ଜୁଲାଇ ମାସ ପାଇଁ ଜିଲ୍ଲାପାଳଙ୍କ ମିଳିତ ଜନଶୁଣାଣି କାର୍ଯ୍ୟକ୍ରମ ସ୍ଥିର, ଜାଣନ୍ତୁ କେବେ କେଉଁଠି ଜଣାଇବେ ଅଭିଯୋଗ

You are currently viewing ଜୁଲାଇ ମାସ ପାଇଁ ଜିଲ୍ଲାପାଳଙ୍କ ମିଳିତ ଜନଶୁଣାଣି କାର୍ଯ୍ୟକ୍ରମ ସ୍ଥିର, ଜାଣନ୍ତୁ କେବେ କେଉଁଠି ଜଣାଇବେ ଅଭିଯୋଗ

ଅନୁଗୁଳ: ଅନୁଗୁଳ ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ବାଇଁଙ୍କର ଜୁଲାଇ ମାସ ପାଇଁ ମିଳିତ ଜନ ଶୁଣାଣି କାର୍ଯ୍ୟକ୍ରମ ସ୍ଥିର ହୋଇଛି। ଶିବିରରେ ଜିଲ୍ଲାପାଳ ଓ ଅନୁଗୁଳ ଆରକ୍ଷୀ ଅଧୀକ୍ଷକ ସୁଧାଂଶୁ ଶେଖର ମିଶ୍ରଙ୍କ ସମେତ ବିଭିନ୍ନ ବିଭାଗର ଅଧିକାରୀମାନେ ଯୋଗ ଦେବେ।

ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ, ଜୁଲାଇ ମାସ ୩ ତାରିଖ (ସୋମବାର) ପୂର୍ବାହ୍ନ ୧୦ଟାରେ ମିଳିତ ଜନଶୁଣାଣି କାର୍ଯ୍ୟକ୍ରମ ପାଳଲହଡା ବ୍ଲକ କାର୍ଯ୍ୟାଳୟ ଠାରେ ଅନୁଷ୍ଠିତ ହେବାକୁ ଥିବାବେଳେ ୧୦ ତାରିଖ (ସୋମବାର) ପୂର୍ବାହ୍ନ ୧୦ ଟାରେ ଜିଲ୍ଲା କାର୍ଯ୍ୟାଳୟ, ୧୭ ତାରିଖ (ସୋମବାର) ପୂର୍ବାହ୍ନ ୧୦ ଟାରେ ବଅଁରପାଳ ବ୍ଳକ୍‌ କାର୍ଯ୍ୟାଳୟ, ୨୪ ତାରିଖ (ସୋମବାର) ପୂର୍ବାହ୍ନ ୧୦ ଟା ସମୟରେ ଜିଲ୍ଲା କାର୍ଯ୍ୟାଳୟ ଓ ୩୧ ତାରିଖ (ସୋମବାର) ପୂର୍ବାହ୍ନ ୧୦ ଟାରେ କଣିହାଁ ବ୍ଲକ୍‌ କାର୍ଯ୍ୟାଳୟରେ ଅନୁଷ୍ଠିତ ହେବ। ଏହି ସମସ୍ତ କାର୍ଯ୍ୟକ୍ରମରେ ସମ୍ପୃକ୍ତ ଅଞ୍ଚଳର ଜନସାଧାରଣ ଯୋଗ ଦେଇ ନିଜ ନିଜର ଆପତ୍ତି ଅଭିଯୋଗ ଉପସ୍ଥାପନ କରିବାକୁ ଜିଲ୍ଲା ପ୍ରଶାସନ ତରଫରୁ ଜଣାଇ ଦିଆଯାଇଛି।

Share

Leave a Reply