ମୁଖ୍ୟ ଖବର

ଅନୁଗୁଳରେ ଜିଲ୍ଲାସ୍ତରୀୟ ମିଳିତ ଜନ ଶୁଣାଣି ଶିବିର: ୮୩ ଅଭିଯୋଗ ମଧ୍ୟରୁ ୧୬ର ହେଲା ଫଇସଲା

By Angul TV Bureau

September 11, 2023

ଅନୁଗୁଳ: ଅନୁଗୁଳ ଜିଲ୍ଲା କାର୍ଯ୍ୟାଳୟ ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାସ୍ତରୀୟ ମିଳିତ ଜନଶୁଣାଣି ଶିବିର ଅତିରିକ୍ତ ଜିଲ୍ଲାପାଳ ଉଦୟ କୁମାର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ସୋମବାର ପୂର୍ବାହ୍ନରେ ଅନୁଷ୍ଠିତ ହୋଇଛି। ଶିବିରରେ ଆରକ୍ଷୀ ଅଧୀକ୍ଷକ ସୁଧାଂଶୁ ଶେଖର ମିଶ୍ର ଯୋଗ ଦେଇଥିଲେ। ଦାଖଲ ହୋଇଥିବା ସମୁଦାୟ ୮୩ ଟି ଅଭିଯୋଗରୁ ୨୭ଟି ବ୍ୟକ୍ତିଗତ ଓ ୧୬ ଟି ଗ୍ରାମ୍ୟ ଭିତ୍ତିକ ଅଭିଯୋଗର ଶୁଣାଣି କରି ତୁରନ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ସମ୍ପୃକ୍ତ ବିଭାଗୀୟ ଅଧିକାରୀଙ୍କୁ ଅତିରିକ୍ତ ଜିଲ୍ଲାପାଳ ପରାମର୍ଶ ଦେଇଥିଲେ। ଦାଖଲ ହୋଇଥିବା ୮୩ ଅଭିଯୋଗ ମଧ୍ୟରୁ ୧୪ଟି ଅଭିଯୋଗର ଆଜିର ଶିବିରରେ ଫଇସଲା କରାଯାଇଥିଲା। ସେଥିରୁ ରେଡକ୍ରସ ପାଣ୍ଠିରୁ ୫ ଜଣଙ୍କୁ ୧୦ ହଜାର ଟଙ୍କା ଲେଖାଏଁ ଏବଂ ଜଣକୁ ୬ ହଜାର ଟଙ୍କାର ଚିକିତ୍ସା ସହାୟତା ପ୍ରଦାନ କରାଯାଇଥିଲା।

ଶିବିରରେ ଗ୍ରାମ୍ୟରାସ୍ତା, ସ୍ବାସ୍ଥ୍ୟ, ଭିନ୍ନକ୍ଷମ ସହାୟତା, ଜମି ଜମା ସମ୍ବନ୍ଧୀୟ, ପାରିବାରିକ କଳହ ସମସ୍ୟା ସମେତ ବିଭିନ୍ନ ଅଭିଯୋଗ ଦାଖଲ ହୋଇଥିଲା। ଅନ୍ୟମାନଙ୍କ ମଧ୍ୟରେ ଜିଲ୍ଲା ପରିଷଦର ଅତିରିକ୍ତ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ପଦ୍ମନାଭ ସାମନ୍ତରାୟ, ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନ ସ୍ବାସ୍ଥ୍ୟ ଅଧିକାରୀ ଡା. ତ୍ରିଲୋଚନ ପ୍ରଧାନ, ଉପଜିଲ୍ଲାପାଳ ବରତ୍ୟେନ୍ଦୁ ମହାନ୍ତି, ଡେପୁଟି କଲେକ୍ଟର ମଧୁସ୍ମିତା ବିଶି, ଡେପୁଟି କଲେକ୍ଟର ମିନର୍ଭା ନାୟକ ଓ ସତ୍ୟାନନ୍ଦ ଦାସଙ୍କ ସମେତ ବିଭିନ୍ନ ବିଭାଗର ଜିଲ୍ଲାସ୍ତରୀୟ ଅଧିକାରୀମାନେ ଯୋଗ ଦେଇଥିଲେ।