ମୁଖ୍ୟ ଖବର

ଜିଲ୍ଲାସ୍ତରୀୟ ଜନଶୁଣାଣି: ୨୩ ଅଭିଯୋଗ ଗ୍ରହଣ, ୩ଟିର ତୁରନ୍ତ ଫଇସଲା

By Angul TV Bureau

May 11, 2026

ଅନୁଗୁଳ: ଅତିରିକ୍ତ ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଆଜି ବଅଁରପାଳ ପଞ୍ଚାୟତ ସମିତି କାର୍ଯ୍ୟାଳୟରେ ଜିଲ୍ଲାସ୍ତରୀୟ ମିଳିତ ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଶିବିରରେ ମୋଟ ୨୩ଟି ଅଭିଯୋଗ ଗ୍ରହଣ କରାଯାଇଥିଲା। ଏଥିରୁ ୨୦ଟି ବ୍ୟକ୍ତିଗତ ଓ ୩ଟି ଗ୍ରାମ୍ୟ ଅଭିଯୋଗ ଥିଲା। ୩ଟି ଅଭିଯୋଗର ତୁରନ୍ତ ଫଇସଲା କରାଯାଇଥିବା ବେଳେ ଜଣଙ୍କୁ ରେଡକ୍ରସ ପାଣ୍ଠିରୁ ୫ ହଜାର ଟଙ୍କା ଚିକିତ୍ସା ସହାୟତା ପ୍ରଦାନ କରାଯାଇଥିଲା।

ଶିବିରରେ ଗ୍ରାମ୍ୟ ସମସ୍ୟା, ସ୍ୱାସ୍ଥ୍ୟ, ଗ୍ରାମୀଣ ଆବାସ, ଜମିଜମା ଓ ବ୍ୟକ୍ତିଗତ ସମସ୍ୟା ନେଇ ଲୋକେ ଅଭିଯୋଗ ଦାଖଲ କରିଥିଲେ। ଏହି କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ ଉଦୟ କୁମାର ମହାପାତ୍ର, ପ୍ରତାପ ପ୍ରୀତିମୟ, ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ ସମୀର କୁମାର ପଣ୍ଡା, ଜିଲ୍ଲା ପରିଷଦ ଉନ୍ନୟନ ଅଧିକାରୀ ଦେବଦତ୍ତ ମହନ୍ତ, ଅନୁଗୁଳ ଉପଜିଲ୍ଲାପାଳ ମାୟାଧର ବେହେରାଙ୍କ ସମେତ ବିଭିନ୍ନ ଜିଲ୍ଲା ଓ ବ୍ଲକସ୍ତରୀୟ ଅଧିକାରୀ ଉପସ୍ଥିତ ଥିଲେ।