କଣିହାଁରେ ଜିଲ୍ଲା ସ୍ତରୀୟ ମିଳିତ ଜନ ଶୁଣାଣି କାର୍ଯ୍ୟକ୍ରମ: ୩ଜଣଙ୍କୁ ୨୨ ହଜାର ଟଙ୍କା ସହାୟତା ପ୍ରଦାନ

You are currently viewing କଣିହାଁରେ ଜିଲ୍ଲା ସ୍ତରୀୟ ମିଳିତ ଜନ ଶୁଣାଣି କାର୍ଯ୍ୟକ୍ରମ: ୩ଜଣଙ୍କୁ ୨୨ ହଜାର ଟଙ୍କା ସହାୟତା ପ୍ରଦାନ

ଅନୁଗୁଳ: ସୋମବାର ଜିଲ୍ଲାପାଳ ଅବଦାଲ୍ ମୁହମ୍ମଦ ଅଖତରଙ୍କ ଅଧ୍ୟକ୍ଷତାରେ ପବିତ୍ର ମୋହନ ସଭାଗୃହ କଣିହାଁ ଠାରେ ଜିଲ୍ଲା ସ୍ତରୀୟ ମିଳିତ ଜନଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଜନଶୁଣାଣି ଶିବିରରେ ସମୁଦାୟ ୩୪ଟି ଅଭିଯୋଗ ଗ୍ରହଣ କରାଯାଇଥିଲା। ସେଥ‌ିମଧ୍ୟରୁ ୨୮ଟି ବ୍ୟକ୍ତିଗତ ଓ ୬ଟି ଗ୍ରାମ୍ୟଭିତ୍ତିକ ଅଭିଯୋଗର ଶୁଣାଣି ହୋଇଥିବାବେଳେ ୮ଟି ଅଭିଯୋଗର ତୁରନ୍ତ ଫଇସଲା କରାଯାଇଥିଲା। ୩ଜଣଙ୍କୁ ରେଡକ୍ରସ ପାଣ୍ଠିରୁ ୨୨ ହଜାର ୫୦୦ ଟଙ୍କା ଚିକିତ୍ସା ସହାୟତା ରାଶି ପ୍ରଦାନ କରାଯାଇଥିଲା ।

ଏହି କାର୍ଯ୍ୟକ୍ରମରେ ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଦେବଦତ୍ତ ମହନ୍ତ, ତାଳଚେର ଉପଜିଲ୍ଲାପାଳ ସମୀର କୁମାର ଜେନା, ଆଇଏ ଲଏସ୍ ପ୍ରୋବେସନର କସ୍ତୁରୀ ସା, ଆସିଷ୍ଟାଣ୍ଟ କଲେକ୍ଟର ସଞ୍ଜୟ କୁମାର ଭୋଇ, କଣିହାଁ ତହସିଲଦାରବଚିନ୍ମୟ ଦାସ, ଗୋଷ୍ଠୀ ଉନ୍ନୟନ ଅଧିକାରୀ ତ୍ରିବିକ୍ରମ କୁମୁରା, ଜିଲ୍ଲା ଶିକ୍ଷା ଅଧିକାରୀ ନିରଞ୍ଜନ ସାହୁ, ମଙ୍ଗଳ ଅଧିକାରୀ ଦିଲ୍ଲୀପ କୁମାର ମିଶ୍ର, ଯୋଗାଣ ଅଧିକାରୀ ଶ୍ରୀନିବାସ ସାହୁ, ଉପନିର୍ଦେଶକ ଊଦ୍ୟାନ ଅମର ଲୁଗୁନ୍, ସମାଜ ମଙ୍ଗଳ ଅଧିକାରିଣୀ ନିରୁପମା ପାଣି, ଉପନିର୍ଦେଶକ ଊଦ୍ୟାନ ଅମର ଲୁଗୁନ୍, ମୁଖ୍ୟ ଜିଲ୍ଲା କୃଷି ଅଧିକାରୀ ଊମା ଶଙ୍କର ମିଶ୍ର, ମୁଖ୍ୟପ୍ରାଣୀ ଚିକିତ୍ସା ଅଧିକାରୀ ଡ. ସତ୍ୟ ନାରାୟଣ ସାହୁ, ସାମାଜିକ ସୁରକ୍ଷା ଅଧିକାରୀ ମନିଷ ଏକ୍କାଙ୍କ ସମେତ ବିଭିନ୍ନ ଅଧିକାରୀମାନେ ଯୋଗ ଦେଇଥିଲେ।

ଏହି ଶିବିରକୁ ଆସିଥିବା ଜିଲ୍ଲା ସ୍ତରୀୟ ଓ ବ୍ଲକ୍ ସ୍ତରୀୟ ଲୋକମାନେ ଗ୍ରାମ୍ୟ ସମସ୍ୟା,ସ୍ବାସ୍ଥ୍ୟ, ଗ୍ରାମୀଣ ଆବାସ, ଜମିଜମା ସମ୍ବନ୍ଧୀୟ, ବ୍ୟକ୍ତିଗତ ସମସ୍ୟା ସମେତ ବିଭିନ୍ନ ଅଭିଯୋଗ ଦାଖଲ କରିଥିଲେ ।

Share

Leave a Reply