ମୁଖ୍ୟ ଖବର

ଅନୁଗୁଳରେ ଜିଲ୍ଲାସ୍ତରୀୟ ମିଳିତ ଜନ ଶୁଣାଣି କାର୍ଯ୍ୟକ୍ରମ: ୬୬ଟି ଅଭିଯୋଗ ଦାଖଲ କଲେ ଅଞ୍ଚଳବାସୀ

By Angul TV Bureau

June 02, 2025

ଅନୁଗୁଳ: ଆଜି ଜିଲ୍ଲାପାଳ ଅବଦାଲ୍ ମୁହମ୍ମଦ ଅଖତରଙ୍କ ଅଧ୍ୟକ୍ଷତାରେ ତାଳଚେର ବ୍ଲକ୍ କାର୍ଯ୍ୟାଳୟରେ ଜିଲ୍ଲାସ୍ତରୀୟ ମିଳିତ ଜନଶୁଣାଣି ଅନୁଷ୍ଠିତ ହୋଇଛି। ଶିବିରରେ ଆରକ୍ଷୀ ଅଧୀକ୍ଷକ ରାହୁଲ ଜୈନ ଯୋଗ ଦେଇଥିଲେ। ଶିବିରରେ ମୋଟ ୬୬ଟି ଅଭିଯୋଗ ଗ୍ରହଣ କରାଯାଇଥିଲା। ସେଥିରୁ ୩୯ଟି ବ୍ୟକ୍ତିଗତ ଓ ୨୭ଟି ଗ୍ରାମ୍ୟଭିତ୍ତିକ ଅଭିଯୋଗର ଶୁଣାଣି ହୋଇଥିବା ବେଳେ ୨ଟି ଅଭିଯୋଗର ତୁରନ୍ତ ଫଇସଲା କରାଯାଇଥିଲା। ଶିବିରକୁ ଆସିଥ‌ିବା ଲୋକମାନେ ଗ୍ରାମ୍ୟ ସମସ୍ୟା, ସ୍ବାସ୍ଥ୍ୟ, ଗ୍ରାମୀଣ ଆବାସ, ଜମିଜମା ସମ୍ବନ୍ଧୀୟ,ବ୍ୟକ୍ତିଗତ ସମସ୍ୟା ସମେତ ବିଭିନ୍ନ ଅଭିଯୋଗ କରିଥିଲେ।

କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ ଉଦୟ କୁମାର ମହାପାତ୍ର, ତାଳଚେର ଉପଜିଲ୍ଲାପାଳ ସମୀର କୁମାର ଜେନା, ଜିଲ୍ଲା ପରିଷଦର ଅତିରିକ୍ତ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟନିର୍ବାହୀ ଅଧିକାରୀ ପଦ୍ମନାଭ ସାମନ୍ତରାୟ, ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନ ସ୍ୱାସ୍ଥ୍ୟ ଅଧିକାରୀ ଡ.ଗୌରୀ ଶଙ୍କର ବଳ, ତାଳଚେର ତହସିଲଦାର ଆଲଫା ଜେନା, ତାଳଚେର ଗୋଷ୍ଠୀ ଉନ୍ନୟନ ଅଧିକାରୀ ସୁଶାନ୍ତ କୁମାର ବରାଳ, ଜିଲ୍ଲା ଶିକ୍ଷାଧିକାରୀ ନିରଞ୍ଜନ ସାହୁ, ଜିଲ୍ଲା ମଙ୍ଗଳ ଅଧିକାରୀ ଦିଲ୍ଲୀପ କୁମାର ମିଶ୍ର, ଜିଲ୍ଲା ଯୋଗାଣ ଅଧିକାରିଣୀ ସ୍ମିତା ନାୟକ, ଜିଲ୍ଲା ସମାଜ ମଙ୍ଗଳ ଅଧିକାରିଣୀ ନିରୁପମା ପାଣି, ଜିଲ୍ଲା ଶିଳ୍ପ କେନ୍ଦ୍ର ମହାପ୍ରବନ୍ଧକ ଶିବାଶିଷ କାନୁନଗୋ, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ନାରାୟଣ ମହାପାତ୍ରଙ୍କ ସମେତ ବିଭିନ୍ନ ଜିଲ୍ଲାସ୍ତରୀୟ ଓ ବ୍ଲକ୍‌ସ୍ତରୀୟ ଅଧିକାରୀମାନେ ଯୋଗ ଦେଇଥିଲେ।