ମୁଖ୍ୟ ଖବର

ଜିଲ୍ଲାସ୍ତରୀୟ ମିଳିତ ଜନ ଶୁଣାଣି କାର୍ଯ୍ୟକ୍ରମ: ୬ଟି ଅଭିଯୋଗର ତୁରନ୍ତ ଫଇସଲା କଲେ ଜିଲ୍ଲାପାଳ

By Angul TV Bureau

May 13, 2025

ଅନୁଗୁଳ: ଆଜି ଜିଲ୍ଲାପାଳ ଅବଦାଲ ମୁହମ୍ମଦ ଅଖତରଙ୍କ ଅଧ୍ୟକ୍ଷତାରେ ଜିଲ୍ଲା ସଦର ମହକୁମା ସର୍କିଟ ହାଉସ୍ ଅଡିଟୋରିୟମ୍‌ରେ ଜିଲ୍ଲାସ୍ତରୀୟ ମିଳିତ ଜନଶୁଣାଣି ଅନୁଷ୍ଠିତ ହୋଇଛି। ଶିବିରରେ ଆରକ୍ଷୀ ଅଧୀକ୍ଷକ ରାହୁଲ ଜୈନ ଯୋଗ ଦେଇଥିଲେ। ଏଠାରେ ସମୁଦାୟ ୩୭ଟି ଅଭିଯୋଗ ଗ୍ରହଣ କରାଯାଇଥିଲା। ସେଥ‌ିରୁ ୩୧ଟି ବ୍ୟକ୍ତିଗତ ଓ ୬ଟି ଗ୍ରାମ୍ୟଭିତ୍ତିକ ଅଭିଯୋଗର ଶୁଣାଣି ହୋଇଥିବା ବେଳେ ୬ଟି ଅଭିଯୋଗର ତୁରନ୍ତ ଫଇସଲା କରାଯାଇଥିଲା। ୩ ଜଣଙ୍କୁ ରେଡକ୍ରସ୍‌ ପାଣ୍ଠିରୁ ମୋଟ ୧୭ ହଜାର ୫୦୦ଟଙ୍କା ଚିକିତ୍ସା ସହାୟତା ରାଶି ପ୍ରଦାନ କରାଯାଇଥିଲା।

କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ ଉଦୟ କୁମାର ମହାପାତ୍ର, ଅତିରିକ୍ତ ଜିଲ୍ଲାପାଳ ପ୍ରତାପ ପ୍ରୀତିମୟ, ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଦେବଦତ୍ତ ମହନ୍ତ, ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନ ସ୍ବାସ୍ଥ୍ୟ ଅଧିକାରୀ ଡ. ଶିବାନନ୍ଦ ମହାନ୍ତି, ଉପଜିଲ୍ଲାପାଳ ମାୟାଧର ବେହେରା, ଗୋଷ୍ଠୀ ଉନ୍ନୟନ ଅଧିକାରୀ ଡଃ ବିଶ୍ୱଭୂଷଣ, ତହସିଲଦାର ଆଲୋକ କୁମାର ଦେହୁରୀ, ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଜୟଜିତ୍ ଧଳ, ଜିଲ୍ଲା ଶିକ୍ଷା ଅଧିକାରୀ ନିରଞ୍ଜନ ସାହୁ, ଜିଲ୍ଲା ମଙ୍ଗଳ ଅଧିକାରୀ ଦିଲ୍ଲୀପ କୁମାର ମିଶ୍ର, ଜିଲ୍ଲା ଯୋଗାଣ ଅଧିକାରିଣୀ ସ୍ମିତା ନାୟକ, ଜିଲ୍ଲା ସମାଜ ମଙ୍ଗଳ ଅଧିକାରିଣୀ ନିରୁପମା ପାଣି, ମୁଖ୍ୟ ଜିଲ୍ଲା କୃଷି ଅଧିକାରୀ ଉମା ଶଙ୍କର ମିଶ୍ର, ଉପନିର୍ଦ୍ଦେଶକ ଉଦ୍ୟାନ ଅମର ଲୁଗୁନ୍, ଜିଲ୍ଲା ଶିଳ୍ପ କେନ୍ଦ୍ର ମହାପ୍ରବନ୍ଧକ ଶିବାଶିଷ କାନୁନଗୋ, ଜିଲ୍ଲା ମୁଖ୍ୟପ୍ରାଣୀ ଚିକିତ୍ସା ଅଧିକାରୀ ଡ.ନିରୋଦ ଦାସ, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ନାରାୟଣ ମହାପାତ୍ରଙ୍କ ସମେତ ବିଭିନ୍ନ ଜିଲ୍ଲାସ୍ତରୀୟ ଓ ବ୍ଲକ୍ ସ୍ତରୀୟ ଅଧିକାରୀ ଉପସ୍ଥିତ ଥିଲେ।