ଜିଲ୍ଲାସ୍ତରୀୟ ଜନଶୁଣାଣି: ୬୧ଟି ଅଭିଯୋଗ ଗ୍ରହଣ, ୪ଟିର ତୁରନ୍ତ ଫଇସଲା

You are currently viewing ଜିଲ୍ଲାସ୍ତରୀୟ ଜନଶୁଣାଣି: ୬୧ଟି ଅଭିଯୋଗ ଗ୍ରହଣ, ୪ଟିର ତୁରନ୍ତ ଫଇସଲା

ଅନୁଗୋଳ: ଜିଲ୍ଲାପାଳ ଅବଦାଲ୍ ମୁହମ୍ମଦ ଅଖତରଙ୍କ ଅଧ୍ୟକ୍ଷତାରେ ଆଜି ଛେଣ୍ଡିପଦା ପଞ୍ଚାୟତ ସମିତି କାର୍ଯ୍ୟାଳୟ ଠାରେ ଜିଲ୍ଲା ସ୍ତରୀୟ ମିଳିତ ଜନଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରେ ଆରକ୍ଷୀ ଅଧିକ୍ଷକ ରାହୁଲ ଜୈନ ମଧ୍ୟ ଯୋଗ ଦେଇଥିଲେ। ଜନଶୁଣାଣି ଶିବିରରେ ମୋଟ ୬୧ ଟି ଅଭିଯୋଗ ଗ୍ରହଣ କରାଯାଇଥିଲା। ସେଥିମଧ୍ୟରୁ ୫୩ଟି ବ୍ୟକ୍ତିଗତ ଏବଂ ୮ଟି ଗ୍ରାମ୍ୟଭିତ୍ତିକ ଅଭିଯୋଗର ଶୁଣାଣି କରାଯାଇଥିଲା। ତନ୍ମଧ୍ୟରୁ ୪ ଟି ଅଭିଯୋଗର ତୁରନ୍ତ ଫଇସଲା କରାଯାଇଥିଲା। ଆସିଥିବା ଲୋକମାନେ ମୁଖ୍ୟତଃ ଗ୍ରାମ୍ୟ ସମସ୍ୟା, ସ୍ୱାସ୍ଥ୍ୟ, ଗ୍ରାମୀଣ ଆବାସ ଏବଂ ଜମିଜମା ସମ୍ବନ୍ଧୀୟ ଅଭିଯୋଗ ରଖିଥିଲେ।

ଏହି କାର୍ଯ୍ୟକ୍ରମରେ ଛେଣ୍ଡିପଦା ପଞ୍ଚାୟତ ସମିତି ଅଧ୍ୟକ୍ଷା ସୁମିତ୍ରା ସାହୁ, ଅତିରିକ୍ତ ଜିଲ୍ଲାପାଳ ଊଦୟ କୁମାର ମହାପାତ୍ର, ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଦେବଦତ୍ତ ମହନ୍ତ, ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନ ସ୍ୱାସ୍ଥ୍ୟ ଅଧିକାରୀ ଡା. ମଦନ ମୋହନ ପ୍ରଧାନ, ଅନୁଗୋଳ ଉପଜିଲ୍ଲାପାଳ ମାୟାଧର ବେହେରା, ଛେଣ୍ଡିପଦା ତହସିଲଦାର ମାନସ ରଞ୍ଜନ ରାୟ ପ୍ରମୁଖଙ୍କ ସମେତ ଜିଲ୍ଲା ମଙ୍ଗଳ ଅଧିକାରୀ, ଜିଲ୍ଲା ଯୋଗାଣ ଅଧିକାରୀ, ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ, ଉପ-ନିର୍ଦ୍ଦେଶକ ଉଦ୍ୟାନ, ଜିଲ୍ଲା ମୁଖ୍ୟ ପ୍ରାଣୀ ଚିକିତ୍ସା ଅଧିକାରୀ ଓ ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀଙ୍କ ସମେତ ବିଭିନ୍ନ ଜିଲ୍ଲା ଓ ବ୍ଲକ୍ ସ୍ତରୀୟ ଅଧିକାରୀମାନେ ଉପସ୍ଥିତ ଥିଲେ। ସମସ୍ତ ଅଭିଯୋଗର ତ୍ୱରିତ ସମାଧାନ ପାଇଁ ସମ୍ପୃକ୍ତ ବିଭାଗକୁ ନିର୍ଦ୍ଦେଶ ଦିଆଯାଇଛି ବୋଲି ଜିଲ୍ଲାପାଳ ସୂଚନା ଦେଇଛନ୍ତି।

Share

Leave a Reply