ପାଳଲହଡାରେ ଅଭିଯୋଗ ଶୁଣିଲେ ଜିଲ୍ଲାପାଳ

You are currently viewing ପାଳଲହଡାରେ ଅଭିଯୋଗ ଶୁଣିଲେ ଜିଲ୍ଲାପାଳ

ଅନୁଗୁଳ: ସୋମବାର ଜିଲ୍ଲାପାଳ ଅବଦାଲ୍ ମୁହମ୍ମଦ ଅଖତରଙ୍କ ଅଧ୍ୟକ୍ଷତାରେ ପାଳଲହଡା ଉପଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଜିଲ୍ଲା ସ୍ତରୀୟ ମିଳିତ ଜନଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରେ ଆରକ୍ଷୀ ଅଧିକ୍ଷକ ରାହୁଳ ଜୈନ ଯୋଗ ଦେଇଥିଲେ ଜନଶୁଣାଣି ଶିବିରରେ ସମୁଦାୟ ୭୮ଟି ଅଭିଯୋଗ ଗ୍ରହଣ କରାଯାଇଥିଲା। ସେଥିମଧ୍ୟରୁ ୫୭ଟି ବ୍ୟକ୍ତିଗତ ଓ ୨୧ଟି ଗ୍ରାମ୍ୟଭିତ୍ତିକ ଅଭିଯୋଗର ଶୁଣାଣି ହୋଇଥିବାବେଳେ ୫ଟି ଅଭିଯୋଗର ତୁରନ୍ତ ଫଇସଲା କରାଯାଇଥିଲା । ୨ଜଣଙ୍କୁ ରେଡକ୍ରସ ପାଣ୍ଠିରୁ ୧୫ ହଜାର ଟଙ୍କା ଚିକିତ୍ସା ସହାୟତା ରାଶି ପ୍ରଦାନ କରାଯାଇଥିଲା।

ଏହି କାର୍ଯ୍ୟକ୍ରମରେ ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ବାସ୍ଥ୍ୟ ଅଧିକାରୀ ଡ.ମଦନ ମୋହନ ପ୍ରଧାନ, ପାଳଲହଡା ଉପଜିଲ୍ଲାପାଳ ରବିନ୍ଦ୍ର କୁମାର ପଟେଲ, ତହସିଲଦାର ଆକାଂକ୍ଷା ମହାପାତ୍ର, ଗୋଷ୍ଠୀ ଊନ୍ନୟନ ଅଧିକାରୀ ନିଶାନ ମିଶ୍ର, ଜିଲ୍ଲା ଶିକ୍ଷା ଅଧିକାରୀ  ନିରଞ୍ଜନ ସାହୁ, ମଙ୍ଗଳ ଅଧିକାରୀ ଦିଲ୍ଲୀପ କୁମାର ମିଶ୍ର, ଯୋଗାଣ ଅଧିକାରୀ ଶ୍ରୀନିବାସ ସାହୁ, ସମାଜ ମଙ୍ଗଳ ଅଧିକାରିଣୀ ନିରୁପମା ପାଣି, ମୁଖ୍ୟ କୃଷି ଅଧିକାରୀ ଉମା ଶଙ୍କର ମିଶ୍ର, ଉପ- ନିର୍ଦ୍ଦେଶକ ଊଦ୍ୟାନ ଅମ୍ବର ଲୁଗୁନ୍, ଜିଲ୍ଲା ଶିଳ୍ପ କେନ୍ଦ୍ର ମହାପ୍ରବନ୍ଧକ ଶିବାଶିଷ କାନୁନଗୋ, ମୁଖ୍ୟପ୍ରାଣୀ ଚିକିତ୍ସା ଅଧିକାରୀ ଡ.ନିରୋଦ ଦାସ, ସାମାଜିକ ସୁରକ୍ଷା ଅଧିକାରୀ ନାରାୟଣ ମହାପାତ୍ରଙ୍କ ସମେତ ବିଭିନ୍ନ ଜିଲ୍ଲା ସ୍ତରୀୟ ଓ ବ୍ଲକ୍ ସ୍ତରୀୟ ଅଧିକାରୀମାନେ ଯୋଗ ଦେଇଥିଲେ। ଏହି ଶିବିରକୁ ଆସିଥିବା ଲୋକମାନେ ଗ୍ରାମ୍ୟ ସମସ୍ୟା, ସ୍ବାସ୍ଥ୍ୟ, ଗ୍ରାମୀଣ ଆବାସ, ଜମିଜମା ସମ୍ବନ୍ଧୀୟ,ବ୍ୟକ୍ତିଗତ ସମସ୍ୟା ସମେତ ବିଭିନ୍ନ ଅଭିଯୋଗ ଦାଖଲ କରିଥିଲେ ।

Share

Leave a Reply