ଅନୁଗୋଳ: ବଅଁରପାଳ ପଞ୍ଚାୟତ ସମିତି କାର୍ଯ୍ୟାଳୟ ଠାରେ ଜିଲ୍ଲାସ୍ତରୀୟ ମିଳିତ ଜନଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଅତିରିକ୍ତ ଜିଲ୍ଲାପାଳ ଉଦୟ କୁମାର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି ଶିବିରରେ ଆରକ୍ଷୀ ଅଧୀକ୍ଷକ ରାହୁଲ ଜୈନ ଯୋଗଦେଇ ଜନସାଧାରଣଙ୍କ ଅଭିଯୋଗ ଶୁଣିଥିଲେ।
ଏହି ଜନଶୁଣାଣି ଶିବିରରେ ମୋଟ ୭୭ଟି ଅଭିଯୋଗ ଗ୍ରହଣ କରାଯାଇଥିଲା। ସେଥି ମଧ୍ୟରୁ ୭୦ଟି ବ୍ୟକ୍ତିଗତ ଏବଂ ୭ଟି ଗ୍ରାମ ଭିତ୍ତିକ ଅଭିଯୋଗ ରହିଥିଲା। ଏଥି ମଧ୍ୟରୁ ୧୯ଟି ଅଭିଯୋଗର ତୁରନ୍ତ ଫଇସଲା କରାଯାଇଥିଲା।
କାର୍ଯ୍ୟକ୍ରମରେ ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟନିର୍ବାହୀ ଅଧିକାରୀ ଦେବଦତ୍ତ ମହନ୍ତ, ଅନୁଗୋଳ ଉପଜିଲ୍ଲାପାଳ ଆଶିଷ ରଞ୍ଜନ ସାହୁ, ବଅଁରପାଳ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଲୋକନାଥ ଦାସ, ଆଞ୍ଚଳିକ ପରିବହନ ଅଧିକାରୀ ପ୍ରସନ୍ନ କୁମାର ଦାସ, ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ୱାସ୍ଥ୍ୟ ଅଧିକାରୀ ଡା. ଦିଲ୍ଲୀପ କୁମାର ପଟ୍ଟନାୟକ, ଆସିଷ୍ଟାଣ୍ଟ କଲେକ୍ଟର ସନ୍ତୋଷ କୁମାର ଭୋଇ, ଜିଲ୍ଲା ମଙ୍ଗଳ ଅଧିକାରୀ ଦିଲ୍ଲୀପ କୁମାର ମିଶ୍ର, ମୁଖ୍ୟ ଜିଲ୍ଲା କୃଷି ଅଧିକାରୀ ଦିବ୍ୟ ସ୍ୱରୂପ ପଣ୍ଡା, ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ପ୍ରଶାନ୍ତି ଶତପଥୀ ଏବଂ ଉପନିର୍ଦ୍ଦେଶକ ଉଦ୍ୟାନ ଅରବିନ୍ଦ ଲୁହୁରୁଙ୍କ ସମେତ ବିଭିନ୍ନ ଜିଲ୍ଲା ଓ ବ୍ଲକସ୍ତରୀୟ ଅଧିକାରୀ ଉପସ୍ଥିତ ଥିଲେ।