ଅନୁଗୁଳ: ଆଜି ଜିଲ୍ଲାପାଳ ଅବଦାଲ୍ ମୁହମ୍ମଦ ଅଖତରଙ୍କ ଅଧ୍ୟକ୍ଷତାରେ ପାଳଲହଡା ଉପଜିଲ୍ଲାପାଳଙ୍କ ସଭାଗୃହ ଠାରେ ଜିଲ୍ଲା ସ୍ତରୀୟ ମିଳିତ ଜନଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଜନଶୁଣାଣି ଶିବିରରେ ସମୁଦାୟ ୮୪ଟି ଅଭିଯୋଗ ଗ୍ରହଣ କରାଯାଇଥିଲା ।ସେଥିମଧ୍ୟରୁ ୭୦ଟି ବ୍ୟକ୍ତିଗତ ଓ ୧୪ଟି ଗ୍ରାମ୍ୟଭିତ୍ତିକ ଅଭିଯୋଗର ଶୁଣାଣି ହୋଇଥିବାବେଳେ ୭ଟି ଅଭିଯୋଗର ତୁରନ୍ତ ଫଇସଲା କରାଯାଇଥିଲା। ୨ ଜଣଙ୍କୁ ରେଡକ୍ରସ ପାଣ୍ଠିରୁ ମୋଟ ୧୦ ହଜାର ୫୦୦ଟଙ୍କା ଚିକିତ୍ସା ସହାୟତା ରାଶି ପ୍ରଦାନ କରାଯାଇଥିଲା ।
ଏହି କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ ଉଦୟ କୁମାର ମହାପାତ୍ର, ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଦେବଦତ୍ତ ମହନ୍ତ, ପାଳଲହଡା ଉପଜିଲ୍ଲାପାଳ ରବିନ୍ଦ୍ର କୁମାର ପଟେଲ,ବତହସିଲଦାର ଆକାଂକ୍ଷା ମହାପାତ୍ର, ସହକାରୀ ଜିଲ୍ଲାପାଳ ସଞ୍ଜୟ କୁମାର ଭୋଇ, ଜିଲ୍ଲା ଶିକ୍ଷା ଅଧିକାରୀ ନିରଞ୍ଜନ ସାହୁ,ମଙ୍ଗଳ ଅଧିକାରୀ ଦିଲ୍ଲିପ କୁମାର ମିଶ୍ର, ଯୋଗାଣ ଅଧିକାରୀ ଶ୍ରୀନିବାସ ସାହୁ, ସମାଜ ମଙ୍ଗଳ ଅଧିକାରିଣୀ ନିରୁପମା ପାଣି, ମୁଖ୍ୟ ଜିଲ୍ଲା କୃଷି ଅଧିକାରୀ ଉମା ଶଙ୍କର ମିଶ୍ର, ଉପ- ନିର୍ଦେଶକ ଊଦ୍ୟାନ ଅମର ଲୁଗୁନ୍, ସାମାଜିକ ସୁରକ୍ଷା ଅଧିକାରୀ ନାରାୟଣ ମହାପାତ୍ରଙ୍କ ସମେତ ବିଭିନ୍ନ ଜିଲ୍ଲା ସ୍ତରୀୟ ଓ ବ୍ଳକ୍ ସ୍ତରୀୟ ଅଧିକାରୀମାନେ ଯୋଗ ଦେଇଥିଲେ । ଏହି ଶିବିରକୁ ଆସିଥିବା ଲୋକମାନେ ଗ୍ରାମ୍ୟ ସମସ୍ୟା, ସ୍ବାସ୍ଥ୍ୟ, ଗ୍ରାମୀଣ ଆବାସ, ଜମିଜମା ସମ୍ବନ୍ଧୀୟ, ବ୍ୟକ୍ତିଗତ ସମସ୍ୟା ସମେତ ବିଭିନ୍ନ ଅଭିଯୋଗ ଦାଖଲ କରିଥିଲେ ।











