ଅନୁଗୁଳରେ ଜିଲ୍ଲାସ୍ତରୀୟ ମିଳିତ ଜନ ଶୁଣାଣି ଶିବିର, ୫୧ଟି ଅଭିଯୋଗ ଗ୍ରହଣ

You are currently viewing ଅନୁଗୁଳରେ ଜିଲ୍ଲାସ୍ତରୀୟ ମିଳିତ ଜନ ଶୁଣାଣି ଶିବିର, ୫୧ଟି ଅଭିଯୋଗ ଗ୍ରହଣ

ଅନୁଗୁଳ: ଜିଲ୍ଲାପାଳ ଅବଦାଲ୍ ମୁହମ୍ମଦ ଅଖତରଙ୍କ ଅଧ୍ୟକ୍ଷତାରେ ଜିଲ୍ଲା ସଦର ମହକୁମାଠାରେ ସୋମବାର ଜିଲ୍ଲାସ୍ତରୀୟ ମିଳିତ ଜନଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଶିବିରରେ ଆରକ୍ଷୀ ଅଧୀକ୍ଷକ ରାହୁଲ ଜୈନ ଯୋଗ ଦେଇଥିଲେ।

ଶିବିରରେ ସମୁଦାୟ ୫୧ଟି ଅଭିଯୋଗ ଗ୍ରହଣ କରାଯାଇଥିଲା। ସେଥ‌ିମଧ୍ୟରୁ ୪୦ଟି ବ୍ୟକ୍ତିଗତ ଓ ୧୧ଟି ଗ୍ରାମ୍ୟଭିତ୍ତିକ ଅଭିଯୋଗର ଶୁଣାଣି ହୋଇଥ‌ିବା ବେଳେ ୧୧ଟି ଅଭିଯୋଗର ତୁରନ୍ତ ଫଇସଲା କରାଯାଇଥିଲା। ୩ ଜଣଙ୍କୁ ରେଡକ୍ରସ ପାଣ୍ଠିରୁ ମୋଟ ୧୫ ହଜାର ଟଙ୍କା ଚିକିତ୍ସା ସହାୟତା ରାଶି ପ୍ରଦାନ କରାଯାଇଥିଲା। ଏହି ଶିବିରକୁ ଆସିଥିବା ଲୋକମାନେ ଗ୍ରାମ୍ୟ ସମସ୍ୟା, ସ୍ବାସ୍ଥ୍ୟ, ଗ୍ରାମୀଣ ଆବାସ, ଜମିଜମା ସମ୍ବନ୍ଧୀୟ, ବ୍ୟକ୍ତିଗତ ସମସ୍ୟା ସମେତ ବିଭିନ୍ନ ଅଭିଯୋଗ ଦାଖଲ କରିଥିଲେ।

କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ ଉଦୟ କୁମାର ମହାପାତ୍ର, ଅତିରିକ୍ତ ଜିଲ୍ଲାପାଳ ପ୍ରତାପ ପ୍ରୀତିମୟ, ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଦେବଦତ୍ତ ମହନ୍ତ, ଅନୁଗୁଳ ଉପଜିଲ୍ଲାପାଳ ମାୟାଧର ବେହେରା, ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ବାସ୍ଥ୍ୟ ଅଧିକାରୀ ଡ.ଗୌରୀ ଶଙ୍କର ବଳ, ଅନୁଗୁଳ ତହସିଲଦାର ଆଲୋକ କୁମାର ଦେହୁରୀ, ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଜୟଜିତ୍ ଧଳ, ଜିଲ୍ଲା ଶିକ୍ଷା ଅଧିକାରୀ ନିରଞ୍ଜନ ସାହୁ, ଜିଲ୍ଲା ଯୋଗାଣ ଅଧିକାରିଣୀ ସ୍ମିତା ନାୟକ, ଜିଲ୍ଲା ସମାଜ ମଙ୍ଗଳ ଅଧିକାରିଣୀ ନିରୁପମା ପାଣି, ଉପ- ନିର୍ଦ୍ଦେଶକ ଉଦ୍ୟାନ ଅମ୍ବର ଲୁଗୁନ୍, ଜିଲ୍ଲା ଶିଳ୍ପ କେନ୍ଦ୍ର ମହାପ୍ରବନ୍ଧକ ଶିବାଶିଷ କାନୁନଗୋ, ଜିଲ୍ଲା ମୁଖ୍ୟପ୍ରାଣୀ ଚିକିତ୍ସା ଅଧିକାରୀ ଡ.ନିରୋଦ ଦାସ, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ନାରାୟଣ ମହାପାତ୍ରଙ୍କ ସମେତ ବିଭିନ୍ନ ଜିଲ୍ଲାସ୍ତରୀୟ ଓ ବ୍ଲକ୍ ସ୍ତରୀୟ ଅଧିକାରୀମାନେ ଯୋଗ ଦେଇଥିଲେ।

Share

Leave a Reply