ଅନୁଗୁଳ: ଆଜି ଜିଲ୍ଲାପାଳ ଅବଦାଲ୍ ମୁହମ୍ମଦ ଅଖତରଙ୍କ ଅଧ୍ୟକ୍ଷତାରେ ତାଳଚେର ପଞ୍ଚାୟତ ସମିତି ସଭାଗୃହ ଠାରେ ଜିଲ୍ଲାସ୍ତରୀୟ ମିଳିତ ଜନଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଶିବିରରେ ସମୁଦାୟ ୪୯ଟି ଅଭିଯୋଗ ଗ୍ରହଣ କରାଯାଇଥିଲା। ସେଥିରୁ ୩୧ଟି ବ୍ୟକ୍ତିଗତ ଓ ୧୮ଟି ଗ୍ରାମ୍ୟଭିତ୍ତିକ ଅଭିଯୋଗର ଶୁଣାଣି ହୋଇଥିବାବେଳେ ୬ଟି ଅଭିଯୋଗର ତୁରନ୍ତ ଫଇସଲା କରାଯାଇଥିଲା।
କାର୍ଯ୍ୟକ୍ରମରେ ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଦେବଦତ୍ତ ମହନ୍ତ, ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନ ସ୍ବାସ୍ଥ୍ୟ ଅଧିକାରୀ ଡ.ମଦନ ମୋହନ ପ୍ରଧାନ, ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ ରାଜୀବ ଲୋଚନ ପଣ୍ଡା, ତାଳଚେର ତହସିଲଦାର ଆଲଫା ଜେନା, ତାଳଚେର ଗୋଷ୍ଠୀ ଉନ୍ନୟନ ଅଧିକାରୀ ସୁଶାନ୍ତ କୁମାର ବରାଳ, ସହକାରୀ ଜିଲ୍ଲାପାଳ ସଞ୍ଜୟ କୁମାର ଭୋଇ, ଜିଲ୍ଲା ଶିକ୍ଷା ଅଧିକାରୀ ନିରଞ୍ଜନ ସାହୁ, ଜିଲ୍ଲା ମଙ୍ଗଳ ଅଧିକାରୀ ଦିଲ୍ଲୀପ କୁମାର ମିଶ୍ର, ଜିଲ୍ଲା ଯୋଗାଣ ଅଧିକାରୀ ଶ୍ରୀନିବାସ ସାହୁ, ଜିଲ୍ଲା ସମାଜ ମଙ୍ଗଳ ଅଧିକାରିଣୀ ନିରୁପମା ପାଣି, ଉପ- ନିର୍ଦ୍ଦେଶକ ଉଦ୍ୟାନ ଅମ୍ବର ଲୁଗୁନ୍, ମୁଖ୍ୟ ଜିଲ୍ଲା କୃଷି ଅଧିକାରୀ ଉମା ଶଙ୍କର ମିଶ୍ର, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ନାରାୟଣ ମହାପାତ୍ରଙ୍କ ସମେତ ବିଭିନ୍ନ ଜିଲ୍ଲାସ୍ତରୀୟ ଓ ବ୍ଲକସ୍ତରୀୟ ଅଧିକାରୀମାନେ ଯୋଗ ଦେଇଥିଲେ।


