ମୁଖ୍ୟ ଖବର

ଜିଲ୍ଲା ସ୍ତରୀୟ ମିଳିତ ଜନ ଶୁଣାଣି

By Angul TV Bureau

July 28, 2025

ଅନୁଗୁଳ: ଆଜି ଜିଲ୍ଲାପାଳ ଅବଦାଲ୍ ମୁହମ୍ମଦ ଅଖତରଙ୍କ ଅଧ୍ୟକ୍ଷତାରେ ତାଳଚେର ବ୍ଲକ୍ କାର୍ଯ୍ୟାଳୟ ଠାରେ ଜିଲ୍ଲା ସ୍ତରୀୟ ମିଳିତ ଜନଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରେ ଆରକ୍ଷୀ ଅଧିକ୍ଷକ ରାହୁଳ ଜୈନ ଯୋଗ ଦେଇଥିଲେ।

ଜନଶୁଣାଣି ଶିବିରରେ ସମୁଦାୟ ୭୦ଟି ଅଭିଯୋଗ ଗ୍ରହଣ କରାଯାଇଥିଲା। ସେଥିମଧ୍ୟରୁ ୫୯ଟି ବ୍ୟକ୍ତିଗତ ଓ ୧୧ଟି ଗ୍ରାମ୍ୟଭିତ୍ତିକ ଅଭିଯୋଗର ଶୁଣାଣି ହୋଇଥିବାବେଳେ ୪ଟି ଅଭିଯୋଗର ତୁରନ୍ତ ଫଇସଲା କରାଯାଇଥିଲା।

ଏହି କାର୍ଯ୍ୟକ୍ରମରେ ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଦେବଦତ୍ତ ମହନ୍ତ, ଆଇଏଏସ୍ ପ୍ରୋବେସନର କସ୍ତୁରୀ ସା, ତାଳଚେର ଉପଜିଲ୍ଲାପାଳ ସମୀର କୁମାର ଜେନା, ଅତିରିକ୍ତ ଜନ ସ୍ୱାସ୍ଥ୍ୟ ଅଧିକାରୀ (ଭେକ୍ଟର ବାହିତ ରୋଗ) ଡା. ପୂର୍ଣ୍ଣିମା ଉଦଗାତା, ତାଳଚେର ଗୋଷ୍ଠୀ ଉନ୍ନୟନ ଅଧିକାରୀ ସୁଶାନ୍ତ କୁମାର ବରାଳ, ତାଳଚେର ତହସିଲଦାର ଆଲଫା ଜେନା, ଜିଲ୍ଲା ଶିକ୍ଷା ଅଧିକାରୀ ନିରଞ୍ଜନ ସାହୁ, ଜିଲ୍ଲା ମଙ୍ଗଳ ଅଧିକାରୀ ଦିଲ୍ଲିପ କୁମାର ମିଶ୍ର, ଜିଲ୍ଲା ଯୋଗାଣ ଅଧିକାରୀ ଶ୍ରୀନିବାସ ସାହୁ, ଜିଲ୍ଲା ସମାଜ ମଙ୍ଗଳ ଅଧିକାରିଣୀ ନିରୁପମା ପାଣି, ମୁଖ୍ୟ ଜିଲ୍ଲା କୃଷି ଅଧିକାରୀ ଊମା ଶଙ୍କର ମିଶ୍ର, ଜିଲ୍ଲା ମୁଖ୍ୟପ୍ରାଣୀ ଚିକିତ୍ସା ଅଧିକାରୀ ଡ.ନିରୋଦ ଦାସ, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ନାରାୟଣ ମହାପାତ୍ରଙ୍କ ସମେତ ବିଭିନ୍ନ ଜିଲ୍ଲା ସ୍ତରୀୟ ଓ ବ୍ଳକ୍ ସ୍ତରୀୟ ଅଧିକାରୀମାନେ ଯୋଗ ଦେଇଥିଲେ।

ଏହି ଶିବିରକୁ ଆସିଥିବା ଲୋକମାନେ ଗ୍ରାମ୍ୟ ସମସ୍ୟା, ସ୍ବାସ୍ଥ୍ୟ, ଗ୍ରାମୀଣ ଆବାସ, ଜମିଜମା ସମ୍ବନ୍ଧୀୟ,ବ୍ୟକ୍ତିଗତ ସମସ୍ୟା ସମେତ ବିଭିନ୍ନ ଅଭିଯୋଗ ଦାଖଲ କରିଥିଲେ।