ଅନୁଗୁଳ: ଆଜି ସ୍ଥାନୀୟ ବିଜୁ ମଇଦାନ ଠାରେ ଓଡିଶା ଜୀବିକା ମିଶନ ଓ ମିଶନ ଶକ୍ତି ବିଭାଗର ମିଳିତ ଆନୁକୂଲ୍ୟରେ ଲକ୍ଷପତି ଦିଦିଙ୍କୁ ନେଇ ଏକ ଜିଲ୍ଲାସ୍ତରୀୟ କର୍ମଶାଳା ଅନୁଷ୍ଠିତ ହୋଇଛି। କାର୍ଯ୍ୟକ୍ରମରେ ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଦେବଦତ୍ତ ମହନ୍ତ, ଜିଲ୍ଲା ପରିଷଦର ଅତିରିକ୍ତ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ପଦ୍ମନାଭ ସାମନ୍ତରାୟ, ଉପ- ନିର୍ଦ୍ଦେଶକ ଉଦ୍ୟାନ ଅମର ଲୁଗୁନ୍, ଜିଲ୍ଲା ସମାଜ ମଙ୍ଗଳ ଅଧିକାରିଣୀ ନିରୁପମା ପାଣି, ଜିଲ୍ଲା ଶିଳ୍ପ କେନ୍ଦ୍ର ମହାପ୍ରବନ୍ଧକ ଶିବାଶିଷ କାନୁନଗୋ, ଅନୁଗୁଳ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଡଃ ବିଶ୍ବଭୂଷଣ, ଜିଲ୍ଲା ମତ୍ସ୍ୟ ଅଧିକାରୀ ପ୍ରଶାନ୍ତ କୁମାର ପାଣିଗ୍ରାହୀ, ମିଶନ ଶକ୍ତିର ଜିଲ୍ଲା କାର୍ଯ୍ୟକ୍ରମ ସଂଯୋଜକ ଲମ୍ବୋଦର ବାସ୍କେ ପ୍ରମୁଖ ଯୋଗ ଦେଇ ନିଜ ନିଜ ବିଭାଗର ବିଭିନ୍ନ ଯୋଜନା ସମ୍ପର୍କରେ ଆଲୋକପାତ କରିଥିଲେ।
ମହିଳାମାନେ ପୁରୁଷଙ୍କ ସହ କାନ୍ଧରେ କାନ୍ଧ ମିଳାଇ ରୋଜଗାରକ୍ଷମ ହୋଇ ଆର୍ଥିକ କ୍ଷେତ୍ରରେ ଆତ୍ମନିର୍ଭରଶୀଳ ହେବାରେ ଏହି କର୍ମଶାଳା ସହାୟକ ହେବ ବୋଲି ଅତିଥି କହିଛନ୍ତି। କାର୍ଯ୍ୟକ୍ରମରେ ସମସ୍ତ ବ୍ଲକରୁ କମ୍ୟୁନିଟି ସପୋର୍ଟ ଷ୍ଟାଫ୍ ସମେତ ୩୦୦୦ ରୁ ଊର୍ଦ୍ଧ୍ବ ଲକ୍ଷପତି ଦିଦି ଯୋଗ ଦେଇଥିଲେ।