ମୁଖ୍ୟ ଖବର

ତାଳଚେରରେ ଜିଲ୍ଲା ସ୍ତରୀୟ ମିଳିତ ଜନ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ: ୫ଟି ଅଭିଯୋଗର ତୁରନ୍ତ ଫଇସଲା

By Angul TV Bureau

November 25, 2025

ଅନୁଗୁଳ: ସୋମବାର ଅନୁଗୁଳ ଜିଲ୍ଲାପାଳ ଅବଦାଲ୍ ମହମ୍ମଦ ଅଖତରଙ୍କ ଅଧ୍ୟକ୍ଷତାରେ ତାଳଚେର ପଞ୍ଚାୟତ ସମିତି ସଭାଗୃହ ଠାରେ ଜିଲ୍ଲା ସ୍ତରୀୟ ମିଳିତ ଜନଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ଆରକ୍ଷୀ ଅଧିକ୍ଷକ ରାହୁଳ ଜୈନ ଯୋଗ ଦେଇଥିଲେ।

ଏହି ଜନଶୁଣାଣି ଶିବିରରେ ସମୁଦାୟ ୫୯ଟି ଅଭିଯୋଗ ଗ୍ରହଣ କରାଯାଇଥିଲା। ସେଥିମଧ୍ୟରୁ ୪୫ଟି ବ୍ୟକ୍ତିଗତ ଓ ୧୪ଟି ଗ୍ରାମ୍ୟଭିତ୍ତିକ ଅଭିଯୋଗ ଥିଲା। ଶୁଣାଣି ସମୟରେ ୫ଟି ଅଭିଯୋଗର ତୁରନ୍ତ ଫଇସଲା କରାଯାଇଥିଲା।

ଏହି ଅବସରରେ ଜଣେ ବ୍ୟକ୍ତିଙ୍କୁ ରେଡକ୍ରସ ପାଣ୍ଠିରୁ ଚିକିତ୍ସା ସହାୟତା ବାବଦରେ ମୋଟ ୧୦ ହଜାର ଟଙ୍କା ପ୍ରଦାନ କରାଯାଇଥିଲା। ଶିବିରକୁ ଆସିଥିବା ଲୋକମାନେ ମୁଖ୍ୟତଃ ଗ୍ରାମ୍ୟ ସମସ୍ୟା, ସ୍ୱାସ୍ଥ୍ୟ, ଗ୍ରାମୀଣ ଆବାସ, ଜମିଜମା ଏବଂ ବ୍ୟକ୍ତିଗତ ସମସ୍ୟା ସମ୍ବନ୍ଧୀୟ ବିଭିନ୍ନ ଅଭିଯୋଗ ଦାଖଲ କରିଥିଲେ।

ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଦେବଦତ୍ତ ମହନ୍ତ, ତାଳଚେର ଉପଜିଲ୍ଲାପାଳ ସମୀର କୁମାର ଜେନା, ତାଳଚେର ତହସିଲଦାର ଆଲଫା ଜେନା, ତାଳଚେର ଗୋଷ୍ଠୀ ଉନ୍ନୟନ ଅଧିକାରୀ ସୁଶାନ୍ତ କୁମାର ବରାଳ, ଜିଲ୍ଲା ଶିକ୍ଷା ଅଧିକାରୀ ନିରଞ୍ଜନ ସାହୁ ଏବଂ ଅନ୍ୟାନ୍ୟ ଜିଲ୍ଲା ଓ ବ୍ଲକ୍ ସ୍ତରୀୟ ଅଧିକାରୀମାନେ ଏହି କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ।