷ କାନୁନ୍‌ଗୋ, ଜିଲ୍ଲା ମୁଖ୍ୟପ୍ରାଣୀ ଚିକିତ୍ସା ଅଧିକାରୀ ଡ.ନିରୋଦ ଦାସ, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ନାରାୟଣ ମହାପାତ୍ରଙ୍କ ସମେତ ବିଭିନ୍ନ ଜିଲ୍ଲାସ୍ତରୀୟ ଓ ବ୍ଲକସ୍ତରୀୟ ଅଧିକାରୀ ଯୋଗ ଦେଇଥିଲେ।