ଜିଲ୍ଲାସ୍ତରୀୟ ମିଳିତ ଜନ ଶୁଣାଣି ଶିବିର: ୪୭ଟିବ୍ୟକ୍ତିଗତ ଓ ୧୪ଟି ଗ୍ରାମ୍ୟଭିତ୍ତିକ ଅଭିଯୋଗର ଶୁଣାଣି

You are currently viewing ଜିଲ୍ଲାସ୍ତରୀୟ ମିଳିତ ଜନ ଶୁଣାଣି ଶିବିର: ୪୭ଟିବ୍ୟକ୍ତିଗତ ଓ ୧୪ଟି ଗ୍ରାମ୍ୟଭିତ୍ତିକ ଅଭିଯୋଗର ଶୁଣାଣି

ଅନୁଗୁଳ: ଆଜି ଜିଲ୍ଲାପାଳ ଅବଦାଲ ମୁହମ୍ମଦ ଅଖତରଙ୍କ ଅଧ୍ୟକ୍ଷତାରେ ଛେଣ୍ଡିପଦା ପଞ୍ଚାୟତ ସମିତି କାର୍ଯ୍ୟାଳୟ ଠାରେ ଜିଲ୍ଲାସ୍ତରୀୟ ମିଳିତ ଜନଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।ଶିବିରରେ ଆରକ୍ଷୀ ଅଧୀକ୍ଷକ ରାହୁଲ ଜୈନ ଯୋଗ ଦେଇଥିବା ବେଳେ ସମୁଦାୟ ୬୧ଟି ଅଭିଯୋଗ ଗ୍ରହଣ କରାଯାଇଥିଲା।ସେଥିମଧ୍ୟରୁ ୪୭ଟି ବ୍ୟକ୍ତିଗତ ଓ ୧୪ଟି ଗ୍ରାମ୍ୟଭିତ୍ତିକ ଅଭିଯୋଗର ଶୁଣାଣି ହୋଇଥିବା ବେଳେ ୬ଟି ଅଭିଯୋଗର ତୁରନ୍ତ ଫଇସଲା କରାଯାଇଥିଲା। ୨ ଜଣଙ୍କୁ ରେଡକ୍ରସ ପାଣ୍ଠିରୁ ୧୨ ହଜାର ୫୦୦ ଟଙ୍କା ଚିକିତ୍ସା ସହାୟତା ରାଶି ପ୍ରଦାନ କରାଯାଇଥିଲା।

କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ ଉଦୟ କୁମାର ମହାପାତ୍ର, ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟନିର୍ବାହୀ ଅଧିକାରୀ ଦେବଦତ୍ତ ମହନ୍ତ, ଛେଣ୍ଡିପଦା ପଞ୍ଚାୟତ ସମିତି ଅଧ୍ୟକ୍ଷା ସୁମିତ୍ରା ସାହୁ, ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନ ସ୍ବାସ୍ଥ୍ୟ ଅଧିକାରୀ ଡ.ମଦନ ମୋହନ ପ୍ରଧାନ, ଛେଣ୍ଡିପଦା ତହସିଲଦାର ମାନସ ରଞ୍ଜନ ରାୟ, ଜିଲ୍ଲା ଶିକ୍ଷା ଅଧିକାରୀ ନିରଞ୍ଜନ ସାହୁ, ଜିଲ୍ଲା ମଙ୍ଗଳ ଅଧିକାରୀ ଦିଲ୍ଲୀପ କୁମାର ମିଶ୍ର, ଜିଲ୍ଲା ଯୋଗାଣ ଅଧିକାରୀ ଶ୍ରୀନିବାସ ସାହୁ, ଜିଲ୍ଲା ସମାଜ ମଙ୍ଗଳ ଅଧିକାରିଣୀ ନିରୁପମା ପାଣି, ଉପ-ନିର୍ଦ୍ଦେଶକ ଉଦ୍ୟାନ ଅମ୍ବର ଲୁଗୁନ୍, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ନାରାୟଣ ମହାପାତ୍ରଙ୍କ ସମେତ ବିଭିନ୍ନ ଜିଲ୍ଲାସ୍ତରୀୟ ଓ  ବ୍ଳକ୍ ସ୍ତରୀୟ ଅଧିକାରୀ ଉପସ୍ଥିତ ଥିଲେ।

Share

Leave a Reply