ମୁଖ୍ୟ ଖବର

ଜିଲ୍ଲାସ୍ତରୀୟ ମିଳିତ ଜନ ଶୁଣାଣି କାର୍ଯ୍ୟକ୍ରମ: ୭୧ଟି ଅଭିଯୋଗ ଗ୍ରହଣ

By Angul TV Bureau

July 08, 2025

ଅନୁଗୁଳ: ଜିଲ୍ଲାପାଳ ଅବଦାଲ୍ ମୁହମ୍ମଦ ଅତରଙ୍କ ଅଧ୍ୟକ୍ଷତାରେ କିଶୋରନଗର ବ୍ଲକ୍‌ କାର୍ଯ୍ୟାଳୟ ଠାରେ ଜିଲ୍ଲାସ୍ତରୀୟ ମିଳିତ ଜନଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଶିବିରରେ ଆରକ୍ଷୀ ଅଧୀକ୍ଷକ ରାହୁଳ ଜୈନ ଯୋଗ ଦେଇଥିଲେ। ସମୁଦାୟ ୭୧ଟି ଅଭିଯୋଗ ଗ୍ରହଣ କରାଯାଇଥିଲା। ସେଥିମଧ୍ୟରୁ ୫୨ଟି ବ୍ୟକ୍ତିଗତ ଓ ୧୯ଟି ଗ୍ରାମ୍ୟଭିଭିକ ଅଭିଯୋଗର ଶୁଣାଣି ହୋଇଥିବାବେଳେ ୫ଟି ଅଭିଯୋଗର ତୁରନ୍ତ ଫଇସଲା କରାଯାଇଥିଲା । ୨ଜଣଙ୍କୁ ରେଡକ୍ରସ ପାଣ୍ଠିରୁ ୧୦ହଜାର ଟଙ୍କା ଚିକିତ୍ସା ସହାୟତା ରାଶି ପ୍ରଦାନ କରାଯାଇଥିଲା ଲ।

କାର୍ଯ୍ୟକ୍ରମରେ ଜିଲ୍ଲା ପରିଷଦ ଅଧ୍ୟକ୍ଷା ବବିତା ପ୍ରଧାନ, ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଦେବଦତ୍ତ ମହନ୍ତ, ଆଇଏଏସ୍ ପ୍ରୋବେସନର କସ୍ତୁରୀ ସା, ଜିଲ୍ଲା ମୁଖ୍ୟ ଚିକିସ୍ ଓ ଜନ ସ୍ବାସ୍ଥ୍ୟ ଅଧୁକାରୀ ଡ.ଗୌରୀ ଶଙ୍କର ବଳ, କିଶୋରନଗର ତହସିଲଦାର ବିକ୍ରମ ନାୟକ, କିଶୋରନଗର ଗୋଷ୍ଠୀ ଉନ୍ନୟନ ଅଧିକାରୀ ସୁବ୍ରତ କୁମାର ବେହେରା, ଜିଲ୍ଲା ଶିକ୍ଷା ଅଧିକାରୀ ନିରଞ୍ଜନ ସାହୁ, ଜିଲ୍ଲା ମଙ୍ଗଳ ଅଧ୍ବକାରୀ ଦିଲ୍ଲୀପ କୁମାର ମିଶ୍ର, ଜିଲ୍ଲା ଯୋଗାଣ ଅଧିକାରୀ ଶ୍ରୀନିବାସ ସାହୁ, ଜିଲ୍ଲା ସମାଜ ମଙ୍ଗଳ ଅଧିକାରିଣୀ ନିରୁପମା ପାଣି, ମୁଖ୍ୟ ଜିଲ୍ଲା କୃଷି ଅଧିକାରୀ ଊମା ଶଙ୍କର ମିଶ୍ର, ଉପ- ନିର୍ଦ୍ଦେଶକ ଉଦ୍ୟାନ ଅମ୍ବର ଲୁଗୁନ୍, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ନାରାୟଣ ମହାପାତ୍ରଙ୍କ ସମେତ ବିଭିନ୍ନ ଜିଲ୍ଲା ସ୍ତରୀୟ ଓ ବ୍ଲକ୍ ସ୍ତରୀୟ ଅଧିକାରୀମାନେ ଯୋଗ ଦେଇଥିଲେ।