ଅନୁଗୁଳ: ଅନୁଗୁଳ ଜିଲ୍ଲା ଛେଣ୍ଡିପଦା ପଞ୍ଚାୟତ ସମିତି କାର୍ଯ୍ୟାଳୟରେ ଜିଲ୍ଲା ସ୍ତରୀୟ ମିଳିତ ଜନଶୁଣାଣି କାର୍ଯ୍ୟକ୍ରମ ଅତିରିକ୍ତ ଜିଲ୍ଲାପାଳ ଉଦୟ କୁମାର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଜନଶୁଣାଣି ଶିବିରରେ ସମୁଦାୟ ୩୪ ଟି ଅଭିଯୋଗ ଗ୍ରହଣ କରାଯାଇଥିଲା। ସେଥିମଧ୍ୟରୁ ୨୫ଟି ବ୍ୟକ୍ତିଗତ ଓ ୯ ଟି ଗ୍ରାମ୍ୟଭିତ୍ତିକ ଅଭିଯୋଗର ଶୁଣାଣି ହୋଇଥିବା ବେଳେ ୧ଟି ଅଭିଯୋଗର ତୁରନ୍ତ ଫଇସଲା କରାଯାଇଥିଲା।
ଏଥିରେ ଅତିରିକ୍ତ କାର୍ଯ୍ୟନିର୍ବାହୀ ଅଧିକାରୀ ଜିଲ୍ଲା ପରିଷଦ, ଗୌରବମୟ ପ୍ରଧାନ, ଉପ-ଜିଲ୍ଲାପାଳ, ମାୟାଧର ବେହେରା, ଛେଣ୍ଡିପଦା ତହସିଲଦାର, ମାନସ ରାୟ, ଗୋଷ୍ଠୀ ଉନ୍ନୟନ ଅଧିକାରୀ, ଅରବିନ୍ଦ ବେହେରା, ଜିଲ୍ଲା ଶିକ୍ଷା ଅଧିକାରୀ ନିରଞ୍ଜନ ସାହୁ, ମଙ୍ଗଳ ଅଧିକାରୀ ଦିଲ୍ଲୀପ କୁମାର ମିଶ୍ର, ଯୋଗାଣ ଅଧିକାରୀ ଶ୍ରୀନିବାସ ସାହୁ,ସମାଜ ମଙ୍ଗଳ ଅଧିକାରୀ ନିରୂପମା ପାଣି, ଉପ ନିର୍ଦେଶକ ଉଦ୍ୟାନ ଅମର ଲଗୁନ, ଡିଆଇସି ଶୁଭାଶିଷ କାନୁନଗୋ, ମୁଖ୍ୟ ପ୍ରାଣୀ ସମ୍ପଦ ଅଧିକାରୀ ଡ. ସତ୍ୟନାରାୟଣ ସାହୁ, ସାମାଜିକ ସୁରକ୍ଷା ଅଧିକାରୀ ନାରାୟଣ ମହାପାତ୍ରଙ୍କ ସମେତ ଜିଲ୍ଲା ସ୍ତରୀୟ ଓ ବ୍ଲକ୍ ସ୍ତରୀୟ ଅଧିକାରୀମାନେ ଯୋଗ ଦେଇଥିଲେ।
