ଅନୁଗୁଳ: ଆଜି ଜିଲ୍ଲାପାଳ ଅବଦାଲ ମୁହମ୍ମଦ ଅଖତରଙ୍କ ଅଧ୍ୟକ୍ଷତାରେ ପାଳଲହଡା ଉପଜିଲ୍ଲାପାଳଙ୍କ ସଭାଗୃହ ଠାରେ ଜିଲ୍ଲା ସ୍ତରୀୟ ମିଳିତ ଜନଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଜନଶୁଣାଣି ଶିବିରରେ ସମୁଦାୟ ୮୧ଟି ଅଭିଯୋଗ ଗ୍ରହଣ କରାଯାଇଥିଲା । ସେଥି ମଧ୍ୟରୁ ୬୬ଟି ବ୍ୟକ୍ତିଗତ ଓ ୧୫ଟି ଗ୍ରାମ୍ୟଭିତ୍ତିକ ଅଭିଯୋଗର ଶୁଣାଣି ହୋଇଥିବାବେଳେ ୬ଟି ଅଭିଯୋଗର ତୁରନ୍ତ ଫଇସଲା କରାଯାଇଥିଲା । ୩ଜଣଙ୍କୁ ରେଡକ୍ରସ ପାଣ୍ଠିରୁ ୨୦ ହଜାର ଟଙ୍କା ଚିକିତ୍ସା ସହାୟତା ରାଶି ପ୍ରଦାନ କରାଯାଇଥିଲା।
ଏହି କାର୍ଯ୍ୟକ୍ରମରେ ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଦେବଦତ୍ତ ମହନ୍ତ, ପାଳଲହଡା ପଞ୍ଚାୟତ ସମିତି ଅଧ୍ୟକ୍ଷା ରିନାରାଣୀ ନାୟକ, ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନ ସ୍ବାସ୍ଥ୍ୟ ଅଧିକାରୀ ଡ. ମଦନ ମୋହନ ପ୍ରଧାନ, ପାଳଲହଡା ଉପଜିଲ୍ଲାପାଳ ରବିନ୍ଦ୍ର କୁମାର ପଟେଲ, ଗୋଷ୍ଠୀ ଉନ୍ନୟନ ଅଧିକାରୀ ନିଶାନ ମିଶ୍ର, ତହସିଲଦାର ଆକାଂକ୍ଷା ମହାପାତ୍ର, ଉପଖଣ୍ଡ ପୋଲିସ ଅଧିକାରୀ କୈଳାଶ ଚନ୍ଦ୍ର ସେଠୀ, ଜିଲ୍ଲା ଶିକ୍ଷା ଅଧିକାରୀ ଶ୍ରୀ ନିରଞ୍ଜନ ସାହୁ, ମଙ୍ଗଳ ଅଧିକାରୀ ଦିଲ୍ଲିପ କୁମାର ମିଶ୍ର, ଯୋଗାଣ ଅଧିକାରୀ ଶ୍ରୀନିବାସ ସାହୁ, ମୁଖ୍ୟ ଜିଲ୍ଲା କୃଷି ଅଧିକାରୀ ଉମା ଶଙ୍କର ମିଶ୍ର, ଉପ ନିର୍ଦ୍ଦେଶକ ଊଦ୍ୟାନ ଅମର ଲୁଗୁନ୍ଙ୍କ ସମେତ ବିଭିନ୍ନ ଜିଲ୍ଲା ସ୍ତରୀୟ ଓ ବ୍ଲକ୍ ସ୍ତରୀୟ ଅଧିକାରୀମାନେ ଯୋଗ ଦେଇଥିଲେ। ଏହି ଶିବିରକୁ ଆସିଥିବା ଲୋକମାନେ ଗ୍ରାମ୍ୟ ସମସ୍ୟା, ସ୍ବାସ୍ଥ୍ୟ, ଗ୍ରାମୀଣ ଆବାସ, ଜମିଜମା ସମ୍ବନ୍ଧୀୟ,ବ୍ୟକ୍ତିଗତ ସମସ୍ୟା ସମେତ ବିଭିନ୍ନ ଅଭିଯୋଗ ଦାଖଲ କରିଥିଲେ ।











