ଆଠମଲ୍ଲିକରେ ଜିଲ୍ଲାସ୍ତରୀୟ ମିଳିତ ଜନଶୁଣାଣି, ୬୮ ଅଭିଯୋଗର ଶୁଣାଣି

You are currently viewing ଆଠମଲ୍ଲିକରେ ଜିଲ୍ଲାସ୍ତରୀୟ ମିଳିତ ଜନଶୁଣାଣି, ୬୮ ଅଭିଯୋଗର ଶୁଣାଣି

ଅନୁଗୋଳ: ଜିଲ୍ଲାପାଳ ଅବଦାଲ୍ ମହମ୍ମଦ ଅଖତରଙ୍କ ଅଧ୍ୟକ୍ଷତାରେ ସୋମବାର ଆଠମଲ୍ଲିକ ପଞ୍ଚାୟତ ସମିତି ସଭାଗୃହରେ ଜିଲ୍ଲା ସ୍ତରୀୟ ମିଳିତ ଜନଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।
ଶିବିରରେ ମୋଟ ୬୮ଟି ଅଭିଯୋଗ ଗ୍ରହଣ କରାଯାଇଥିଲା। ସେଥିମଧ୍ୟରୁ ୫୮ଟି ବ୍ୟକ୍ତିଗତ ଓ ୧୦ଟି ଗ୍ରାମ୍ୟଭିତ୍ତିକ ଅଭିଯୋଗ ଥିଲା। ୮ଟି ଅଭିଯୋଗର ତୁରନ୍ତ ଫଇସଲା କରାଯାଇଛି। ଏହାସହ ୧ ଜଣଙ୍କୁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୫ ହଜାର ଓ ୪ ଜଣଙ୍କୁ ରେଡକ୍ରସ ପାଣ୍ଠିରୁ ୨୦ ହଜାର ଟଙ୍କାର ଚିକିତ୍ସା ସହାୟତା ପ୍ରଦାନ କରାଯାଇଛି।

ଜନଶୁଣାଣିରେ ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟନିର୍ବାହୀ ଅଧିକାରୀ ଦେବଦତ୍ତ ମହନ୍ତ, ଆଠମଲ୍ଲିକ ଉପ-ଜିଲ୍ଲାପାଳ ଉପେନ୍ଦ୍ର ଲୋହା, ଆସିଷ୍ଟାଣ୍ଟ କଲେକ୍ଟର ସଞ୍ଜୟ କୁମାର ଭୋଇ, ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ମଧୁସ୍ମିତା ନନ୍ଦ, ଜିଲ୍ଲା ମଙ୍ଗଳ ଅଧିକାରୀ ଦିଲ୍ଲୀପ କୁମାର ମିଶ୍ର, ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ପୁଷ୍ପାଞ୍ଜଳି ଶତପଥୀ, ଜିଲ୍ଲା ଯୋଗାଣ ଅଧିକାରୀ ଶ୍ରୀନିବାସ ସାହୁ, ମୁଖ୍ୟ ଜିଲ୍ଲା କୃଷି ଅଧିକାରୀ ଦିବ୍ୟସ୍ୱରୂପ ପଣ୍ଡା, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ମନିଷ ଏକ୍କା, ମୁଖ୍ୟ ପ୍ରାଣୀ ଚିକିତ୍ସା ଅଧିକାରୀ ଡ. ସତ୍ୟନାରାୟଣ ସାହୁଙ୍କ ସମେତ ଜିଲ୍ଲା ଓ ବ୍ଲକ ସ୍ତରୀୟ ଅଧିକାରୀ ଯୋଗ ଦେଇଥିଲେ।

Share

Leave a Reply