ମୁଖ୍ୟ ଖବର

ଜିଲ୍ଲା ସ୍ତରୀୟ ମିଳିତ ଜନଶୁଣାଣି: ୮୯ ଅଭିଯୋଗ ମଧ୍ୟରୁ ୮ଟିର ତୁରନ୍ତ ସମାଧାନ

By Angul TV Bureau

August 31, 2026

ଅନୁଗୋଳ: କଣିହାଁ ପବିତ୍ର ମୋହନ ସଭାଗୃହରେ ଜିଲ୍ଲା ସ୍ତରୀୟ ମିଳିତ ଜନଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଜିଲ୍ଲାପାଳ ଅବଦାଲ ମୁହମ୍ମଦ ଅଖତରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଶିବିରରେ ମୋଟ ୮୯ଟି ଅଭିଯୋଗ ଗ୍ରହଣ କରାଯାଇଥିଲା। ଏଥିମଧ୍ୟରୁ ୭୭ଟି ବ୍ୟକ୍ତିଗତ ଓ ୧୨ଟି ଗ୍ରାମ୍ୟଭିତ୍ତିକ ଅଭିଯୋଗ ରହିଥିବା ବେଳେ ୮ଟି ଅଭିଯୋଗର ତୁରନ୍ତ ଫଇସଲା କରାଯାଇଛି। ଏଥିସହ ୬ ଜଣଙ୍କୁ ରେଡକ୍ରସ ପାଣ୍ଠିରୁ ୪୨,୫୦୦ ଟଙ୍କା ଚିକିତ୍ସା ସହାୟତା ପ୍ରଦାନ କରାଯାଇଛି। ଜନଶୁଣାଣିରେ ଲୋକେ ଗ୍ରାମ୍ୟ ସମସ୍ୟା, ସ୍ୱାସ୍ଥ୍ୟ, ଗ୍ରାମୀଣ ଆବାସ, ଜମିଜମା ସମ୍ବନ୍ଧୀୟ ଓ ବ୍ୟକ୍ତିଗତ ସମସ୍ୟା ନେଇ ଅଭିଯୋଗ କରିଥିଲେ।

ଶିବିରରେ ଅତିରିକ୍ତ ଜିଲ୍ଲାପାଳ ଉଦୟ କୁମାର ମହାପାତ୍ର, ଆଇଏଏସ୍ ପ୍ରୋବେସନର ଅଭି ଜୈନ, ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ଦେବଦତ୍ତ ମହାନ୍ତ, ତାଳଚେର ଉପଜିଲ୍ଲାପାଳ ଆଶିଷ ରଞ୍ଜନ ସାହୁ, ପାଲଲହଡା ଏସଡିପିଓ କୈଳାସ ଚନ୍ଦ୍ର ସେଠୀ, କଣିହାଁ ବିଡିଓ ତ୍ରିବିକ୍ରମ କୁମୁରା, ତହସିଲଦାର ପ୍ରଣବ ରଞ୍ଜନ ସାହୁ, ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରିଣୀ ମଧୁସ୍ମିତା ନନ୍ଦ, ଜିଲ୍ଲା ଯୋଗାଣ ଅଧିକାରୀ ଶ୍ରୀନିବାସ ସାହୁ, ଆସିଷ୍ଟାଣ୍ଟ କଲେକ୍ଟର ସଞ୍ଜୟ କୁମାର ଭୋଇ, ଜିଲ୍ଲା ଶିଳ୍ପ କେନ୍ଦ୍ର ମହାପ୍ରବନ୍ଧକ ଶିବାଶିଷ କାନୁନଗୋ, ମୁଖ୍ୟ ଜିଲ୍ଲା କୃଷି ଅଧିକାରୀ ଦିବ୍ୟ ସ୍ବରୂପ ପଣ୍ଡା ଓ ଜିଲ୍ଲା ମୁଖ୍ୟ ପ୍ରାଣୀ ଚିକିତ୍ସା ଅଧିକାରୀ ଡ. ସତ୍ୟ ନାରାୟଣ ସାହୁଙ୍କ ସମେତ ବହୁ ଜିଲ୍ଲା ଓ ବ୍ଲକ୍ ସ୍ତରୀୟ ଅଧିକାରୀ ଉପସ୍ଥିତ ଥିଲେ।