ମୁଖ୍ୟ ଖବର

ବଅଁରପାଳରେ ଜିଲ୍ଲା ସ୍ତରୀୟ ମିଳିତ ଜନଶୁଣାଣି: ୩୬ଟି ମଧ୍ୟରୁ ୩୪ଟି ବ୍ୟକ୍ତିଗତ ଓ ୨ଟି ଗ୍ରାମ୍ୟ ଅଭିଯୋଗ ଫଇସଲା

By Angul TV Bureau

September 28, 2026

ଅନୁଗୋଳ: ଅତିରିକ୍ତ ଜିଲ୍ଲାପାଳ ପ୍ରତାପ ପ୍ରୀତିମୟଙ୍କ ଅଧ୍ୟକ୍ଷତାରେ ବଅଁରପାଳ ପଞ୍ଚାୟତ ସମିତି କାର୍ଯ୍ୟାଳୟରେ ଜିଲ୍ଲା ସ୍ତରୀୟ ମିଳିତ ଜନଶୁଣାଣି ଅନୁଷ୍ଠିତ ହୋଇଛି। ଏଥିରେ ଆରକ୍ଷୀ ଅଧୀକ୍ଷକ ରାହୁଲ ଜୈନଙ୍କ ସମେତ ଜିଲ୍ଲା ଓ ବ୍ଲକ ସ୍ତରୀୟ ଅଧିକାରୀମାନେ ଯୋଗ ଦେଇଥିଲେ। ଶିବିରରେ ମୋଟ ୩୬ଟି ଅଭିଯୋଗ ଗ୍ରହଣ କରାଯାଇଥିଲା, ସେଥିମଧ୍ୟରୁ ୩୪ଟି ବ୍ୟକ୍ତିଗତ ଓ ୨ଟି ଗ୍ରାମ୍ୟ ଅଭିଯୋଗ ଥିଲା। ଗୋଟିଏ ଅଭିଯୋଗର ତୁରନ୍ତ ଫଇସଲା କରାଯାଇଛି। ଏହି ଅବସରରେ ଜଣେ ହିତାଧିକାରୀଙ୍କୁ ବାର୍ଦ୍ଧକ୍ୟ ଭତ୍ତା, ୨ ଜଣଙ୍କୁ ରାସନ କାର୍ଡ ଏବଂ ଜଣଙ୍କୁ ଟ୍ରାଇ ସାଇକେଲ ବଣ୍ଟନ କରାଯାଇଥିଲା। ସେବା ସଙ୍କଳ୍ପ ଷ୍ଟଲ ମାଧ୍ୟମରେ ବିଭିନ୍ନ ସରକାରୀ ଯୋଜନା ସମ୍ପର୍କରେ ଲୋକଙ୍କୁ ସଚେତନ କରାଯାଇଥିଲା।

ଏହି କାର୍ଯ୍ୟକ୍ରମରେ ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧୂକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଦେବଦତ୍ତ ମହନ୍ତ, ଅନୁଗୋଳ ଊପଜିଲ୍ଲାପାଳ ମାୟାଧର ବେହେରା, ବଅଁରପାଳ ଗୋଷ୍ଠୀ ଊନ୍ନୟନ ଅଧିକାରୀ ଲୋଚନ ଦାସ, ବଅଁରପାଳ ତହସିଲଦାର ସୁଶାନ୍ତ କୁମାର ମିଶ୍ର, ଜିଲ୍ଲା ମଙ୍ଗଳ ଅଧିକାରୀ ଦିଲ୍ଲିପ କୁମାର ମିଶ୍ର, ଜିଲ୍ଲା ଯୋଗାଣ ଅଧିକାରୀ ଶ୍ରୀନିବାସ ସାହୁ, ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ପୁଷ୍ପାଞ୍ଜଳି ଶତପଥୀ, ମୁଖ୍ୟ ଜିଲ୍ଲା କୃଷି ଅଧିକାରୀ ଦିବ୍ୟ ସ୍ବରୂପ ପଣ୍ଡା, ଜିଲ୍ଲା ମୁଖ୍ୟ ପ୍ରାଣୀ ଚିକିତ୍ସା ଅଧିକାରୀ ଡ. ସତ୍ୟ ନାରାୟଣ ସାହୁଙ୍କ ସମେତ ବିଭିନ୍ନ ଜିଲ୍ଲା ସ୍ତରୀୟ ଓ ବ୍ଳକ୍ ସ୍ତରୀୟ ଅଧିକାରୀମାନେ ଯୋଗ ଦେଇଥିଲେ।