କିଶୋରନଗରରେ ଜିଲ୍ଲା ସ୍ତରୀୟ ମିଳିତ ଜନଶୁଣାଣି: ୪୫ ଅଭିଯୋଗରୁ ୩ର ତୁରନ୍ତ ସମାଧାନ

You are currently viewing କିଶୋରନଗରରେ ଜିଲ୍ଲା ସ୍ତରୀୟ ମିଳିତ ଜନଶୁଣାଣି: ୪୫ ଅଭିଯୋଗରୁ ୩ର ତୁରନ୍ତ ସମାଧାନ

ଅନୁଗୋଳ: ଜିଲ୍ଲାପାଳ ଅବଦାଲ ମୁହମ୍ମଦ ଅଖତରଙ୍କ ଅଧ୍ୟକ୍ଷତାରେ ସୋମବାର କିଶୋରନଗର ପଞ୍ଚାୟତ ସମିତି ସଭାଗୃହଠାରେ ଜିଲ୍ଲା ସ୍ତରୀୟ ମିଳିତ ଜନଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।ଏହି ଶିବିରରେ ଆରକ୍ଷୀ ଅଧୀକ୍ଷକ ରାହୁଲ ଜୈନ ଯୋଗ ଦେଇଥିଲେ। ଶିବିରରେ ମୋଟ ୪୫ ଟି ଅଭିଯୋଗ ଗ୍ରହଣ କରାଯାଇଥିଲା। ସେଥିମଧ୍ୟରୁ ୪୧ଟି ବ୍ୟକ୍ତିଗତ ଓ ୪ଟି ଗ୍ରାମ ପଞ୍ଚାୟତ ସ୍ତରୀୟ ଅଭିଯୋଗ ରହିଥିବାବେଳେ ୩ଟି ଅଭିଯୋଗର ତୁରନ୍ତ ଫଇସଲା କରାଯାଇଥିଲା।

ଏହି କାର୍ଯ୍ୟକ୍ରମରେ ଜିଲ୍ଲା ପରିଷଦ ଅଧ୍ୟକ୍ଷା ବବିତା ପ୍ରଧାନ, ଅତିରିକ୍ତ ଜିଲ୍ଲାପାଳ ଉଦୟ କୁମାର ମହାପାତ୍ର, ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ୱାସ୍ଥ୍ୟ ଅଧିକାରୀ ଡା. ଦିଲ୍ଲୀପ ପଟ୍ଟନାୟକ, ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟନିର୍ବାହୀ ଅଧିକାରୀ ଦେବଦତ୍ତ ମହନ୍ତ, ଆଠମଲ୍ଲିକ ଉପଜିଲ୍ଲାପାଳ ଉପେନ୍ଦ୍ର ଲୋହା, କିଶୋରନଗର ତହସିଲଦାର ରଞ୍ଜନ କୁମାର ସାହୁ, କିଶୋରନଗର ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶୁଭକାନ୍ତ ନାଏକ, ଜିଲ୍ଲା ଶିକ୍ଷା ଅଧିକାରୀ ମଧୁସ୍ମିତା ନାୟକ, ଜିଲ୍ଲା ମଙ୍ଗଳ ଅଧିକାରୀ ଦିଲ୍ଲୀପ କୁମାର ମିଶ୍ର, ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ପୁଷ୍ପାଞ୍ଜଳି ଶତପଥୀ, ଜିଲ୍ଲା ଯୋଗାଣ ଅଧିକାରୀ ଶ୍ରୀନିବାସ ସାହୁ, ମୁଖ୍ୟ ଜିଲ୍ଲା କୃଷି ଅଧିକାରୀ ଦିବ୍ୟ ସ୍ୱରୂପ ପଣ୍ଡା, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ମନିଷ ଏକ୍କା, ଜିଲ୍ଲା ମୁଖ୍ୟ ପ୍ରାଣୀ ଚିକିତ୍ସା ଅଧିକାରୀ ଡା. ସତ୍ୟ ନାରାୟଣ ସାହୁଙ୍କ ସମେତ ବିଭିନ୍ନ ଜିଲ୍ଲା ଓ ବ୍ଲକ ସ୍ତରୀୟ ଅଧିକାରୀ ଯୋଗ ଦେଇଥିଲେ।

ଶିବିରକୁ ଆସିଥିବା ଲୋକମାନେ ଗ୍ରାମ୍ୟ ସମସ୍ୟା, ସ୍ୱାସ୍ଥ୍ୟ, ଗ୍ରାମୀଣ ଆବାସ, ଜମିଜମା ସମସ୍ୟା ଓ ବ୍ୟକ୍ତିଗତ ସମସ୍ୟା ସମେତ ବିଭିନ୍ନ ଅଭିଯୋଗ ଦାଖଲ କରିଥିଲେ।

Share

Leave a Reply