ଜିଲ୍ଲାସ୍ତରୀୟ ମିଳିତ ଜନ ଶୁଣାଣି କାର୍ଯ୍ୟକ୍ରମ, ୨୫ଟି ଅଭିଯୋଗ ଗ୍ରହଣ

You are currently viewing ଜିଲ୍ଲାସ୍ତରୀୟ ମିଳିତ ଜନ ଶୁଣାଣି କାର୍ଯ୍ୟକ୍ରମ, ୨୫ଟି ଅଭିଯୋଗ ଗ୍ରହଣ

ଅନୁଗୁଳ: ଅନୁଗୁଳ ଜିଲ୍ଲାପାଳ ଅବଦାଲ୍ ମୁହମ୍ମଦ ଅଖତରଙ୍କ ଅଧ୍ୟକ୍ଷତାରେ ମଙ୍ଗଳବାର ସର୍କିଟ ହାଉସ୍ ଅଡିଟୋରିୟମରେ ଜିଲ୍ଲାସ୍ତରୀୟ ମିଳିତ ଜନଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଶିବିରରେ ସମୁଦାୟ ୨୫ଟି ଅଭିଯୋଗ ଗ୍ରହଣ କରାଯାଇଥିଲା। ସେଥିମଧ୍ୟରୁ ୨୨ଟି ବ୍ୟକ୍ତିଗତ ଓ ୩ଟି ଗ୍ରାମ୍ୟଭିତ୍ତିକ ଅଭିଯୋଗର ଶୁଣାଣି ହୋଇଥିବା ବେଳେ ୬ଟି ଅଭିଯୋଗର ତୁରନ୍ତ ଫଇସଲା କରାଯାଇଛି। ୩ ଜଣଙ୍କୁ ରେଡକ୍ରସ ପାଣ୍ଠିରୁ ମୋଟ ୨୨ ହଜାର ୫୦୦ଟଙ୍କା ଚିକିତ୍ସା ସହାୟତା ରାଶି ପ୍ରଦାନ କରାଯାଇଛି। ଏହି ଶିବିରକୁ ଆସିଥିବା ଲୋକମାନେ ଗ୍ରାମ୍ୟ ସମସ୍ୟା, ସ୍ବାସ୍ଥ୍ୟ, ଗ୍ରାମୀଣ ଆବାସ, ଜମିଜମା ସମ୍ବନ୍ଧୀୟ,ବ୍ୟକ୍ତିଗତ ସମସ୍ୟା ସମେତ ବିଭିନ୍ନ ଅଭିଯୋଗ ଦାଖଲ କରିଥିଲେ।

କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ ଉଦୟ କୁମାର ମହାପାତ୍ର, ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ ସୁରେନ୍ଦ୍ରନାଥ ରାୟଗୁରୁ, ଉପଜିଲ୍ଲାପାଳ ମାୟାଧର ବେହେରା, ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନ ସ୍ବାସ୍ଥ୍ୟ ଅଧିକାରୀ ଡ.ଶିବାନନ୍ଦ ମହାନ୍ତି, ତହସିଲଦାର ଆଲୋକ କୁମାର ଦେହୁରୀ, ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଜୟଜିତ୍ ଧଳ, ଜିଲ୍ଲା ଶିକ୍ଷା ଅଧିକାରୀ ନିରଞ୍ଜନ ସାହୁ, ଜିଲ୍ଲା ମଙ୍ଗଳ ଅଧିକାରୀ ଦିଲ୍ଲୀପ କୁମାର ମିଶ୍ର, ଜିଲ୍ଲା ଯୋଗାଣ ଅଧିକାରିଣୀ ସ୍ମିତା ନାୟକ, ଜିଲ୍ଲା
ସମାଜ ମଙ୍ଗଳ ଅଧିକାରିଣୀ ନିରୁପମା ପାଣି, ଉପନିର୍ଦ୍ଦେଶକ ଉଦ୍ୟାନ ଅମର ଲୁଗୁନ୍, ଜିଲ୍ଲା ଶିଳ୍ପ କେନ୍ଦ୍ର ମହାପ୍ରବନ୍ଧକ ଶିବାଶିଷ କାନୁନଗୋ, ଜିଲ୍ଲା ମୁଖ୍ୟପ୍ରାଣୀ ଚିକିତ୍ସା ଅଧିକାରୀ ଡ.ନିରୋଦ
ଦାସ, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ନାରାୟଣ ମହାପାତ୍ରଙ୍କ ସମେତ ବିଭିନ୍ନ ଜିଲ୍ଲାସ୍ତରୀୟ ଓ ବ୍ଲକ୍ ସ୍ତରୀୟ ଅଧିକାରୀମାନେ ଯୋଗ ଦେଇଥିଲେ।

Share

Leave a Reply