ଜିଲ୍ଲା ସ୍ତରୀୟ ମିଳିତ ଜନ ଶୁଣାଣି ଅନୁଷ୍ଠିତ: ୫୯ଟି ଅଭିଯୋଗ ଗ୍ରହଣ, ୩ଟିର ତ୍ୱରିତ ଫଇସଲା, ୩ ଜଣଙ୍କୁ ଚିକିତ୍ସା ସହାୟତା

You are currently viewing ଜିଲ୍ଲା ସ୍ତରୀୟ ମିଳିତ ଜନ ଶୁଣାଣି ଅନୁଷ୍ଠିତ: ୫୯ଟି ଅଭିଯୋଗ ଗ୍ରହଣ, ୩ଟିର ତ୍ୱରିତ ଫଇସଲା, ୩ ଜଣଙ୍କୁ ଚିକିତ୍ସା ସହାୟତା

ଅନୁଗୋଳ: ଜିଲ୍ଲାପାଳ ଅବଦାଲ ମୁହମ୍ମଦ ଅଖତରଙ୍କ ଅଧ୍ୟକ୍ଷତାରେ ଆଜି ତାଳଚେର ପଞ୍ଚାୟତ ସମିତି ସଭାଗୃହରେ ଜିଲ୍ଲା ସ୍ତରୀୟ ମିଳିତ ଜନ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି ଜନ ଶୁଣାଣି ଶିବିରରେ ସମୁଦାୟ ୫୯ ଟି ଅଭିଯୋଗ ଗ୍ରହଣ କରାଯାଇଥିଲା। ସେଥିମଧ୍ୟରୁ ୪୨ ଟି ବ୍ୟକ୍ତିଗତ ଓ ୧୭ ଟି ଗ୍ରାମ୍ୟ ଭିତ୍ତିକ ଅଭିଯୋଗର ଶୁଣାଣି କରାଯାଇଥିବା ବେଳେ ୩ ଟି ଅଭିଯୋଗର ତୁରନ୍ତ ଫଇସଲା କରାଯାଇଥିଲା। ଏହି ଅବସରରେ ୩ ଜଣ ହିତାଧିକାରୀଙ୍କୁ ରେଡ୍‌କ୍ରସ୍ ପାଣ୍ଠିରୁ ମୋଟ ୩୦ ହଜାର ଟଙ୍କାର ଚିକିତ୍ସା ସହାୟତା ରାଶି ପ୍ରଦାନ କରାଯାଇଥିଲା। ଏହି କାର୍ଯ୍ୟକ୍ରମରେ ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଦେବଦତ୍ତ ମହନ୍ତ, ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନ ସ୍ୱାସ୍ଥ୍ୟ ଅଧିକାରୀ ଡ. ମଦନ ମୋହନ ପ୍ରଧାନ, ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ ରାଜିବ ଲୋଚନ ପଣ୍ଡା, ତାଳଚେର ଉପଜିଲ୍ଲାପାଳ ଆଶିଷ ରଞ୍ଜନ ସାହୁ, ତାଳଚେର ଗୋଷ୍ଠୀ ଉନ୍ନୟନ ଅଧିକାରୀ ସୁଶାନ୍ତ କୁମାର ବରାଳ, ତାଳଚେର ତହସିଲଦାର ଆଲଫା ଜେନା, ଆସିଷ୍ଟାଣ୍ଟ କଲେକ୍ଟର ସଞ୍ଜୟ କୁମାର ଭୋଇଙ୍କ ସମେତ ବିଭିନ୍ନ ଜିଲ୍ଲା ସ୍ତରୀୟ ଓ ବ୍ଳକ୍ ସ୍ତରୀୟ ଅଧିକାରୀମାନେ ଯୋଗ ଦେଇଥିଲେ।

ଏଥିସହ ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ମଧୁସ୍ମିତା ନନ୍ଦ, ଜିଲ୍ଲା ମଙ୍ଗଳ ଅଧିକାରୀ ଦିଲ୍ଲୀପ କୁମାର ମିଶ୍ର, ଜିଲ୍ଲା ଯୋଗାଣ ଅଧିକାରୀ ଶ୍ରୀନିବାସ ସାହୁ, ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ପୁଷ୍ପାଞ୍ଜଳୀ ଶତପଥ, ଉପ-ନିର୍ଦେଶକ ଉଦ୍ୟାନ ଅମ୍ବର ଲୁଗୁନ, ଜିଲ୍ଲା ମୁଖ୍ୟ ପ୍ରାଣୀ ଚିକିତ୍ସା ଅଧିକାରୀ ଡ. ସତ୍ୟ ନାରାୟଣ ସାହୁ ଏବଂ ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ମନିଷ ଏକ୍କା ଉପସ୍ଥିତ ଥିଲେ। ଶିବିରକୁ ଆସିଥିବା ଲୋକମାନେ ଗ୍ରାମ୍ୟ ସମସ୍ୟା, ସ୍ୱାସ୍ଥ୍ୟ, ଗ୍ରାମୀଣ ଆବାସ, ଜମିଜମା ସମ୍ବନ୍ଧୀୟ ଓ ବ୍ୟକ୍ତିଗତ ସମସ୍ୟା ସମେତ ବିଭିନ୍ନ ଅଭିଯୋଗ ଦାଖଲ କରିଥିଲେ।

Share

Leave a Reply