ମୁଖ୍ୟ ଖବର

କଣିହାଁରେ ଜିଲ୍ଲାସ୍ତରୀୟ ମିଳିତ ଜନ ଶୁଣାଣି: ୬୭ଟି ଅଭିଯୋଗ ଗ୍ରହଣ, ୫ଟିର ତୁରନ୍ତ ଫଇସଲା କଲେ ଅତିରିକ୍ତ ଜିଲ୍ଲାପାଳ

By Angul TV Bureau

May 06, 2025

ଅନୁଗୁଳ:  ଅତିରିକ୍ତ ଜିଲ୍ଲାପାଳ ଉଦୟ କୁମାର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ସୋମବାର କଣିହାଁ ବ୍ଲକ୍ କାର୍ଯ୍ୟାଳୟ ଠାରେ ଜିଲ୍ଲାସ୍ତରୀୟ ମିଳିତ ଜନଶୁଣାଣି କାର୍ଯ୍ୟକ୍ରମ ଆୟୋଜିତ ହୋଇଛି। ଶିବିରରେ ୬୭ଟି ଅଭିଯୋଗ ଗ୍ରହଣ କରାଯାଇଥିଲା। ସେଥ‌ିମଧ୍ୟରୁ ୪୭ଟି ବ୍ୟକ୍ତିଗତ ଓ ୨୦ଟି ଗ୍ରାମ୍ୟଭିତ୍ତିକ ଅଭିଯୋଗର ଶୁଣାଣି ହୋଇଛି। ୫ଟି ଅଭିଯୋଗର ତୁରନ୍ତ ଫଇସଲା କରାଯାଇ ଜଣଙ୍କୁ ରେଡକ୍ରସ ପାଣ୍ଠିରୁ ୫ ହଜାର ଟଙ୍କା ଚିକିତ୍ସା ସହାୟତା ରାଶି ପ୍ରଦାନ କରାଯାଇଛି।

କାର୍ଯ୍ୟକ୍ରମରେ ଅତିରିକ୍ତ ଆରକ୍ଷୀ ଅଧ୍ୟକ୍ଷକ ସୁରେନ୍ଦ୍ରନାଥ ରାୟଗୁରୁ, ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଦେବଦତ୍ତ ମହନ୍ତ, ତାଳଚେର ଉପଜିଲ୍ଲାପାଳ ସମୀର କୁମାର ଜେନା, ଡେପୁଟି କଲେକ୍ଟର ଶୁଭଦର୍ଶନ ମିଶ୍ର, ଅତିରିକ୍ତ ଜନ ସ୍ୱାସ୍ଥ୍ୟ ଅଧିକାରୀ (ଭେକ୍ଟର ବାହିତରୋଗ) ଡା. ପୂର୍ଣ୍ଣିମା ଉଦଗାତା, କଣିହାଁ ତହସିଲଦାର ଚିନ୍ମୟ ଦାସ, କଣିହାଁ ଗୋଷ୍ଠୀ ଉନ୍ନୟନ ଅଧିକାରୀ ତ୍ରିବିକ୍ରମ କୁମୁରା, ଜିଲ୍ଲା ଶିକ୍ଷା ଅଧିକାରୀ ନିରଞ୍ଜନ ସାହୁ, ଜିଲ୍ଲା ମଙ୍ଗଳ ଅଧିକାରୀ ଦିଲ୍ଲୀପ କୁମାର ମିଶ୍ର, ଜିଲ୍ଲା ଯୋଗାଣ ଅଧିକାରିଣୀ ସ୍ମିତା ନାୟକ, ଜିଲ୍ଲା ସମାଜ ମଙ୍ଗଳ ଅଧିକାରିଣୀ ନିରୁପମା ପାଣି, ମୁଖ୍ୟ ଜିଲ୍ଲା କୃଷି ଅଧିକାରୀ ଉମା ଶଙ୍କର ମିଶ୍ର, ଉପନିର୍ଦ୍ଦେଶକ ଉଦ୍ୟାନ ଅମର ଲୁଗୁନ୍, ଜିଲ୍ଲା ଶିଳ୍ପ କେନ୍ଦ୍ର ମହାପ୍ରବନ୍ଧକ ଶିବାଶିଷ କାନୁନଗୋ, ଜିଲ୍ଲା ମୁଖ୍ୟପ୍ରାଣୀ ଚିକିତ୍ସା ଅଧିକାରୀ ଡ.ନିରୋଦ ଦାସଙ୍କ ସମେତ ବିଭିନ୍ନ ଜିଲ୍ଲାସ୍ତରୀୟ ଓ ବ୍ଲକ୍ ସ୍ତରୀୟ ଅଧିକାରୀ ଉପସ୍ଥିତ ଥିଲେ।