ମୁଖ୍ୟ ଖବର

ଛେଣ୍ଡିପଦାରେ ଜିଲ୍ଲାସ୍ତରୀୟ ମିଳିତ ଜନ ଶୁଣାଣି ଶିବିର ଅନୁଷ୍ଠିତ: ୩ଟି ଅଭିଯୋଗର ତୁରନ୍ତ ଫଇସଲା, ଜଣେ ହିତାଧିକାରୀଙ୍କୁ ୧୦ ହଜାର ଚିକିତ୍ସା ସହାୟତା ପ୍ରଦାନ

By Angul TV Bureau

October 12, 2026

ଅନୁଗୋଳ: ଜିଲ୍ଲାପାଳ ଅବଦାଲ ମୁହମ୍ମଦ ଅଖତରଙ୍କ ଅଧ୍ୟକ୍ଷତାରେ ଆଜି ଛେଣ୍ଡିପଦା ପଞ୍ଚାୟତ ସମିତି କାର୍ଯ୍ୟାଳୟରେ ଜିଲ୍ଲା ସ୍ତରୀୟ ମିଳିତ ଜନ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏହି ଶିବିରରେ ଆରକ୍ଷୀ ଅଧୀକ୍ଷକ ରାହୁଲ ଜୈନ ଯୋଗ ଦେଇଥିଲେ। ଶିବିରରେ ମୋଟ ୩୧ଟି ଅଭିଯୋଗ ଗ୍ରହଣ କରାଯାଇଥିଲା, ସେଥିମଧ୍ୟରୁ ୨୯ଟି ବ୍ୟକ୍ତିଗତ ଓ ୨ଟି ଗ୍ରାମ୍ୟଭିତ୍ତିକ ଅଭିଯୋଗ ଥିଲା। ୩ଟି ଅଭିଯୋଗର ତୁରନ୍ତ ଫଇସଲା କରାଯାଇଥିବା ବେଳେ ଜଣେ ହିତାଧିକାରୀଙ୍କୁ ରେଡକ୍ରସ ପାଣ୍ଠିରୁ ୧୦ ହଜାର ଟଙ୍କା ଚିକିତ୍ସା ସହାୟତା ପ୍ରଦାନ କରାଯାଇଛି।

ଏହି କାର୍ଯ୍ୟକ୍ରମରେ ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟନିର୍ବାହୀ ଅଧିକାରୀ ଦେବଦତ୍ତ ମହନ୍ତ, ଅନୁଗୋଳ ଉପ-ଜିଲ୍ଲାପାଳ ଆଶିଷ ରଞ୍ଜନ ସାହୁ, ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡା. ମଦନ ମୋହନ ପ୍ରଧାନ, ଆଞ୍ଚଳିକ ପରିବହନ ଅଧିକାରୀ ପ୍ରସନ୍ନ କୁମାର ଦାସ, ଅସିଷ୍ଟାଣ୍ଟ କଲେକ୍ଟର ସଞ୍ଜୟ କୁମାର ଭୋଇ, ଛେଣ୍ଡିପଦା ବିଡିଓ ଅରବିନ୍ଦ ବେହେରା, ତହସିଲଦାର ମାନସ ରଞ୍ଜନ ରାୟ ସମେତ ବିଭିନ୍ନ ଜିଲ୍ଲା ଓ ବ୍ଲକ ସ୍ତରୀୟ ଅଧିକାରୀମାନେ ଉପସ୍ଥିତ ଥିଲେ। ଶିବିରକୁ ଆସିଥିବା ଲୋକମାନେ ଗ୍ରାମ୍ୟ ସମସ୍ୟା, ସ୍ୱାସ୍ଥ୍ୟ, ଗ୍ରାମୀଣ ଆବାସ, ଜମିଜମା ଓ ବ୍ୟକ୍ତିଗତ ସମସ୍ୟା ନେଇ ଅଭିଯୋଗ କରିଥିଲେ।