ଜିଲ୍ଲାସ୍ତରୀୟ ମିଳିତ ଜନ ଶୁଣାଣି କାର୍ଯ୍ୟକ୍ରମ, ୨ଜଣଙ୍କୁ ରେଡକ୍ରସ ସହାୟତା

You are currently viewing ଜିଲ୍ଲାସ୍ତରୀୟ ମିଳିତ ଜନ ଶୁଣାଣି କାର୍ଯ୍ୟକ୍ରମ, ୨ଜଣଙ୍କୁ ରେଡକ୍ରସ ସହାୟତା

ଅନୁଗୁଳ: ଜିଲ୍ଲାପାଳ ଅବଦାଲ୍ ମୁହମ୍ମଦ ଅଖତରଙ୍କ ଅଧ୍ୟକ୍ଷତାରେ ସୋମବାର କଣିହାଁ ବ୍ଲକ୍ କାର୍ଯ୍ୟାଳୟ ଠାରେ ଜିଲ୍ଲାସ୍ତରୀୟ ମିଳିତ ଜନଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଶିବିରରେ ସମୁଦାୟ ୨୬ଟି ଅଭିଯୋଗ ଗ୍ରହଣ କରାଯାଇଥିଲା। ସେଥିରୁ ୨୦ଟି ବ୍ୟକ୍ତିଗତ ଓ ୬ଟି ଗ୍ରାମ୍ୟଭିତ୍ତିକ ଅଭିଯୋଗର ଶୁଣାଣି ହୋଇଥିବାବେଳେ ୪ଟି ଅଭିଯୋଗର ତୁରନ୍ତ ଫଇସଲା କରାଯାଇଥିଲା। ଏଥିସହ ୨ଜଣଙ୍କୁ ରେଡକ୍ରସ ପାଣ୍ଠିରୁ ୭ହଜାର ୫୦୦ଟଙ୍କା ଚିକିତ୍ସା ସହାୟତା ରାଶି ପ୍ରଦାନ କରାଯାଇଥିଲା।

କାର୍ଯ୍ୟକ୍ରମରେ ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଦେବଦତ୍ତ ମହନ୍ତ, ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ ସୁରେନ୍ଦ୍ରନାଥ ରାୟଗୁରୁ, ତାଳଚେର ଉପଜିଲ୍ଲାପାଳ ସମୀର କୁମାର ଜେନା, ଡେପୁଟି କଲେକ୍ଟର ଶୁଭଦର୍ଶନ ମିଶ୍ର, ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନ ସ୍ବାସ୍ଥ୍ୟ ଅଧିକାରୀ ଡ.ଗୌରୀ ଶଙ୍କର ବଳ, କଣିହାଁ ତହସିଲଦାର ଚିନ୍ମୟ ଦାସ, କଣିହାଁ ଗୋଷ୍ଠୀ ଉନ୍ନୟନ ଅଧିକାରୀ ତ୍ରିବିକ୍ରମ କୁମୁରା, ଜିଲ୍ଲା ଶିକ୍ଷା ଅଧିକାରୀ ନିରଞ୍ଜନ ସାହୁ, ଜିଲ୍ଲା ମଙ୍ଗଳ ଅଧିକାରୀ ଦିଲ୍ଲୀପ କୁମାର ମିଶ୍ର, ଜିଲ୍ଲା ଯୋଗାଣ ଅଧିକାରୀ ଶ୍ରୀନିବାସ ସାହୁ, ଜିଲ୍ଲା ସମାଜ ମଙ୍ଗଳ ଅଧିକାରିଣୀ ନିରୁପମା ପାଣି, ମୁଖ୍ୟ ଜିଲ୍ଲା କୃଷି ଅଧିକାରୀ ଉମା ଶଙ୍କର ମିଶ୍ର, ଜିଲ୍ଲା ମୁଖ୍ୟପ୍ରାଣୀ ଚିକିତ୍ସା ଅଧିକାରୀ ଡ.ନିରୋଦ ଦାସ, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ନାରାୟଣ ମହାପାତ୍ରଙ୍କ ସମେତ ବିଭିନ୍ନ ଜିଲ୍ଲା ସ୍ତରୀୟ ଓ ବ୍ଳକସ୍ତରୀୟ ଅଧିକାରୀମାନେ ଯୋଗ ଦେଇଥିଲେ।

Share

Leave a Reply